୮ରେ ରତ୍ନଭଣ୍ଡାର ମାମଲାର ଶୁଣାଣି

ପୁରୀ ଅଫିସ,୬। ୫: ଆସନ୍ତା ୮ତାରିଖରେ ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ଶୁଣାଣି ହେବ। ସେହିଦିନ ଶୁଣାଣିବେଳେ କୋର୍ଟରେ ରତ୍ନଭଣ୍ଡାରର ରତ୍ନଅଳଙ୍କାର ଗଣତି ସମ୍ପର୍କରେ ରାଜ୍ୟ ସରକାର ତଥ୍ୟ ରଖନ୍ତୁ ବୋଲି ଶ୍ରୀଜଗନ୍ନାଥ ସେନା ଦାବି କରିଛି। ଏ ନେଇ ଶ୍ରୀଜଗନ୍ନାଥ ସେନାର ଆବାହକ ଆଇନଜୀବୀ ପ୍ରିୟଦର୍ଶନ ପଟ୍ଟନାୟକ ଶୁକ୍ରବାର ଆମିକସ୍‌କ୍ୟୁରିଙ୍କ ନିକଟକୁ ଏକ ଚିଠି ଲେଖିଛନ୍ତି। ଉକ୍ତ ଚିଠିରେ ସେ ଉଲ୍ଲେଖ କରିଛନ୍ତି ଯେ, ୨୦୧୯ ନଭେମ୍ବର ୪ର ଆଦେଶକୁ ରାଜ୍ୟ ସରକାର ପାଳନ କରି ରତ୍ନଅଳଙ୍କାର ତାଲିକା ପ୍ରସ୍ତୁତ କରି ସୁପ୍ରିମ୍‌କୋର୍ଟଙ୍କୁ ଅବଗତ କରନ୍ତୁ। ଆସନ୍ତା ୮ତାରିଖରେ ହେବାକୁ ଥିବା ଉକ୍ତ ମାମଲାର ଶୁଶାଣିରେ ଏହା ଉପସ୍ଥାପନ କରାଯିବାକୁ ପଟ୍ଟନାୟକ ଦାବି କରିଛନ୍ତି। ପୂର୍ବରୁ ସୁପ୍ରିମକୋର୍ଟଙ୍କ ଆଦେଶ ଅନୁଯାୟୀ କେରଳର ଥିରୁଅନନ୍ତପୁରମ୍‌ ପଦ୍ମନାଭ ମନ୍ଦିରରେ ଥିବା ରତ୍ନଅଳଙ୍କାର ଗଣତି କରାଯାଇଥିଲା ବୋଲି ସେ ତାଙ୍କ ଚିଠିରେ ଦର୍ଶାଇଛନ୍ତି।
ସୂଚନା ଅନୁଯାୟୀ, ବହୁଚର୍ଚ୍ଚିତ ରତ୍ନଭଣ୍ଡାର ଚାବି ହଜିବା ଘଟଣା ନେଇ ଆଇନଜୀବୀ ମୃଣାଳିନୀ ପାଢ଼ୀ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରିଥିଲେ। ଏହି ମାମଲା ନମ୍ବର ରହିଥିଲା ୬୪୯/୨୦୧୮। ରତ୍ନଭଣ୍ଡାର ଚାବି ହଜିବାର ତଦନ୍ତ, ରତ୍ନଭଣ୍ଡାର ଅଳଙ୍କାର ଗଣତି ମଣତି କରିବା ଓ ଶ୍ରୀମନ୍ଦିରରେ ସଂସ୍କାର ଆଣିବା ଉପରେ ଆଇନଜୀବୀ ପାଢୀ ସୁପ୍ରିମକୋର୍ଟଙ୍କ ଦୃଷ୍ଟି ଆର୍କଷଣ କରିଥିଲେ। ୨୦୧୯ ନଭେମ୍ବର ୪ରେ ସୁପ୍ରିମକୋର୍ଟ ଅନେକ ଆଦେଶ ଦେଇଥିଲେ। ତନ୍ମଧ୍ୟରେ ରତ୍ନଭଣ୍ଡାରରେ ଥିବା ଅଳଙ୍କାର ଗଣତି ଲାଗି ଆଦେଶ ରହିଥିଲା। ତେବେ ଏହି ଆଦେଶକୁ ୩ବର୍ଷ ପୂରିଯାଇଥିଲେ ମଧ୍ୟ ରାଜ୍ୟ ସରକାର ତାହାକୁ ଅନୁପାଳନ କରିନାହାନ୍ତି। ଅନ୍ୟପକ୍ଷରେ ରତ୍ନଭଣ୍ଡାରର ରତ୍ନଅଳଙ୍କାର ଶେଷଥର ପାଇଁ ୧୩.୫.୧୯୭୮ରୁ ୨୩.୭.୧୯୭୮ ପର୍ଯ୍ୟନ୍ତ ଗଣତି କରାଯାଇ ତାଲିକା ପ୍ରସ୍ତୁତ କରାଯାଇଥିଲା। ତେବେ ଗତ ୨୫ ତାରିଖରେ ସରକାର ସୁପ୍ରିମକୋର୍ଟରେ ଦର୍ଶାଇଛନ୍ତି, ୧୯୭୮ ମସିହାରେ ରତ୍ନଅଳଙ୍କାର ଗଣତି ହୋଇଥିଲା। ଉକ୍ତ ଅଳଙ୍କାରଗୁଡ଼ିିକ ରତ୍ନଭଣ୍ଡାରରେ ସୁରକ୍ଷିତ ଥିବା ସତ୍ୟପାଠରେ ଦର୍ଶାଯାଇଛି। ତେବେ ସରକାର ମିଥ୍ୟା ସତ୍ୟପାଠ ଦେଇଥିବା ବେଳେ ଘଟଣା ଉପରୁ ନଜର ହଟାଇବା ପାଇଁ ପ୍ରୟାସ କରୁଛନ୍ତି ବୋଲି ଶ୍ରୀଜଗନ୍ନାଥ ସେନାର ଆବାହକ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ମା କହିଥିଲେ ଭଲ ପୁଅ ବାଛିବାକୁ; ମୁଁ ରାହୁଲକୁ ବାଛିଲି’ – ରାହୁଲ ଗାନ୍ଧୀଙ୍କ ଜଣେ ‘ଫ୍ୟାନଗର୍ଲ’ଙ୍କ ପୋଷ୍ଟର ଭାଇରାଲ

ପୁଣେ,୨୩।୮: କଂଗ୍ରେସ ସାଂସଦ ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର (୨୨ ଅଗଷ୍ଟ, ୨୦୨୬) ପୁଣେରେ ଅନୁଷ୍ଠିତ ‘ଛାତ୍ରୋଁ କି ଗୁଞ୍ଜ’…

ରେଭନ୍ତ ରେଡ୍ଡୀଙ୍କୁ ଆମେରିକା ଯିବା ପାଇଁ ମିଳିଲା ନାହିଁ ଅନୁମତି, ଜାଣନ୍ତୁ ସରକାରୀ ଅନୁମତି କିପରି ମିଳିଥାଏ

ନୂଆଦିଲ୍ଲୀ,୨୩।୮: ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀ ଏବେ ୟୁକେରୁ ସିଧାସଳଖ ଭାରତ ଫେରିବେ; ସରକାରୀ ଅନୁମୋଦନ ଅଭାବରୁ ତାଙ୍କର ଆମେରିକା ଗସ୍ତ ବାତିଲ କରାଯାଇଛି। ସେ ଇଂଲଣ୍ଡ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ପୋଲିସ କର୍ମଚାରୀଙ୍କୁ ଲାଠିରେ ମାଡ଼; ଆଖିରେ ପକାଇଲେ ଲଙ୍କା ଗୁଣ୍ଡ, ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨୩।୮: ଭାଲସ୍ବା ଡାଏରୀ ଅଞ୍ଚଳରୁ ଦିଲ୍ଲୀ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ହୋଇଥିବା ଏକ ଘଟଣା ସାମ୍ନାକୁ ଆସିଛି। ମୁକୁନ୍ଦପୁରର ଜନତା ବିହାର ଅଞ୍ଚଳରେ ବିନା କାଗଜପତ୍ରରେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

‘କଂଗ୍ରେସର ହିନ୍ଦୁ ବିରୋଧୀ କାହାଣୀ’: ମନୁ-ସ୍ମୃତିକୁ ନେଇ ରାହୁଲଙ୍କୁ ଟାର୍ଗେଟ କରିଛି ଭାଜପା

ନୂଆଦିଲ୍ଲୀ,୨୩।୮: ପୁଣେରେ ରାହୁଲ ଗାନ୍ଧୀ ଦାବି କରିଥିଲେ ଯେ ମନୁ-ସ୍ମୃତିରେ ମହିଳାମାନଙ୍କୁ ଅବମାନନା କରୁଥିବା ଶ୍ଳୋକ ଅଛି। ସେ କହିଛନ୍ତି ଯେ ପାଠ୍ୟରେ ମହିଳାମାନେ ଜୀବନର ପ୍ରତ୍ୟେକ…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri