ବ୍ଲକ ପ୍ରଶାସନ ପକ୍ଷରୁ ହାତକୁ ନିଆଯାଇଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଶୁଣାଣି

ଦାରିଙ୍ଗବାଡ଼ି,୨୪ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ମଧ୍ୟରେ ବୁଧବାର ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାର ଜନଶୁଣାଣି କାର୍ଯ୍ୟକ୍ରମ ବିଡିଓ ପ୍ରୀତିରଞ୍ଜନ ରଥଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଅକ୍ଟୋବର ୨୦୨୪ ଠାରୁ ମାର୍ଚ୍ଚ ୨୦୨୫ ପର୍ଯ୍ୟନ୍ତ ଏହି ଯୋଜନାରେ କରାଯାଇଥିବା ବିଭିନ୍ନ କାର୍ଯ୍ୟ ସମ୍ପର୍କରେ ଶୁଣାଣି କରାଯାଇଥିଲା। ଏହି ପ୍ରରିପ୍ରେକ୍ଷୀରେ ବ୍ଲକର ୨୫ଟି ପଞ୍ଚାୟତରେ ଏହି ଯୋଜନାରେ ବ୍ଲକ ପ୍ରଶାସନ ପକ୍ଷରୁ ହାତକୁ ନିଆଯାଇଥିବା ବିଭିନ୍ନ ପ୍ରକଳ୍ପ ଓ ଉକ୍ତ ଯୋଜନାରେ ରହିଥିବା ବିଭିନ୍ନ ସମସ୍ୟା ସମ୍ପର୍କରେ ଅଭିଯୋଗ ଶୁଣାଣି ହୋଇଥିଲା। ମୋଟ୍‌ ୧୭ ଶହ ୩୯ଟି ପ୍ରକଳ୍ପ ହାତକୁ ନିଆଯାଇଥିବା ବେଳେ ସେଥିରେ ଗାଁକୁ ସଂଯୋଗୀ ରାସ୍ତା ସହ ସେଚନ ପାଇଁ କେନାଲ କାର୍ଯ୍ୟ, ବ୍ୟକ୍ତିଗତ ଜମି ଉନ୍ନୟନ କାର୍ଯ୍ୟ ଆଦି ହାତକୁ ନିଆଯାଇଛି। ସେଥିରୁ ମୋଟ୍‌ ୧ ହଜାର ୩୪ଟି ପ୍ରକଳ୍ପ କାର୍ଯ୍ୟ ଶେଷ ହୋଇଥିବା କୁହାଯାଇଥିଲା

ସେହିପରି ୧୯ ଶହ ୬୦ଜଣ ଜବ୍‌କାର୍ଡ ପାଇଁ ପଞ୍ଜୀକୃତ କରିଥିବାବେଳେ ସମସ୍ତଙ୍କୁ ଏହା ଯୋଗାଇଦିଆଯାଇଥିବା କୁହାଯାଇଥିଲା। ସେହିପରି ୯ ହଜାର ୩ ଶହ ୮ ପରିବାର କାର୍ଯ୍ୟ ଯୋଗାଇଦେବାକୁ ଆବେଦନ କରିଥିଲେ। ସେ ସମସ୍ତ ଆବେଦନ ଶ୍ରମିକ ପରିବାରକୁ କାର୍ଯ୍ୟ ଯୋଗାଇ ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧ ହଜାର ୬ ଶହ ୭୫ ଶ୍ରମିକ ପରିବାର ଶହେ ଦିନର କାର୍ଯ୍ୟ ସାରିଥିବା କୁହାଯାଇଥିଲା। ମୋଟ୍‌ ୩ ଲକ୍ଷ ୩୨ ହଜାର ୫୦୪ ଶ୍ରମ ଦିବସ ସୃଷ୍ଟି କରାଯାଇଥିବା ଜନ ଶୁଣାଣିରେ କୁହାଯାଇଥିଲା ଏହି କାର୍ଯ୍ୟକ୍ରମରେ ସହକାରୀ ନିର୍ବାହୀଯନ୍ତ୍ରୀ ସଞ୍ଜୟ ରଥ, ଏପିଓ କେଦାରଚନ୍ଦ୍ର ପଣ୍ଡା,ବ୍ଲକ ସୋସିଆଲ ଅଡିଟର ରତ୍ନାକର ମନ୍ତ୍ରୀ,ବିଭିନ୍ନ ପଞ୍ଚାୟତର ସରପଞ୍ଚ,ସମିତି ସଦସ୍ୟାସଦସ୍ୟ, କନିଷ୍ଠ ଯନ୍ତ୍ରୀ, ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ,ଏଡଇଓ, ଭିଆରପି, ଗାଁ ସାଥୀମାନେ ଉପସ୍ଥିତ ରହିଥିଲେ। ସେହିପରି ଏହି ଯୋଜନାର ଉପଭୋକ୍ତାମାନେ ମଧ୍ୟ ଉପସ୍ଥିତ ରହି ତାଙ୍କ ଅଭିଯୋଗଗୁଡ଼ିକ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁ କରୁ ଚାଲିଗଲା ଜୀବନ: ବିଦ୍ୟୁତ୍ ସଂସ୍ପର୍ଶରେ ଆସି ୨୭ ବର୍ଷୀୟା ମହିଳା ଶ୍ରମିକଙ୍କ ମୃତ୍ୟୁ

ଦାରିଙ୍ଗବାଡ଼ି,୧୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ବୁର୍ଜୁବାଡ଼ି ବିଦ୍ୟାଳୟ ସମ୍ମୁଖରେ ଏକ ନିର୍ମାଣାଧୀନ କୋଠାରେ ବିଦ୍ୟୁତ୍ ଆଘାତ ଲାଗି ଜଣେ ମହିଳା ଶ୍ରମିକଙ୍କ…

ଅମାନିଆ ବାଇକ ଚାଳକଙ୍କୁ ସାବଡ଼ କଲା ଦାରିଙ୍ଗବାଡି ପୋଲିସ, ୮ ବାଇକ ଜବତ

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ପାର୍ବଣ ଋତୁ ପାଇଁ ବଜାର ଚଳ ଚଞ୍ଚଳ ରହିଛି । ବଜାର ଛକରେ ଏକାଧିକ ଗଣେଶ ମେଢ଼ ରହିଥିବା ବେଳେ ଭିଡ଼ ଲାଗି ରହିଛି…

ଦାରିଙ୍ଗବାଡ଼ିର ଦୁର୍ଗମ ପାହାଡ଼ରୁ ମେଡିକାଲ କଲେଜ: ୩ ବର୍ଷରେ NEET କ୍ଲିୟର କଲେ ୮ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୫।୯(ଅରୁଣ ସାହୁ): ଓଡିଶାର କାଶ୍ମୀର ଭାବେ ପରିଚିତ ଦାରିଙ୍ଗବାଡି ଏକ ବୃହତ ବ୍ଲକ ଭାବେ ପରିଚିତ । ଏଠାରେ ବଣ, ଜଙ୍ଗଲ ଘେରା ଦୁର୍ଗମ ପାହାଡ଼ ଉପରେ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ଦୁର୍ଗାପୂଜା ପାଇଁ ଶୁଭ ଖୁଣ୍ଟି ସ୍ଥାପନ

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଗଣେଶ ଚତୁର୍ଥୀ ଅବସରରେ ଆସନ୍ତା ଦଶହରା ପୂଜା ପାଇଁ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ, ସନ୍ଦେହ ଘେରରେ ଘରମାଲିକ

ତୁମୁଡ଼ିବନ୍ଧ,୧୩ା୯(ଦୀପକ କୁମାର ପରାସେଠ): ପାଇଖାନା ଗର୍ତ୍ତରେ ଭାସୁଛି ନବଜାତ ଶିଶୁର ମୃତଦେହ। ଏପରି ଏକ ସମ୍ବେଦନଶୀଳ ତଥା ଅମାନୁଷିକ ଘଟଣା କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?