ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

କୋକସରା,୧୦ା୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କୋକସରା ବ୍ଲକ୍‌ କାର୍ଯ୍ୟାଳୟଠାରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି। କୋକସରା ବିଡିଓ ଡ. ହିମାଞ୍ଚଳ ମାଝୀଙ୍କ ଅଧ୍ୟକ୍ଷତାରେ କଳାହାଣ୍ଡି ଜିଲାପାଳ ପାୱାର ସଚିନ ପ୍ରକାଶ, ଜିଲା ଆରକ୍ଷୀ ଅଧୀକ୍ଷକ ନାଗରାଜ ଦେବରକୋଣ୍ଡା, ଧର୍ମଗଡ଼ ଉପଜିଲାପାଳ ଧୀମାନ ଚକମା, ଜିଲା ପରିଷଦ କାର୍ଯ୍ୟାଳୟ ଅଧିକାରୀ ସିଡିଓ ଦୟାମୟ ପାଢ଼ୀ, କୋକସରା ତହସିଲଦାର କ୍ଷୀରୋଧ ନାଗ, ବ୍ଲକ୍‌ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲଙ୍କ ସମେତ ବିଭିନ୍ନ ବିଭାଗର ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ। ଶିବିରରେ ବ୍ଲକ୍‌ର ୨୨ ପଞ୍ଚାୟତରୁ ୫୪ ଜଣ ହିତାଧିକାରୀ ଜିଲାପାଳଙ୍କୁ ଅଭିଯୋଗ ପତ୍ର ଦାଖଲ କରିଥିଲେ। ଜିଲାପାଳ ଓ ଅନ୍ୟ ଅଧିକାରୀ ଅଭିଯୋଗ ଶୁଣିବା ସହ ଉପସ୍ଥିତ ବିଭାଗୀୟ ଅଧିକାରୀଙ୍କୁ ସମାଧାନ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ସଚେତନ ନାଗରିକ ମଞ୍ଚ ପକ୍ଷରୁ କୋକସରାଠାରେ ପ୍ରସ୍ତାବିତ ନୂତନ ବସ୍‌ଷ୍ଟାଣ୍ଡ ନିର୍ମାଣ କରିବା, କୋକସରା ମିନି ଷ୍ଟାଡିୟମ ପାଇଁ ଜମି ଆବଣ୍ଟନ, ପ୍ରସ୍ତାବିତ ଆଦର୍ଶ ଶ୍ମଶାନ ନିର୍ମାଣରେ ଜମି ଆବଣ୍ଟନ ତୁରନ୍ତ ଫଇସଲା ପାଇଁ ଦାବି କରାଯାଇଥିଲା। ମେଗା ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟରେ ଠିକାସଂସ୍ଥା ରାସ୍ତାକଡ଼ରେ କାର୍ଯ୍ୟ ପରେ ମରାମତି ନ କରିବା ଯୋଗୁ ରାସ୍ତା ଅବସ୍ଥା ଶୋଚନୀୟ ହେଉଥିବା ଭଳି ଅଭିଯୋଗ ଆସିଥିଲା। କାର୍ଯ୍ୟକ୍ରମ ପରଚାଳନାରେ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ବେହେରା, ଯୋଗାଣ ଅଧିକାରୀ ଜଗାରାମ ମୁର୍ମୁ, କନିଷ୍ଠ ଯନ୍ତ୍ରୀ କୀର୍ତ୍ତି ବେହେରା, ଅଜୟ ସେନାପତିଙ୍କ ସମେତ ବ୍ଲକ୍‌ କର୍ମଚାରୀ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?