୮ରେ ରତ୍ନଭଣ୍ଡାର ମାମଲାର ଶୁଣାଣି

ପୁରୀ ଅଫିସ,୬। ୫: ଆସନ୍ତା ୮ତାରିଖରେ ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ଶୁଣାଣି ହେବ। ସେହିଦିନ ଶୁଣାଣିବେଳେ କୋର୍ଟରେ ରତ୍ନଭଣ୍ଡାରର ରତ୍ନଅଳଙ୍କାର ଗଣତି ସମ୍ପର୍କରେ ରାଜ୍ୟ ସରକାର ତଥ୍ୟ ରଖନ୍ତୁ ବୋଲି ଶ୍ରୀଜଗନ୍ନାଥ ସେନା ଦାବି କରିଛି। ଏ ନେଇ ଶ୍ରୀଜଗନ୍ନାଥ ସେନାର ଆବାହକ ଆଇନଜୀବୀ ପ୍ରିୟଦର୍ଶନ ପଟ୍ଟନାୟକ ଶୁକ୍ରବାର ଆମିକସ୍‌କ୍ୟୁରିଙ୍କ ନିକଟକୁ ଏକ ଚିଠି ଲେଖିଛନ୍ତି। ଉକ୍ତ ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ, ୨୦୧୯ ନଭେମ୍ବର ୪ର ଆଦେଶକୁ ରାଜ୍ୟ ସରକାର ପାଳନ କରି ରତ୍ନଅଳଙ୍କାର ତାଲିକା ପ୍ରସ୍ତୁତ କରି ସୁପ୍ରିମ୍‌କୋର୍ଟଙ୍କୁ ଅବଗତ କରନ୍ତୁ। ଆସନ୍ତା ୮ତାରିଖରେ ହେବାକୁ ଥିବା ଉକ୍ତ ମାମଲାର ଶୁଶାଣିରେ ଏହା ଉପସ୍ଥାପନ କରାଯିବାକୁ ପଟ୍ଟନାୟକ ଦାବି କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟଙ୍କ ଆଦେଶ ଅନୁଯାୟୀ କେରଳର ଥିରୁଅନନ୍ତପୁରମ୍‌ ପଦ୍ମନାଭ ମନ୍ଦିରରେ ଥିବା ରତ୍ନଅଳଙ୍କାର ଗଣତି କରାଯାଇଥିଲା ବୋଲି ସେ ତାଙ୍କ ଚିଠିରେ ଦର୍ଶାଇଛନ୍ତି।
ସୂଚନା ଅନୁଯାୟୀ, ବହୁଚର୍ଚ୍ଚିତ ରତ୍ନଭଣ୍ଡାର ଚାବି ହଜିବା ଘଟଣା ନେଇ ଆଇନଜୀବୀ ମୃଣାଳିନୀ ପାଢ଼ୀ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ଏହି ମାମଲା ନମ୍ବର ରହିଥିଲା ୬୪୯/୨୦୧୮। ରତ୍ନଭଣ୍ଡାର ଚାବି ହଜିବାର ତଦନ୍ତ, ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି କରିବା ଓ ଶ୍ରୀମନ୍ଦିରରେ ସଂସ୍କାର ଆଣିବା ଉପରେ ଆଇନଜୀବୀ ପାଢୀ ସୁପ୍ରିମକୋର୍ଟଙ୍କ ଦୃଷ୍ଟି ଆର୍କଷଣ କରିଥିଲେ। ୨୦୧୯ ନଭେମ୍ବର ୪ରେ ସୁପ୍ରିମକୋର୍ଟ ଅନେକ ଆଦେଶ ଦେଇଥିଲେ। ତନ୍ମଧ୍ୟରେ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଗଣତି ଲାଗି ଆଦେଶ ରହିଥିଲା। ତେବେ ଏହି ଆଦେଶକୁ ୩ବର୍ଷ ପୂରିଯାଇଥିଲେ ମଧ୍ୟ ରାଜ୍ୟ ସରକାର ତାହାକୁ ଅନୁପାଳନ କରିନାହାନ୍ତି। ଅନ୍ୟପକ୍ଷରେ ରତ୍ନଭଣ୍ଡାରର ରତ୍ନଅଳଙ୍କାର ଶେଷଥର ପାଇଁ ୧୩.୫.୧୯୭୮ରୁ ୨୩.୭.୧୯୭୮ ପର୍ଯ୍ୟନ୍ତ ଗଣତି କରାଯାଇ ତାଲିକା ପ୍ରସ୍ତୁତ କରାଯାଇଥିଲା। ତେବେ ଗତ ୨୫ ତାରିଖରେ ସରକାର ସୁପ୍ରିମକୋର୍ଟରେ ଦର୍ଶାଇଛନ୍ତି, ୧୯୭୮ ମସିହାରେ ରତ୍ନଅଳଙ୍କାର ଗଣତି ହୋଇଥିଲା। ଉକ୍ତ ଅଳଙ୍କାରଗୁଡ଼ିିକ ରତ୍ନଭଣ୍ଡାରରେ ସୁରକ୍ଷିତ ଥିବା ସତ୍ୟପାଠରେ ଦର୍ଶାଯାଇଛି। ତେବେ ସରକାର ମିଥ୍ୟା ସତ୍ୟପାଠ ଦେଇଥିବା ବେଳେ ଘଟଣା ଉପରୁ ନଜର ହଟାଇବା ପାଇଁ ପ୍ରୟାସ କରୁଛନ୍ତି ବୋଲି ଶ୍ରୀଜଗନ୍ନାଥ ସେନାର ଆବାହକ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri