ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣି: ୪୮୫ ଅଭିଯୋଗ …

ଦିଗପହଣ୍ଡି/ପାଟପୁର, ୧୩/୧୦(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପରିସରରେ ସୋମବାର ଗଞ୍ଜାମ ଜିଲା ପୋଲିସ ଓ ପ୍ରଶାସନ ପକ୍ଷରୁ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ସାନଖେମୁଣ୍ଡି ବିଡ଼ିଓ ଜୀତେନ୍ଦ୍ର କୁମାର ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେଅତିରିକ୍ତ ଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ବ୍ରହ୍ମପୁର ଉପ ଜିଲାପାଳ ଅବିନାଶ କୁମାର, ଜିଲା ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ବିଜୟ କୁମାର ବେହେରା, ଉପଖଣ୍ଡ ଆରକ୍ଷୀ ଅଧିକ୍ଷକ ସନ୍ତୋଷ କୁମାର ଜେନା ,ସାନଖେମୁଣ୍ଡି ବ୍ଲକ ଅଧ୍ୟକ୍ଷ ସିମାଞ୍ଚଳ ପାତ୍ର, ଉପାଧ୍ୟକ୍ଷା ରିଙ୍କି ନାହକ ପ୍ରମୁଖ ଉପସ୍ଥିତ ରହି ଜନତାଙ୍କ ଅଭିଯୋଗ ଶୁଣିଥିଲେ। ସାନଖେମୁଣ୍ଡି ବ୍ଲକ ଅନ୍ତର୍ଗତ ୨୬ ଟି ପଞ୍ଚାୟତ ରୁ ୪୮୫ ଟି ଅଭିଯୋଗ ପତ୍ରଭିଯୋଗ ଶୁଣାଣି ରେ ଦାଖଲ ହୋଇଥିଲା । ସେଥି ମଧ୍ୟରୁ ରାସନ କାର୍ଡ, ଆବାସ ଗୃହ, ବାର୍ଦ୍ଧକ୍ୟ ଭତ୍ତା, କିଛି ବ୍ୟକ୍ତିଗତ ସମସ୍ୟା ସମ୍ବଳିତ ଅଭିଯୋଗ ରହିଥିବା ବେଳେ ୪ ଜଣଙ୍କୁ ରେଡକ୍ରସ ତରଫରୁ ୩୫ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଥିଲା।ସାମୁହିକ ଭାବରେ ଏସ୍‌. ଗୋପାଳପୁର ପଞ୍ଚାୟତ ଆଦିବାସୀ ଅଧ୍ୟୁଷିତ ସଉରାପଲ୍ଲୀ ଗ୍ରାମକୁ ରାସ୍ତା, ବିଦ୍ୟୁତ୍‌ଯୋଗାଣ ପାଇଁ ଗ୍ରାମବାସୀ ଅଭିଯୋଗ କରିଛନ୍ତି। ସିଙ୍ଗପୁର ଗ୍ରାମରେ ଥିବା ପୋଖରୀକୁ ବେଆଇନ ଭାବେ ପୋତି ଦେଇ ପାର୍କ ନିର୍ମାଣକରି ବେଆଇନ ଭାବେ ଜବରଦଖଲ କରିଥିବା ବ୍ୟକ୍ତି ମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସରପଞ୍ଚ ଏବଂ ଗ୍ରାମବାସୀ ମାନେ ଅଭିଯୋଗ କରିଥିଲେ। କଙ୍କୋରଡା ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଥିବା ସାଗୁଆନ ଗଛ ଗୁଡ଼ିକୁ ବେଆଇନ ଭାବେ କାଟି ଦିଆଯିବା ସହ କିଛି ବ୍ୟକ୍ତି ସେଗୁଡିକୁ ନେଇଯାଇଥିବା ନେଇ ୱାର୍ଡ ମେମ୍ବର ବୃନ୍ଦ ଅଭିଯୋଗ କରିଥିଲେ । ସାହାସପୁର ଠାରୁ ଉସ୍ତା ଗ୍ରାମ ପର୍ଯ୍ୟନ୍ତ ଋଷିକୂଲ୍ୟା କେନାଲ ରାସ୍ତା ମରାମତି,ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ମିଳୁନଥିବା ନେଇ ସାହାସପୁର ସମିତି ସଭ୍ୟ ପ୍ରତିନିଧି କୈଳାସ ପାତ୍ର ଅଭିଯୋଗ କରିଥିଲେ। ସାଧାରଣ ଲୋକଙ୍କ ବିଭିନ୍ନ ସମସ୍ୟା ଉପରେ ଅଭିଯୋଗ ଶୁଣିବା ପରେ ଉପସ୍ଥିତ ଜିଲା ପ୍ରଶାସନିକ ଅଧିକାରୀ ବୃନ୍ଦ ସ୍ଥାନୀୟ ବିଭାଗୀୟ ଅଧିକାରୀ ମାନେ ଯଥା ଶୀଘ୍ର ଅଭିଯୋଗ ଗୁଡ଼ିକର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଅଭିଯୋଗ ଶୁଣାଣି ରେ ଜିଲା ସାମାଜିକ ସୁରକ୍ଷା ଅଧିକାରୀ କୃଷ୍ଣଚନ୍ଦ୍ର ବେହେରା, ଜିଲା ସମାଜ ମଙ୍ଗଳ ଅଧିକାରୀ ଦେବରଞ୍ଜନ ଦାସ, ଜିଲା ଶିକ୍ଷାଧିକାରୀ ଅଜୟ କୁମାର ପାତ୍ର, ଉପସ୍ଥିତ ଥିଲେ। ଏଡିଓ, ଜିଆରଏସ, ବିଭିନ୍ନ ବିଭାଗୀୟ କର୍ମଚାରୀ ଉପସ୍ଥିତ ରହି ଅଭିଯୋଗ ଶୁଣାଣି ରେ ସହଯୋଗ କରିଥିଲେ। ଶୃଙ୍ଖଳା ଦୃଷ୍ଟି ରୁ ପାଟପୁର ଥାନା ପକ୍ଷରୁ ପୋଲିସ ମୁତୟନ କରାଯାଇଥିଲା।ଯୋଗ କରିଥିଲେ । ସାହାସପୁର ଠାରୁ ଉସ୍ତା ଗ୍ରାମ ପର୍ଯ୍ୟନ୍ତ ଋଷିକୂଲ୍ୟା କେନାଲ ରାସ୍ତା ମରାମତି,ହରିଶ୍ଚନ୍ଦ୍ର ଯୋଜନାରେ ସହାୟତା ମିଳୁନଥିବା ନେଇ ସାହାସପୁର ସମିତି ସଭ୍ୟ ପ୍ରତିନିଧି କୈଳାସ ପାତ୍ର ଅଭିଯୋଗ କରିଥିଲେ। ସାଧାରଣ ଲୋକଙ୍କ ବିଭିନ୍ନ ସମସ୍ୟା ଉପରେ ଅଭିଯୋଗ ଶୁଣିବା ପରେ ଉପସ୍ଥିତ ଜିଲା ପ୍ରଶାସନିକ ଅଧିକାରୀ ବୃନ୍ଦ ସ୍ଥାନୀୟ ବିଭାଗୀୟ ଅଧିକାରୀ ମାନେ ଯଥା ଶୀଘ୍ର ଅଭିଯୋଗ ଗୁଡ଼ିକର ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଅଭିଯୋଗ ଶୁଣାଣି ରେ ଜିଲା ସାମାଜିକ ସୁରକ୍ଷା ଅଧିକାରୀ କୃଷ୍ଣଚନ୍ଦ୍ର ବେହେରା, ଜିଲା ସମାଜ ମଙ୍ଗଳ ଅଧିକାରୀ ଦେବରଞ୍ଜନ ଦାସ, ଜିଲା ଶିକ୍ଷାଧିକାରୀ ଅଜୟ କୁମାର ପାତ୍ର, ଉପସ୍ଥିତ ଥିଲେ। ଏଡିଓ, ଜିଆରଏସ, ବିଭିନ୍ନ ବିଭାଗୀୟ କର୍ମଚାରୀ ଉପସ୍ଥିତ ରହି ଅଭିଯୋଗ ଶୁଣାଣି ରେ ସହଯୋଗ କରିଥିଲେ। ଶୃଙ୍ଖଳା ଦୃଷ୍ଟିରୁ ପାଟପୁର ଥାନା ପକ୍ଷରୁ ପୋଲିସ ମୁତୟନ କରାଯାଇଥିଲା।

Dharitri – Odisha’s No.1, Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାସନ୍ତୀକ ନବରାତ୍ର ପୂଜା : ଚନ୍ଦ୍ରଘଣ୍ଟା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୧।୩, (ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଅନୁଷ୍ଠିତ ହୋଇଛି। ତୃତୀୟ ଦିବସ ଶନିବାରରେ ଦେବୀ ଚନ୍ଦ୍ରଘଣ୍ଟା ବେଶରେ ଦର୍ଶନ…

ବିଦ୍ୟାମନ୍ଦିରର ବାର୍ଷିକୋତ୍ସବ: ଯୋଗଦେଲେ ଏନ୍‌ଏସି ଅଧ୍ୟକ୍ଷ

ଦିଗପହଣ୍ଡି,୨୦।୩(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ ୱାର୍ଡ ଗଡ଼ ଚୈତନ୍ୟପୁର ଶାସନ ସାହିସ୍ଥିତ ସ୍ବାମୀ ଚେତନାନନ୍ଦ ସାରସ୍ବତ ବିଦ୍ୟାମନ୍ଦିରର ୧୫ତମ ବାର୍ଷିକୋତ୍ସବ ଏବଂ…

ଭାରତ ପାଖରେ ମାତ୍ର ୯ ଦିନର ତେଲ ରିଜର୍ଭ ଅଛି, ମୋଦି ଖୋଲାଖୋଲି କୁହନ୍ତୁ ଯୁଦ୍ଧ ଭୁଲ୍‌; ବର୍ଷିଲେ ଓଓ୍ବାଇସି…

ହାଇଦ୍ରାବାଦ,୨୦।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଏବଂ ଏହାର ପ୍ରଭାବକୁ ନେଇ AIMIM ମୁଖ୍ୟ ଅସଦୁଦ୍ଦିନ ଓୱାଇସି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତୀବ୍ର ସମାଲୋଚନା କରିଛନ୍ତି।…

ହନୁମାନ ମନ୍ଦିରରେ ହିନ୍ଦୁ ନବବର୍ଷ ପାଳିତ

ହାଟଡ଼ିହୀ,୨୦ା୩(ଶୁଭକାନ୍ତ ନାୟକ): ରାଷ୍ଟ୍ରୀୟ ସେବିକା ସମିତି ପକ୍ଷରୁ କେନ୍ଦୁଝର ଜିଲା ହାଟଡ଼ିହୀ ହନୁମାନ ମନ୍ଦିର ପ୍ରାଙ୍ଗଣରେ ହିନ୍ଦୁ ନବବର୍ଷ ଗୁରୁବାର ପାଳନ ହୋଇଯାଇଛି। ଉପସ୍ଥିତ ସେବିକାମାନେ ପତାକା…

ଖୋଲିଲା ତାରାତାରିଣୀ ମନ୍ଦିରର ଦାନହୁଣ୍ଡି: ମିଳିଲା ସୁନା,ରୁପା ଅଳଙ୍କାର ସହ ୭ ଲକ୍ଷ ୮୦ ହଜାର ଟଙ୍କା

ପୁରୁଷୋତ୍ତମପୁର,୨୦ା୩ (ସବିତା ମିଶ୍ର):ଗଞ୍ଜାମ ଜିଲାର ଇଷ୍ଟ ଦେବୀ ମା’ ତାରାତାରିଣୀ ମନ୍ଦିର ଦାନ ହୁଣ୍ଡି ଶୁକ୍ରବାର ଖୋଲାଯାଇ ଗଣତି ହୋଇଛି। ହୁଣ୍ଡିରୁ ସୁନା,ରୁପା ଅଳଙ୍କାର ସହ ୭…

ଥୁଆମୂଳରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳରାମପୁର, ୨୦ା୩ (ଦୁର୍ଗା ଦୁର୍ଗା): କଳାହାଣ୍ଡି ଜିଲା  ଥୁଆମୂଳରାମପୁର ବ୍ଲକ ଅଞ୍ଚଳରେ ଗତ ମଙ୍ଗଳବାରଠାରୁ ଜାରି ରହିଥିବା ପ୍ରଳୟଙ୍କରୀ କାଳବୈଶାଖୀ ଜନଜୀବନକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଦେଇଛି। ତୁହାକୁ…

ଜମିପଟ୍ଟା ପ୍ରଦାନ ଦାବିରେ ତହସିଲ କାର୍ଯ୍ୟାଳୟ ଘେରାଉ: ବିକ୍ଷୋଭ

ମୋହନା,୨୦ା୩(ମନ୍ମଥ ମିଶ୍ର): ବିଭିନ୍ନ ଦାବି ନେଇ ଶୁକ୍ରବାର ଅଲ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ମୋହନାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ହାଇସ୍କୁଲ ଛକରୁ ମୁଖ୍ୟ ବଜାର…

ଆଇପିଏଲ୍‌ ୨୦୨୬: ଚାମିରା, ନିସାଙ୍କା, କାମିନ୍ଦୁ ମେଣ୍ଡିସଙ୍କୁ ମିଳିଲା ଏନ୍‌ଓସି

କଲମ୍ବୋ, ୨୦ା୩: ଆଇପିଏଲ୍‌-୨୦୨୬ରେ ଅଂଶଗ୍ରହଣ କରିବା ପାଇଁ ଶ୍ରୀଲଙ୍କା କ୍ରିକେଟ(ଏସ୍‌ଏଲ୍‌ସି) ଶୁକ୍ରବାର ଦୁଷ୍ମନ୍ତ ଚାମିରା, ପାଥୁମ ନିସାଙ୍କା ଓ କାମିନ୍ଦୁ ମେଣ୍ଡିସଙ୍କୁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନ୍‌ଓସି)…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri