Posted inଜାତୀୟ

ଦୀପାବଳି ଛୁଟି ପରେ ପ୍ରଦୀପ ପାଣିଗ୍ରାହୀଙ୍କ ମାମଲାର ଶୁଣାଣି

ନୂଆଦିଲ୍ଲୀ,୧୯ା୧୦: ସୁପ୍ରିମକୋର୍ଟରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ଦୁର୍ନୀତି ମାମଲା ବିଚାରାଧୀନ ଥିବାରୁ ଏ ସମ୍ପର୍କିତ ଚୂଡ଼ାନ୍ତ ରିପୋର୍ଟ ଦାଖଲ କରାଯାଇନାହିଁ ବୋଲି ମଙ୍ଗଳବାର ଓଡ଼ିଶା ଲୋକାୟୁକ୍ତ ଶୀର୍ଷ ଅଦାଲତଙ୍କୁ ଅବଗତ କରାଇଛନ୍ତି। ଲୋକାୟୁକ୍ତଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ରବୀନ୍ଦ୍ର ଶ୍ରୀବାସ୍ତବ ଜଷ୍ଟିସ୍‌ ଅଜୟ ରସ୍ତୋଗୀ ଏବଂ ସି.ଟି. ରବି କୁମାରଙ୍କ ଖଣ୍ଡପୀଠରେ ଶୁଣାଣିବେଳେ କହିଥିଲେ, ପ୍ରଦୀପଙ୍କ ମାମଲାର ଚାର୍ଜଶିଟ୍‌ ଦାଖଲ କରାଯାଇନାହିଁ। ଏଥିସହ ଏହାର ତ୍ୱରିତ ଶୁଣାଣି ପାଇଁ ସେ ଅନୁରୋଧ କରିଥିଲେ। ତେବେ ସମୟ ଅଭାବରୁ ସର୍ବୋଚ୍ଚ ଅଦାଲତରେ ଶୁଣାଣିର ଅଗ୍ରଗତି ହୋଇପାରି ନ ଥିଲା। ଖଣ୍ଡପୀଠ କହିଥିଲେ, ଏହାର ଶୁଣାଣି ଏବେ ଜରୁରୀ ନୁହେଁ, ଦୀପାବଳି ଛୁଟି ପରେ ହେବ। ଏହା ପୂର୍ବରୁ ପ୍ରାଥମିକ ତଦନ୍ତବେଳେ ପ୍ରଦୀପଙ୍କ ବିରୋଧରେ ପର୍ଯ୍ୟାପ୍ତ ପ୍ରମାଣ ମିଳିଥିବା ଲୋକାୟୁକ୍ତ ସୁପ୍ରିମକୋର୍ଟଙ୍କୁ ଜଣାଇଥିଲେ। ପ୍ରକାଶ ଯେ, ୨୦୨୦ ଡିସେମ୍ବରରେ ଲୋକାୟୁକ୍ତ ପ୍ରଦୀପଙ୍କ ବିରୋଧରେ ଆଗତ ଦୁର୍ନୀତି ଅଭିଯୋଗର ତଦନ୍ତ ପାଇଁ ଭିଜିଲାନ୍ସ ବିଭାଗକୁ ନିର୍ଦ୍ଦେଶ ଦେଇଥିଲେ। ଏହି ମାମଲାରେ ରାଜ୍ୟ ଭିଜିଲାନ୍ସ ବିଭାଗ ଅଭିଯୋଗକାରୀ ହୋଇଥିବାରୁ ଭିଜିଲାନ୍ସ ବିଭାଗକୁ ପ୍ରାଥମିକ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇପାରିବେ ନାହିଁ ବୋଲି ଓଡ଼ିଶା ହାଇକୋର୍ଟ କହିଥିଲେ। ଏହା ବିରୋଧରେ ଲୋକାୟୁକ୍ତ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇ ସ୍ପେଶାଲ ଲିଭ୍‌ ପିଟିଶନ ଦାଖଲ କରିଥିଲେ। ଗତବର୍ଷ ଏପ୍ରିଲ ୨୩ରେ ହାଇକୋର୍ଟ ରାୟ ଉପରେ ସୁପ୍ରିମକୋର୍ଟ ସ୍ଥଗିତାଦେଶ ଜାରି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଜର୍ସି ସମର୍ଥନରେ ଅଧିନାୟକ ହରମନପ୍ରୀତ

ନୂଆଦିଲ୍ଲୀ,୩୦ା୭: ହକି ଇଣ୍ଡିଆ (ଏଚ୍‌ଆଇ) ପକ୍ଷରୁ ଭାରତୀୟ ହକି ଦଳର ଜର୍ସି ରଙ୍ଗ ପରିବର୍ତ୍ତନକୁ ନେଇ ବିବାଦ ଦେଖାଦେଇଥିବା ବେଳେ ପୁରୁଷ ଦଳର ଅଧିନାୟକ ହରମନପ୍ରୀତ ଏଥିପ୍ରତି…

ଲୋକ ସଭା ପରେ ରାଜ୍ୟ ସଭାରେ ବି ମୋହର; ପାରିତ ହେଲା ‘ଆଣ୍ଟି-ପେପର ଲିକ୍ ବିଲ୍’, ଦୋଷୀଙ୍କୁ ହେବ ୧୦ ବର୍ଷ ଜେଲ୍

ନୂଆଦିଲ୍ଲୀ,୩୦।୭: ଲୋକ ସଭାରେ ଆଣ୍ଟି-ପେପର ଲିକ୍ ବିଲ୍ ଗୃହୀତ ହେବା ପରେ, ରାଜ୍ୟ ସଭାରେ ପାସ୍ ହୋଇଛି। ଅଧ୍ୟକ୍ଷ ସି.ଭି. ରାଧାକୃଷ୍ଣନ୍ ଏହାକୁ ଭଏସ୍ ଭୋଟ୍ ଦ୍ୱାରା…

ଜାଭେଲିନ ଫାଇନାଲରେ ଏହି ୩ ଭାରତୀୟ

ଗ୍ଲାସ୍‌ଗୋ,୩୦ା୭: ଦୁଇ ଥରର ଅଲିମ୍ପିକ୍‌ ପଦକଧାରୀ ନୀରଜ ଚୋପ୍ରାଙ୍କ ସମେତ ୩ ଭାରତୀୟ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପୁରୁଷ ଜାଭେଲିନ ଥ୍ରୋ ଫାଇନାଲରେ ପ୍ରବେଶ କରିଛନ୍ତି। ୨୦୧୮…

ରକ୍ଷାବନ୍ଧନ ପୂର୍ବରୁ ବଡ଼ ଝଟକା! ପୋଷ୍ଟ ଅଫିସ ବଢ଼ାଇଲା ସ୍ପିଡ୍ ପୋଷ୍ଟ ଦର, ଜାଣିନିଅନ୍ତୁ କେତେ…

ନୂଆଦିଲ୍ଲୀ,୩୦।୭: ଆଜି ମଧ୍ୟ, ବହୁ ସଂଖ୍ୟକ ଲୋକ ପାନ୍, ଆଧାର କିମ୍ବା ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ପଠାଇବା ପାଇଁ ସ୍ପିଡ୍ ପୋଷ୍ଟ ବ୍ୟବହାର କରିବାକୁ ପସନ୍ଦ କରନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri