Posted inଜାତୀୟ

ସିଇସି, ଇସି ନିଯୁକ୍ତି ବିରୋଧୀ ଆବେଦନର ଶୁଣାଣି ସ୍ଥଗିତ

ନୂଆଦିଲ୍ଲୀ,୨୦ା୨(ପିଟି): ଭାରତର ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଏବଂ ନିର୍ବାଚନ କମିଶନର (ଇସି)ଙ୍କୁ ନିଯୁକ୍ତି ସମ୍ପର୍କିତ ୨୦୨୩ର ଆଇନ ବିରୋଧରେ ଦାଖଲ ଏକାଧିକ ଆବେଦନର ଶୁଣାଣିକୁ ସୁପ୍ରିମକୋର୍ଟ ବୁଧବାର ସ୍ଥଗିତ ରଖିଛନ୍ତି। ହୋଲି ଛୁଟି ପରେ ଏନେଇ ଶୁଣାଣି କରାଯିବ ବୋଲି ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ ଏବଂ ଏନ୍‌. କୋଟିଶ୍ୱର ସିଂଙ୍କୁ ନେଇ ଗଠିତ ଖଣ୍ଡପୀଠ ତାଲିକାଭୁକ୍ତ କରିଛନ୍ତି। ମାର୍ଚ୍ଚ ୧୯ରେ ଏହା ଉପରେ ବିଚାର କରାଯିବ ବୋଲି ସୁପ୍ରିମକୋର୍ଟ ଓ୍ବେବ୍‌ସାଇଟ୍‌ରେ ଉଲ୍ଲେଖ କରାଯାଇଛି। ଇତିମଧ୍ୟରେ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ଏମ୍‌ପି ମହୁଆ ମୋଇତ୍ର ଏହି ଆଇନର ବୈଧତାକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି।
ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ ଏନ୍‌ଜିଓ ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌ ରିଫମର୍‌ସ (ଏଡିଆର୍‌) ପକ୍ଷରୁ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣ ସୁପ୍ରିମକୋର୍ଟରେ ଏକ ପିଟିଶନ ଦାଖଲ କରିଥିଲେ। ପ୍ରସଙ୍ଗର ଗମ୍ଭୀରତା ଦୃଷ୍ଟିରୁ ଏହାର ଜରୁରୀ ଶୁଣାଣି କରାଯାଉ ବୋଲି ସେ ନିବେଦନ କରିଥିଲେ। ସିଇସି ଏବଂ ଇସି ନିଯୁକ୍ତି କ୍ଷେତ୍ରରେ ୨୦୨୩ରେ ସାମ୍ବିଧାନିକ ପୀଠ ଦେଇଥିବା ରାୟର ଅନୁପାଳନ କରି ଏ ସମ୍ପର୍କିତ ପ୍ୟାନେଲରେ ପ୍ରଧାନମନ୍ତ୍ରୀ, ବିରୋଧୀ ଦଳ ନେତା ଏବଂ ଭାରତର ପ୍ରଧାନ ବିଚାରପତି (ସିଜେଆଇ)ଙ୍କ ପରିବର୍ତ୍ତେ ଜଣେ କେନ୍ଦ୍ରମନ୍ତ୍ରୀଙ୍କୁ ରଖାଯିବା ଉପରେ ପ୍ରଶାନ୍ତ ଭୂଷଣ ଆଇନଗତ ପ୍ରଶ୍ନ ଉଠାଇଥିଲେ। ତେବେ ଅପରାହ୍ନ ୩ଟାରେ ଜଷ୍ଟିସ୍‌ ସୂର୍ଯ୍ୟକାନ୍ତ କହିଥିଲେ, ଏହାର ଶୁଣାଣି ପାଇଁ ଏକ ସ୍ବତନ୍ତ୍ର ଖଣ୍ଡପୀଠ ଗଠନ କରାଯିବାର ଆବଶ୍ୟକତା ଥିବାରୁ ହୋଲି ଛୁଟି ପରେ ବିଚାର କରାଯିବ।

ଅନ୍ୟପକ୍ଷେ ଫେବୃଆରୀ ୧୭ରେ କେନ୍ଦ୍ର ସରକାର ଇସି ଜ୍ଞାନେଶ କୁମାରଙ୍କୁ ପରବର୍ତ୍ତୀ ସିଇସି ନିଯୁକ୍ତ କରିଥିଲେ। ଜ୍ଞାନେଶ ବୁଧବାର ନିଜ ଦାୟିତ୍ୱ ସମ୍ଭାଳିଛନ୍ତି। ନୂଆ ଆଇନ ଅଧୀନରେ ସିଇସି ନିଯୁକ୍ତ ହେବାରେ ଜ୍ଞାନେଶ ହେଉଛନ୍ତି ପ୍ରଥମ, ଯାହାଙ୍କ କାର୍ଯ୍ୟକାଳ ୨୦୨୯ ଜାନୁଆରୀ ୨୬ରେ ଶେଷ ହେବ। ଏପରି କି ୨୦୨୯ ଲୋକ ସଭା ନିର୍ବାଚନ ମଧ୍ୟ ତାଙ୍କ ତତ୍ତ୍ୱାବଧାନରେ ହୋଇପାରେ। ସେହିପରି ୧୯୮୯ ବ୍ୟାଚ୍‌ ହରିୟାଣା କ୍ୟାଡରର ଆଇଏଏସ୍‌ ଅଫିସର ବିବେକ ଜୋଷୀଙ୍କୁ ନିର୍ବାଚନ କମିଶନର ନିଯୁକ୍ତ କରାଯାଇଛି। ସୁପ୍ରିମକୋର୍ଟ ଏହି ନିଯୁକ୍ତି ସମ୍ପର୍କିତ ଆବେଦନର ଶୁଣାଣି କରିବାକୁ ପୂର୍ବରୁ ସ୍ଥିର ହୋଇଥିବାବେଳେ ସରକାର ଏହା ପୂର୍ବରୁ ଜ୍ଞାନେଶଙ୍କୁ ନିଯୁକ୍ତି ଦେଇଥିବାରୁ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏହାକୁ ସମାଲୋଚନା କରିଛନ୍ତି। ସେପଟେ ଟିଏମ୍‌ସିର କ୍ରିଷ୍ଣାନଗର ଏମ୍‌ପି ମହୁଆ ମୋଇତ୍ର ୨୦୨୩ର ଆଇନକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଛନ୍ତି। ଆଇନଜୀବୀ ତଲ୍‌ହା ଅବ୍‌ଦୁଲ ରହମାନ୍‌ଙ୍କ ଜରିଆରେ ସେ ନିଜ ପିଟିଶନ ଦାଖଲ କରିଛନ୍ତି। ଭାରତରେ ନିର୍ବାଚନୀ ପ୍ରକ୍ରିୟାର ସ୍ବଚ୍ଛତାକୁ ଏହା ପ୍ରଭାବିତ କରୁଥିବାରୁ ସିଇସି ଏବଂ ଇସିଙ୍କ ନିଯୁକ୍ତି ସମ୍ପର୍କିତ ଆଇନର ସମୀକ୍ଷା କରାଯାଉ ବୋଲି ସେ ଏଥିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ବିଶ୍ୱଶାନ୍ତି ପାଇଁ ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ବମକୋଇ ପଞ୍ଚାୟତ ମଦନମୋହନପୁର ଗ୍ରାମସ୍ଥିତ ଶ୍ରୀ ମହାକାଳେଶର ଶୈବପୀଠରେ ବଶ୍ୱଶାନ୍ତି ପଞ୍ଚକୁଣ୍ଡୀୟ ରୁଦ୍ର ମହାଯଜ୍ଞ ପାଇଁ ପ୍ରସ୍ତୁତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri