Posted inରାଜ୍ୟ

ଆଜି ସୁପ୍ରିମକୋର୍ଟରେ ଡିଜିପି ଚୟନ ଶୁଣାଣି

ଭୁବନେଶ୍ୱର, ୨୨।୯(ସୁନିତ୍‌ ମିଶ୍ର): ଓଡ଼ିଶାର ଡିଜିପି ଚୟନ ନେଇ ସୁପ୍ରିମକୋର୍ଟରେ ମଙ୍ଗଳବାର ଶୁଣାଣି ହେବ। ଏନେଇ ସୁପ୍ରିମକୋର୍ଟଙ୍କ ଲିଷ୍ଟିଂରେ ଓଡ଼ିଶା ଡିଜିପି ଚୟନ ପ୍ରସଙ୍ଗକୁ ସାମିଲ କରାଯାଇଛି। ଏହି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ସୁପ୍ରିମକୋର୍ଟଙ୍କ ରାୟ କ’ଣ ଆସୁଛି ତାକୁ ନେଇ ସମସ୍ତଙ୍କ ନଜର ରହିଛି। ବର୍ତ୍ତମାନ ରାଜ୍ୟରେ ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ବିନୟତୋଷ ମିଶ୍ର କାମଚଳା ପୋଲିସ ଡିଜି ଭାବେ କାର୍ଯ୍ୟ ତୁଲାଉଛନ୍ତି। ତାଙ୍କ କାର୍ଯ୍ୟକାଳ ନଭେମ୍ବର ୩୦ ତାରିଖରେ ଶେଷ ହେବ। ତେଣୁ ଏହି ପ୍ରସଙ୍ଗରେ ତୁରନ୍ତ ଶୁଣାଣି କରିବା ପାଇଁ ରାଜ୍ୟ ସରକାରଙ୍କ ଆଡ୍‌ଭୋକେଟ୍‌ ଜେନେରାଲ ପୀତାମ୍ବର ଆଚାର୍ଯ୍ୟ ମଧ୍ୟ ନିବେଦନ କରିଥିବା କଥା କହିଛନ୍ତି। ପୋଲିସ ଡିଜିପି ଚୟନରେ ରାଜ୍ୟ ସରକାର ସ୍ବଚ୍ଛତା ରଖି ନ ଥିବା ଏବଂ ୨୦୦୬ ପ୍ରକାଶ ସିଂ ମାମଲାରେ ସୁପ୍ରିମକୋର୍ଟ ଦେଇଥିବା ରାୟକୁ ଅନୁପାଳନ କରିନାହାନ୍ତି ବୋଲି ବାଲେଶ୍ୱରର ଜୟନ୍ତ ଦାସ ଅଭିଯୋଗ କରି ଜନସ୍ବାର୍ଥ ମାମଲା ଦାଏର କରିଛନ୍ତି। ଜୟନ୍ତଙ୍କ ପିଆଇଏଲ୍‌କୁ ସୁପ୍ରିମକୋର୍ଟଙ୍କ ସହଯୋଗୀ ଆମିକସ୍‌କ୍ୟୁରୀ ମଧ୍ୟ ଠିକ୍‌ ବୋଲି ଦର୍ଶାଇବା ସହିତ ସରକାର ଅନେକଗୁଡିଏ ନିଷ୍ପତ୍ତିରେ ସ୍ବଚ୍ଛତା ରଖିନାହାନ୍ତି ବୋଲି ରିପୋର୍ଟ ଦେଇଛନ୍ତି। ଅନ୍ୟପଟେ ୧୯୯୩ ବ୍ୟାଚ୍‌ ଆଇପିଏସ୍‌ ଅଫିସର ତଥା ବର୍ତ୍ତମାନ ଓଡ଼ିଶାର ଜେଲ୍‌ ଡିଜି ଥିବା ସୁଶାନ୍ତ କୁମାର ନାଥ ମଧ୍ୟ ରାଜ୍ୟ ସରକାର ତାଙ୍କ କ୍ଷେତ୍ରରେ ଅନ୍ୟାୟ କରିଥିବା ଅଭିଯୋଗ କରି ସୁପ୍ରିମକୋର୍ଟରେ ଦାଏର ଉକ୍ତ ପିଆଇଏଲ୍‌ର ଏକ ପକ୍ଷ ହୋଇଛନ୍ତି। ମାତ୍ର ରାଜ୍ୟ ସରକାର ଡିଜିପି ଚୟନରେ କୌଣସି ଅନିୟମିତତା କରିନାହାନ୍ତି ବୋଲି ଯୁକ୍ତି ରଖିଛନ୍ତି। ତେବେ ମଙ୍ଗଳବାର ଏହି ବିଷୟରେ ସୁପ୍ରିମକୋର୍ଟରେ ଶୁଣାଣି ହେଉଛି ନା ପୁଣିଥରେ ଆଗକୁ ତାରିଖ ଗଡ଼ିବ ସେଥିପ୍ରତି ସମସ୍ତଙ୍କ ନଜର ରହିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

Asian Games: ପ୍ରଥମ ସେଟ ଜିତିବା ପରେ କ୍ୱାର୍ଟର ଫାଇନାଲରେ ପ୍ରଶଂସକଙ୍କୁ ନିରାଶ କଲେ ପି.ଭି. ସିନ୍ଧୁ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ମହିଳା ବ୍ୟାଡମିଣ୍ଟନ ଦଳଗତ କ୍ୱାର୍ଟର ଫାଇନାଲରେ, ଭାରତୀୟ ଦଳ ଜାପାନ ବିପକ୍ଷ ପ୍ରାରମ୍ଭିକ ମ୍ୟାଚରେ ପରାଜିତ ହୋଇଛି। ୟାମାଗୁଚିଙ୍କ ବିପକ୍ଷ ମୁକାବିଲାରେ…

ହସ୍ପିଟାଲରେ ନିଆଁ, ଜଣେ ଶିଶୁ ମୃତ, ୨୮ ଉଦ୍ଧାର

ଆଦିଲାବାଦ,୨୨।୯: ତେଲଙ୍ଗାନାର ଆଦିଲାବାଦ ସ୍ଥିତ ରାଜୀବ ଗାନ୍ଧୀ ଇନଷ୍ଟିଚ୍ୟୁଟ ଅଫ ମେଡିକାଲ ସାଇନ୍ସେସ (RIMS) ହସ୍ପିଟାଲର ଶିଶୁ ବିଭାଗରେ ନିଆଁ ଲାଗିବା ଫଳରେ ଏକ ନବଜାତ ଶିଶୁର…

ଗଣମାଧ୍ୟମ ସହ ବିବାଦ ମଧ୍ୟରେ ବଡ଼ ପଦକ୍ଷେପ ନେଲେ ଟ୍ରମ୍ପ, ଲଞ୍ଚ କଲେ ନିଜର TV ଚ୍ୟାନେଲ

ଓ୍ବାଶିଂଟନ,୨୨।୯: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଜଡ଼ିତ ‘ଟ୍ରମ୍ପ ଟିଭି’ (Trump TV) ବର୍ତ୍ତମାନ ଲାଇଭ ଷ୍ଟ୍ରିମିଂ ସୁବିଧା ଯୋଗାଇବ। ଏହି ପ୍ଲାଟଫର୍ମ ସପ୍ତାହର ସାତୋଟି…

୫୩ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ଦୁର୍ଘଟଣା, ଟ୍ରକକୁ ପଛରୁ ପିଟିଲା DJ ଗାଡ଼ି

ଜମନକିରା,୨୨।୯(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ୫୩ ନମ୍ବର ଜାତୀୟ ରାଜପଥ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ରାସ୍ତା କଡ଼ରେ ଠିଆ ହୋଇଥିବା…

UPI Charges: ୟୁପିଆଇକୁ ନେଇ ବଡ଼ କଥା କହିଲେ ଅର୍ଥମନ୍ତ୍ରୀ ସୀତାରାମଣ

ନୂଆଦିଲ୍ଲୀ,୨୨।୯: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମଣ UPI ପାଇଁ ଲାଗୁ ହେବାକୁ ଥିବା ନୂତନ ‘ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ସମ୍ବନ୍ଧୀୟ ସ୍ଥିତିକୁ ସ୍ପଷ୍ଟ କରିଛନ୍ତି। ସେ…

ONGCର ବଡ଼ ସଫଳତା, ଓଡ଼ିଶା ଉପକୂଳରେ ଗ୍ୟାସ୍‌ର ସନ୍ଧାନ

ନୂଆଦିଲ୍ଲୀ,୨୨।୯: ଓଡ଼ିଶା ଉପକୂଳରେ କୋଣାର୍କଠାରୁ ପ୍ରାୟ ୪୩ କି.ମି. ଦୂରରେ ଭାରତୀୟ ରାଷ୍ଟ୍ରାୟତ୍ତ କମ୍ପାନୀ ଅଏଲ୍‌ ଆଣ୍ଡ୍‌ ନ୍ୟାଚୁରାଲ ଗ୍ୟାସ୍‌ କର୍ପୋରେଶନ ଲିଃ (ଓଏନ୍‌ଜିସି) ଗ୍ୟାସ୍‌ର ସନ୍ଧାନ…

ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀଙ୍କ ଦେହାନ୍ତ

ମୁମ୍ବାଇ, ୨୨।୯: ୧୯୭୦ ଓ ୧୯୮୦ ଦଶକର ବଙ୍ଗଳା ଏବଂ ହିନ୍ଦୀ ସିନେମାକୁ ନିଜର ଦୀପ୍ତିମୟ ଅଭିନୟରେ ସମୃଦ୍ଧ କରିଥିବା ବିଶିଷ୍ଟ ଅଭିନେତ୍ରୀ ମିଠୁ ମୁଖାର୍ଜୀ ଆଉ…

ବିହାର ଅସଦାଚରଣ ମାମଲା: ୩ ଗିରଫ

ପାଟନା, ୨୨।୯: ବିହାରର ଜାମୁଇ ଜିଲାରେ ୧୦ମ ଶ୍ରେଣୀର ୨ଜଣ ଛାତ୍ରୀଛାତ୍ରଙ୍କୁ ଅସଦାଚରଣ ଏବଂ ମାଡ଼ ମାରିବା ଘଟଣାରେ ପୋଲିସ ୩ ଜଣ ନାବାଳକଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?