ଜିଆର୍‌ଏସ୍‌ ବହିଷ୍କାର ଘଟଣା: ଜାନୁୟାରୀ ୯କୁ ଘୁଞ୍ଚିଲା ଶୁଣାଣି

ହାଟଡିହୀ,୨୦ା୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ବାଲିବରେଇ ପଞ୍ଚାୟତର ପୂର୍ବତନ ଜିଆର୍‌ଏସ୍‌ ପୂର୍ଣ୍ଣେନ୍ଦୁ କୁମାର ଥାଟୋଇଙ୍କୁ ଜିଲାପାଳଙ୍କ ଆଦେଶ ନଂ ୮୯୫୫/୨୮.୧୧.୨୦୨୩ରେ ଚାକିରିରୁ ବହିଷ୍କାର କରିଥିଲେ। ଉକ୍ତ ବହିଷ୍କାର ଆଦେଶ ବିରୋଧରେ ଜିଆର୍‌ଏସ୍‌ ଥାଟୋଇ ଗତ ୪.୧୨.୨୦୨୩ରେ ମାନ୍ୟବର ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ l କେସ୍‌ ନଂ ଡବ୍ଲ୍ୟୁପି(ସି) ୩୯୬୧୧/୨୦୨୩ରେ ଏକ ମାମଲା ଦାୟର କରିଥିଲେ। କେନ୍ଦୁଝର ଜିଲାପାଳ, ଜିଲା ପରିଷଦ ସିଡିଓ ତଥା ଇଓ,ହାଟଡିହୀ ଏବଂ ତେଲକୋଇ ବ୍ଲକ ବିଡିଓଙ୍କୁ ପକ୍ଷଭୁକ୍ତ କରିଥିଲେ। ଗତ ୬.୧୩.୨୦୨୩ରେ ଉକ୍ତ ମାମଲାର ଶୁଣାଣି ହୋଇଥିଲା। ଦୁଇ ସପ୍ତାହ ପର୍ଯ୍ୟନ୍ତ କୌଣସି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କିମ୍ବା ବହିଷ୍କାର କରାଯିବନି ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧୯କୁ ଧାର୍ଯ୍ୟ ହୋଇଥିଲା l ତେବେ ଏହି ଶୁଣାଣି ଆସନ୍ତା ୨୦୨୪ଜାନୁୟାରୀ ୯କୁ ଘୁଞ୍ଚିଛି। ଏଥିସହ ମଧ୍ୟବର୍ତ୍ତୀକାଳୀନ ଆଦେଶ ପରବର୍ତ୍ତୀ ତାରିଖ ପର୍ଯ୍ୟନ୍ତ ବଳବତ୍ତର ରହିବ।

ସୂଚନାଯୋଗ୍ୟ ଜିଆର୍‌ଏସ୍‌ ଥାଟୋଇ କିଛି ମାସ ପୂର୍ବରୁ ହାଟଡିହୀ ବ୍ଲକରୁ ତେଲକୋଇ ବ୍ଲକକୁ ବଦଳି ହୋଇଥିଲେ। ବିଭିନ୍ନ ସରକାରୀ ଯୋଜନାରେ ଅନିୟମିତତା ଏବଂ କାର୍ଯ୍ୟରେ ଅବହେଳା ହୋଇଥିବା ନେଇ ବିଚାର କରି ଜିଲାପାଳ ତାଙ୍କୁ ଚାକିରିରୁ ବହିଷ୍କାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତାମ୍ପରା ହ୍ରଦର ହେବ ପୁନଃରୁଦ୍ଧାର: ବିଧାୟକଙ୍କ ଉପସ୍ଥିତରେ ସମୀକ୍ଷା କଲେ ଜିଲାପାଳ

ଛତ୍ରପୁର,୬।୪(ଦିଲ୍ଲୀପ ସାମଲ): ଛତ୍ରପୁର ସହର ନିକଟରେ ଥିବା ତାମ୍ପରା ହ୍ରଦର ପୁନଃରୁଦ୍ଧାର l ତା’ସହିତ ତାମ୍ପରା ଓ ସମୁଦ୍ର ମଧ୍ୟରେ ନୋଳିଆନୁଆଁ ଗାଁ ବେଳାଭୂମି ରହିଛି l…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri