ଥୁଆମୂଳ ରାମପୁରରେ ଜିଲାପାଳଙ୍କ ଅଭିଯୋଗ ଶୁଣାଣି: ୭୮ଟି ଆବେଦନ ଗ୍ରହଣ, ସମାଧାାନକୁ ନେଇ ଉଠିଲା ପ୍ରଶ୍ନ

ଥୁଆମୂଳ ରାମପୁର, ୨୯/୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ବ୍ଲକ ପଞ୍ଚାୟତ ସମିତି ସଭାଗୃହରେ ସୋମବାର ବ୍ଲକସ୍ତରୀୟ ସଂଯୁକ୍ତ ଜନଅଭିଯୋଗ ଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡିଓ) ଧ୍ରୁବଚରଣ ମୁଦୁଲିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ଅତିରିକ୍ତ ଜିଲା ମାଜିଷ୍ଟ୍ରେଟ (ଏଡିଏମ୍) ତନ୍ମୟ କୁମାର ଦରୱାନ, ଉପଜିଲାପାଳ ପ୍ରଭାତ କୁମାର ପରିଡା, ତହସିଲଦାର ସତ୍ୟ ସନାତନ ପାଣିଗ୍ରାହୀ ଏବଂ ଅତିରିକ୍ତ ତହସିଲଦାର ତପନ କୁମାର ପତି ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗ ଶୁଣିବା ସହ ଆବେଦନପତ୍ର ଗ୍ରହଣ କରିଥିଲେ।

ଶିବିରରେ ମୋଟ ୭୮ଟି ଅଭିଯୋଗ ଗ୍ରହଣ କରାଯାଇଥିବା ବେଳେ ସେଥିମଧ୍ୟରୁ ୨୯ଟି ସାମୂହିକ ଓ ୪୯ଟି ବ୍ୟକ୍ତିଗତ ଆବେଦନ ରହିଥିଲା। ମୁଖ୍ୟତଃ ପାନୀୟ ଜଳ ଯୋଗାଣ, ଜିଓ ମୋବାଇଲ ନେଟୱର୍କ ସ୍ଥାପନ ଓ ଦୁର୍ବଳ ସିଗନାଲ ସମସ୍ୟା, ଜମିବାଡ଼ି ବିବାଦ, ବିପର୍ଯ୍ୟସ୍ତ ରାସ୍ତାଘାଟ, ସାମାଜିକ ସୁରକ୍ଷା ଭତ୍ତା ଏବଂ ଯୋଗାଣ ବିଭାଗ ସମ୍ବନ୍ଧୀୟ ବିଭିନ୍ନ ସମସ୍ୟା ଉପସ୍ଥାପିତ ହୋଇଥିଲା।

ପ୍ରଶାସନ ପକ୍ଷରୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ଅଭିଯୋଗଗୁଡ଼ିକର ଶୀଘ୍ର ତଦନ୍ତ କରି ନିୟମାନୁଯାୟୀ ସମାଧାନ କରିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ସୁନାରାମ ସୋରେନ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ବ୍ଲକ ଓ ଜିଲାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ସହଯୋଗ କରିଥିଲେ।

ତେବେ ଏଭଳି ଅଭିଯୋଗ ଶୁଣାଣି ଶିବିରକୁ ସ୍ଥାନୀୟ ଲୋକେ ସ୍ୱାଗତ କରୁଥିବା ବେଳେ ବ୍ଲକ ମୁଖ୍ୟାଳୟର ଅନେକ ଜନଗୁରୁତ୍ୱପୂର୍ଣ୍ଣ ସମସ୍ୟା ବର୍ଷ ବର୍ଷ ଧରି ଅମୀମାଂସିତ ହୋଇ ରହିଥିବାରୁ ଅସନ୍ତୋଷ ମଧ୍ୟ ପ୍ରକାଶ ପାଇଛି। ବିଶେଷକରି ବ୍ଲକ ମୁଖ୍ୟାଳୟରେ ଏପର୍ଯ୍ୟନ୍ତ ରୋଡ୍ ଲାଇଟ୍ ବ୍ୟବସ୍ଥା ନ ହେବା, ଜିଓ ଟାୱାର ସମସ୍ୟାର ସମାଧାନ ନ ହେବା ଏବଂ ଜେଏମଏଫସି କୋର୍ଟ ଓ ଜନଗହଳିପୂର୍ଣ୍ଣ ବଜାର ନିକଟରେ ଥିବା ସାମୂହିକ ଶୌଚାଳୟରେ ତାଲା ପଡ଼ି ରହିବା ଭଳି ସମସ୍ୟା ପ୍ରଶାସନର କାର୍ଯ୍ୟଦକ୍ଷତା ଓ ଆନ୍ତରିକତା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି।

ସ୍ଥାନୀୟ ସଚେତନ ଯୁବକଯୁବତୀ ଓ ଅଭିଯୋଗକାରୀମାନଙ୍କ ମତରେ, ଏହି ଶିବିରରେ ଗ୍ରହଣ କରାଯାଇଥିବା ଅଭିଯୋଗଗୁଡ଼ିକର ପ୍ରକୃତ ସମାଧାନ ହେବ କି, ନା ପୂର୍ବବର୍ତ୍ତୀ ଶିବିରଗୁଡ଼ିକ ଭଳି କେବଳ କାଗଜପତ୍ରରେ ସୀମିତ ରହିଯିବ, ତାହା ସମୟ ହିଁ କହିବ। ବର୍ତ୍ତମାନ ପ୍ରଶାସନ ଏହି ଅଭିଯୋଗଗୁଡ଼ିକର ସମାଧାନ ଦିଗରେ କେତେ ତତ୍ପରତା ଦେଖାଉଛି, ସେଥି ଉପରେ ସମସ୍ତଙ୍କ ନଜର ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିଦା ହେଲେ ପ୍ରେମିକା! ଏଥର ସୁନିତା ଆହୁଜାଙ୍କ ହାତ ଧରିଥିବା ନଜର ଆସିଲେ ଗୋବିନ୍ଦା; ୟୁଜର୍ସ କହିଲେ…

ମୁମ୍ବାଇ,୨୯।୯: ବଲିଉଡର ବରିଷ୍ଠ ଅଭିନେତା ଗୋବିନ୍ଦାଙ୍କ ବ୍ୟକ୍ତିଗତ ଜୀବନ କିଛି ସମୟ ଧରି କ୍ରମାଗତ ଭାବେ ଚର୍ଚ୍ଚାର ବିଷୟ ପାଲଟିଛି। ସୋସିଆଲ ମିଡିଆ ଏବଂ ମନୋରଞ୍ଜନ ଜଗତରେ…

ଶେଷ ହେବ ଅପେକ୍ଷା, ଏହିଦିନ ଘୋଷଣା ହେବ 2027 ODI World Cupର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୯।୯: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ କ୍ରିକେଟ ସାଉଥ ଆଫ୍ରିକା (CSA) ଗୁରୁବାର କେପ ଟାଉନରେ ୨୦୨୭ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା କରିବେ। ଏହି କାର୍ଯ୍ୟକ୍ରମ…

ବିରାଟ କୋହଲିଙ୍କ ସହ ସମ୍ପର୍କକୁ ନେଇ ମୁହଁ ଖୋଲିଲେ ରୋହିତ ଶର୍ମା, କହିଲେ,‘ଏହି କାରଣରୁ କମିଯାଇଛି ଯୋଗାଯୋଗ’

ନୂଆଦିଲ୍ଲୀ,୨୯।୯: ପ୍ରଥମ ଦିନିକିଆ ମ୍ୟାଚରେ ୱେଷ୍ଟଇଣ୍ଡିଜ ବିପକ୍ଷରେ ଆଠ ୱିକେଟର ଜବରଦସ୍ତ ବିଜୟ ପରେ, ଭାରତୀୟ ଦଳ ଦ୍ୱିତୀୟ ମ୍ୟାଚ ପାଇଁ ପ୍ରସ୍ତୁତି ଚଳାଇଛି। ବୁଧବାର ହେବାକୁ…

ଶାଗ ତୋଳିବାକୁ ଯାଇ ମୁକୁଳା ଡ୍ରେନରେ ପଡିଗଲେ ବ୍ୟକ୍ତି, ତାପରେ….

ଭଦ୍ରକ,୨୯।୯(ସନାତନ ରାଉତ): ମୁକୁଳା ଡ୍ରେନ୍ ନେଲା ଜୀଵନ । ଭଦ୍ରକ ବାଇପାସ ସ୍ଥିତ କେନାଲ ଡିଭିଜନ ଅଫିସ ଭିତର ଡ୍ରେନରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି…

ଜ୍ଞାନେଶ କୁମାରଙ୍କ ବିରୋଧରେ ଦାଏର ଆବେଦନର ଶୁଣାଣି କରିବେ ସୁପ୍ରିମକୋର୍ଟ; ଏହା ଏକ ଗୁରୁତ୍ୱପୂର୍ଣ୍ଣ ବିଷୟ ବୋଲି କହିଲେ ଓକିଲ

ନୂଆଦିଲ୍ଲୀ,୨୯।୯: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଏକପାଖିଆ ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରୁଥିବା ଏକ ଆବେଦନ ଉପରେ ସୁପ୍ରିମକୋର୍ଟ ଆସନ୍ତା ସପ୍ତାହରେ ଶୁଣାଣି କରିବେ। ମଙ୍ଗଳବାର…

କମିବ LPG-Petrolର ମୂଲ୍ୟ, ଶେଷ ହେବ ହର୍ମୁଜ ପ୍ରସଙ୍ଗ, ଇରାନ ଯୁଦ୍ଧକୁ ନେଇ ଡୋନାଲ୍ଡ ଟ୍ରମ୍ପଙ୍କ ବଡ ଘୋଷଣା

ଓ୍ବାଶିଂଟନ,୨୯।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ସହ ଚାଲିଥିବା ବିବାଦ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ଘୋଷଣା କରି କହିଛନ୍ତି ଯେ ଏହି ଯୁଦ୍ଧ ଶୀଘ୍ର ଶେଷ…

ହୋଟେଲରେ ଯୁବତୀଙ୍କୁ ନିର୍ଯାତନା; ଅଚେତ ଅବସ୍ଥାରେ ବଳାତ୍କାର, ଆପତ୍ତିଜନକ ଭିଡିଓ କରି ଭାଇରାଲ୍‌ କଲେ ଯୁବକ

ପାଟନା,୨୯।୯: ବିହାରର ବେଗୁସରାଇରେ ଜଣେ ଯୁବତୀଙ୍କୁ ହୋଟେଲକୁ ନେଇ ମାଡ଼ ମାରିବା ଏବଂ ବଳାତ୍କାର କରିବା ଅଭିଯୋଗ ସାମ୍ନାକୁ ଆସିଛି । ଏହାପରେ ଯୁବତୀଙ୍କ ଆପତ୍ତିଜନକ ଭିଡିଓ…

ପ୍ରଥମଥର ପାଇଁ ଆରମ୍ଭ ହେଲା ‘ଅଲ-ଫର୍ମାଟ’ ଟୁର୍ନାମେଣ୍ଟ: କ୍ରିକେଟ୍‌ ଜଗତରେ ଚହଳ, ଜାଣନ୍ତୁ ଏହା କ’ଣ

ଢାକା,୨୯।୯: କ୍ରିକେଟ୍‌ରେ ନୂଆ ପରୀକ୍ଷଣ କରିବାକୁ ଯାଉଛି ବାଂଲାଦେଶ। ତମିମ ଇକବାଲଙ୍କ ଅଧ୍ୟକ୍ଷତାରେ ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ‘ଡି-୩’ ବା ‘ଡୋମେଷ୍ଟିକ ୩’ ନାମରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?