Posted inଜାତୀୟ

ଦୀପାବଳି ଛୁଟି ପରେ ପ୍ରଦୀପ ପାଣିଗ୍ରାହୀଙ୍କ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୯ା୧୦: ସୁପ୍ରିମକୋର୍ଟରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲା ବିଚାରାଧୀନ ଥିବାରୁ ଏ ସମ୍ପର୍କିତ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରାଯାଇନାହିଁ ବୋଲି ମଙ୍ଗଳବାର ଓଡ଼ିଶା ଲୋକାୟୁକ୍ତ ଶୀର୍ଷ ଅଦାଲତଙ୍କୁ ଅବଗତ କରାଇଛନ୍ତି। ଲୋକାୟୁକ୍ତଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରବୀନ୍ଦ୍ର ଶ୍ରୀବାସ୍ତବ ଜଷ୍ଟିସ୍‌ ଅଜୟ ରସ୍ତୋଗୀ ଏବଂ ସି.ଟି. ରବି କୁମାରଙ୍କ ଖଣ୍ଡପୀଠରେ ଶୁଣାଣିବେଳେ କହିଥିଲେ, ପ୍ରଦୀପଙ୍କ ମାମଲାର ଚାର୍ଜଶିଟ୍‌ ଦାଖଲ କରାଯାଇନାହିଁ। ଏଥିସହ ଏହାର ତ୍ୱରିତ ଶୁଣାଣି ପାଇଁ ସେ ଅନୁରୋଧ କରିଥିଲେ। ତେବେ ସମୟ ଅଭାବରୁ ସର୍ବୋଚ୍ଚ ଅଦାଲତରେ ଶୁଣାଣିର ଅଗ୍ରଗତି ହୋଇପାରି ନ ଥିଲା। ଖଣ୍ଡପୀଠ କହିଥିଲେ, ଏହାର ଶୁଣାଣି ଏବେ ଜରୁରୀ ନୁହେଁ, ଦୀପାବଳି ଛୁଟି ପରେ ହେବ। ଏହା ପୂର୍ବରୁ ପ୍ରାଥମିକ ତଦନ୍ତବେଳେ ପ୍ରଦୀପଙ୍କ ବିରୋଧରେ ପର୍ଯ୍ୟାପ୍ତ ପ୍ରମାଣ ମିଳିଥିବା ଲୋକାୟୁକ୍ତ ସୁପ୍ରିମକୋର୍ଟଙ୍କୁ ଜଣାଇଥିଲେ। ପ୍ରକାଶ ଯେ, ୨୦୨୦ ଡିସେମ୍ବରରେ ଲୋକାୟୁକ୍ତ ପ୍ରଦୀପଙ୍କ ବିରୋଧରେ ଆଗତ ଦୁର୍ନୀତି ଅଭିଯୋଗର ତଦନ୍ତ ପାଇଁ ଭିଜିଲାନ୍ସ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଏହି ମାମଲାରେ ରାଜ୍ୟ ଭିଜିଲାନ୍ସ ବିଭାଗ ଅଭିଯୋଗକାରୀ ହୋଇଥିବାରୁ ଭିଜିଲାନ୍ସ ବିଭାଗକୁ ପ୍ରାଥମିକ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇପାରିବେ ନାହିଁ ବୋଲି ଓଡ଼ିଶା ହାଇକୋର୍ଟ କହିଥିଲେ। ଏହା ବିରୋଧରେ ଲୋକାୟୁକ୍ତ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇ ସ୍ପେଶାଲ ଲିଭ୍‌ ପିଟିଶନ ଦାଖଲ କରିଥିଲେ। ଗତବର୍ଷ ଏପ୍ରିଲ ୨୩ରେ ହାଇକୋର୍ଟ ରାୟ ଉପରେ ସୁପ୍ରିମକୋର୍ଟ ସ୍ଥଗିତାଦେଶ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ ଧକ୍କାରେ ୭ ହାତୀ ମୃତ, ରାଜଧାନୀ ଏକ୍ସପ୍ରେସ୍‌ର ୫ ବଗି ଲାଇନଚ୍ୟୁତ

ଗୁଆହାଟୀ,୨୧ା୧୨(ପି.ଟି./ଏଜେନ୍ସି): ଜଙ୍ଗଲରେ ଭିତ୍ତିଭୂମି ନିର୍ମାଣ ପାଇଁ ମାନବୀୟ ଓ ବ୍ୟବସାୟିକ କାର୍ଯ୍ୟକଳାପ ସହ ହାତୀ ଚଲାପଥ ଦେଇ ରେଳଲାଇନ ବିଛାଇବା ପ୍ରାଣୀଙ୍କ ଲାଗି ବିପଦ ସାଜୁଛି।...

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri