ରାତି ପାହିଲେ ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣୀ: ପୂର୍ବରୁ ୨୫୬ଟି ଅଭିଯୋଗ ଶୁଣି କରିଥିଲେ ରେକର୍ଡ

ଦାରିଙ୍ଗବାଡି,୯।୧୧(ଅରୁଣ ସାହୁ): ଦାରିଙ୍ଗବାଡି ବ୍ଲକ ସଭାଗୃହ ପରିସର ମଧ୍ୟରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷନ ଏବଂ ଏଏସ୍‌ପି ହରିଶ ବିସିଙ୍କ ମିଳିତ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ରହିଛି। ଲୋକଙ୍କ ମଧ୍ୟରେ ଏହି ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚି ଅଭିଯୋଗ କରିବା ପାଇଁ ପୂର୍ଣ୍ଣ ପ୍ରସ୍ତୁତି ହୋଇଛ। ଏହି ଅଭିଯୋଗ ବେଳେ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମାନ, ମୋବାଇଲ ନେଟୱାର୍କ, ପିଇବାପାଣି, ଭତ୍ତା, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରୁ ବଞ୍ଚିତ ହୀରାଧିକାରୀ, ଜମି ବିବାଦ ଭଳି ବଡ଼ ବଡ଼ ସମସ୍ୟାର ସମାଧାନ ପାଇଁ ଅଞ୍ଚଳବାସୀ ଜିଲାପାଳଙ୍କ ଦ୍ୱାରସ୍ଥ ହେବା ସମ୍ଭାବନା ରହିଛି। ତେବେ ଯେଉଁ ଭଳି ଅଭିଯୋଗ ପହଞ୍ଚିବ ତାର ସମାଧାନ ସେଠାରେ ହିଁ କରାଯିବ। ଏ ନେଇ ଜିଲାର ସମସ୍ତ ଅଧିକାରୀମାନେ ଉପସ୍ଥିତ ରହି ଏହାର ସମାଧାନ କରିବେ ବୋଲି ସ୍ଥାନୀୟ ପ୍ରଶାସନ ପକ୍ଷରୁ କୁହାଯାଇଛି। ଲୋକମାନେ ଦୂର ଦୁରାନ୍ତରୁ ଅଭିଯୋଗ ପାଇଁ ପହଞ୍ଚିବେ ସେମାନେ କିଭଳି ଅଭିଯୋଗ କରିପାରିବେ ସେ ନେଇ ସ୍ଥାନୀୟ ବଡିିଓ ପ୍ରୀତିରଞ୍ଜନ ରଥ ସମସ୍ତ ପ୍ରସ୍ତୁତି କରିଛନ୍ତି। ଏଥି ସହ ବ୍ଲକ କାର୍ଯ୍ୟାଳୟରେ ରହିଥିବା ସମସ୍ତ ବିଭାଗର କର୍ମଚାରୀ ଲୋକଙ୍କୁ ସମସ୍ତ ପ୍ରକାର ସହାୟତା ବିଶେଷ କରି ସେମାନଙ୍କ ଆବେଦନପତ୍ର ସଂଗ୍ରହ, ନାମ ପଞ୍ଜୀକରଣ ଆଦି କରି ଅଭିଯୋଗକାରୀଙ୍କୁ ଜିଲାପାଳଙ୍କ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚାଇବା ପର୍ଯ୍ୟନ୍ତ କାର୍ଯ୍ୟ କରିବେ ବୋଲି ବିଡିଓ ରଥ କହିଛନ୍ତି। ସୂଚନାଯୋଗ୍ୟ, କନ୍ଧମାଳ ଜିଲାପାଳ ବେଦଭୂଷଣ କନ୍ଧମାଳରେ ନିଯୁକ୍ତି ପାଇବା ପରେ ପ୍ରଥମଥର ପାଇଁ ଅଗଷ୍ଟ ୧୧ରେ ଦାରିଙ୍ଗବାଡି ଠାରେ ସର୍ବାଧିକ ରେକର୍ଡ ୨୫୬ଟି ଅଭିଯୋଗ ଶୁଣିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କ ପାଇଁ ଖୁସି ଖବର, ଆଜି ମିଳିବ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୨।୧: ଅପେକ୍ଷାର ଅନ୍ତ ଘଟିବ। ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା। ତେବେ ପ୍ରଥମ ଓ ଦ୍ୱିତୀୟ କିସ୍ତିରୁ ବାଦ ପଡ଼ିଥିବା ମହିଳାମାନେ ଏହି...

ବାଙ୍କୀରେ ଧାନମଣ୍ଡି ଅବ୍ୟବସ୍ଥା, ତେଜୁଛି ଚାଷୀ ଅସନ୍ତୋଷ

ବାଙ୍କୀ,୨୨ା୧(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କ ଉପଖଣ୍ଡରେ ଚଳିତବର୍ଷ ୪୯ ପ୍ରାଥମିକ କୃଷି ସେବା ସମବାୟ ସମିତି (ପାକ୍ସ)ରେ ମଣ୍ଡି ଖୋଲିବାକୁ...

ଆକାଶରେ ପରିବର୍ତ୍ତନ

ମଣିଷ ଆଭ୍ୟନ୍ତରୀଣ ଉପତ୍ୟକାରୁ ଉପକୂଳ, ଜଙ୍ଗଲରୁ ପର୍ବତ ଅଞ୍ଚଳକୁ ସ୍ଥାନାନ୍ତର ହୋଇଥିବାରୁ ତାହା ବିଭିନ୍ନ କାହାଣୀ ଓ ସଙ୍କେତ ବହନ କରିଥିଲା। ସେମାନଙ୍କ ସହ ଆକାଶ...

ସମସ୍ତେ ଶୋଇଥିବା ବେଳେ ଲାଗିଲା ନିଆଁ, ଜଳିଗଲା ୧୦ ବଖରା ଘର

ବାସୁଦେବପୁର,୨୨।୧: ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଦ୍ମପୁର ପଂଚାୟତର ନାୟକ ସାହିରେ ବୁଧବାର ବିଳମ୍ବିତ ରାତିରେ ନିଆଁ ଲାଗି ୧୦ ବଖରା ଘର ଜଳିଯାଇଛ।...

ବଞ୍ଚିବାର ସଂଘର୍ଷ

କ୍ଷୁଧା ବା ଭୋକକୁ ମଣିଷ ନିଜର ପ୍ରାଥମିକତା ମନେକରେ। ଚିନ୍ତା କରେ କ’ଣ କଲେ ପେଟରେ ଦାନା ପଡ଼ିବ। ନିଜେ ବଞ୍ଚିଲେ ତ ପରିବାର ମୁହଁରେ...

ଜନ୍ମ ଓ ମୃତ୍ୟୁ ପଞ୍ଜୀକରଣରେ ଅସଙ୍ଗତି

ନାଗରିକଙ୍କ ଜନ୍ମ ଓ ମୃତ୍ୟୁର ପଞ୍ଜୀକରଣ ଏକ ଆବଶ୍ୟକତା। ଆମ ଗଣତାନ୍ତ୍ରିକ ସରକାର ୧୯୬୯ ମସିହାରେ ଜନ୍ମ ମୃତ୍ୟୁ ପଞ୍ଜୀକରଣ ଆଇନ ତିଆରି କରିଛନ୍ତି। ଯେଉଁଠି...

ଦିଗପହଣ୍ଡିରେ ବିଧାୟକଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦଘାଟନ ଓ ଶିଳାନ୍ୟାସ

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତରେ ବୁଧବାର ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ନବନିର୍ମିତ ପ୍ରକଳ୍ପର ଉଦଘାଟନ କରିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri