ଜନତାଙ୍କ ଅଭିଯୋଗ ଶୁଣାଣି ମୋ ପାଇଁ ସର୍ବୋଚ୍ଚ: ନବୀନ

ଭୁବନେଶ୍ୱର,୨୬ା୯(ଅନିଲ ଦାସ):ଆମେ ସମସ୍ତେ ଜନତାଙ୍କ ସେବକ। ଜନସାଧାରଣଙ୍କ ଅଭିଯୋଗର ଶୁଣାଣି ଆମର ସର୍ବୋଚ୍ଚ ପ୍ରାଥମିକତା। ଜନସାଧାରଣଙ୍କ ଖୁସିରେ ଲୋକ ପ୍ରତିନିଧିମାନେ ଖୁସି। ବିରୋଧୀ ଦଳର ସଦସ୍ୟମାନେ କେବଳ ରାଜନୈତିକ କାରଣ ଦୃଷ୍ଟିରୁ ଅସନ୍ତୁଷ୍ଟ ହେଉଛନ୍ତି। ମୋ ସରକାର ପାଇଁ ଜନସାଧାରଣ ହେଉଛନ୍ତି ପ୍ରଥମ। ଏହାକୁ ସର୍ବୋତ୍ତମ ଭାବରେ ସମ୍ପାଦନ କରିବା ପାଇଁ ମୁଁ କାମ କରିଚାଲିବି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ବିଧାନସଭାରେ ଏଭଳି କିଛି ତଥ୍ୟ ଉପସ୍ଥାପନ କରି ବିରୋଧୀଙ୍କୁ କଡ଼ା ଜବାବ ଦେଇଛନ୍ତି।
ଗତ କିଛିମାସ ଧରି ବିରୋଧୀ ଦଳଗୁଡ଼ିକ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟଶୈଳୀ ଓ ତାଙ୍କ ବ୍ୟକ୍ତିଗତ ସଚିବଙ୍କ ଜିଲାଗସ୍ତକୁ ନେଇ ବିରୋଧ କରିବା ସହ ସମାଲୋଚନା କରି ଆସୁଛନ୍ତି। ସୋମବାର ବିଧାନସଭାରେ ମଧ୍ୟ ମୁଖ୍ୟ ବିରୋଧୀ ଦଳ ଭାଜପା ମନ୍ତ୍ରୀ ବନାମ ଅଫିସର ପ୍ରସଙ୍ଗକୁ ନେଇ ପ୍ରବଳ ହଟ୍ଟଗୋଳ କରି ଗୃହକୁ ଅଚଳ କରିଥିଲେ। ବିରୋଧୀଙ୍କ ଏଭଳି ଅଭିଯୋଗକୁ କଡ଼ା ଜବାବ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ଜନସାଧାରଣଙ୍କ ଅଭିଯୋଗ ସମାଧାନ ଉପରେ ସବୁବେଳେ ସର୍ବୋଚ୍ଚ ପ୍ରାଥମିକତା ଦେଇ ଆସିଛନ୍ତି। କୋଭିଡ୍‌ ମହାମାରୀ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଭୁବନେଶ୍ୱରରେ ଅଭିଯୋଗ ଶୁଣାଣି କରି ସମାଧାନ ପାଇଁ ପଦକ୍ଷେପ ନେଉଥିଲା। ସାରା ରାଜ୍ୟର ବିଭିନ୍ନ ଅଞ୍ଚଳରୁ ଲୋକମାନେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସି ସେମାନଙ୍କ ଅଭିଯୋଗ ଦାଖଲ କରୁଥିଲେ। ସୁଦୃଢ଼ ଅଭିଯୋଗ ଶୁଣାଣି ବ୍ୟବସ୍ଥା ଜରିଆରେ ସେଗୁଡିକର ସମାଧାନ କରାଯାଉଥିଲା। ରାଜ୍ୟର ସର୍ବୋଚ୍ଚ କାର୍ଯ୍ୟାଳୟରେ ପହଞ୍ଚି ଅଭିଯୋଗ ଜଣାଇବା ବ୍ୟବସ୍ଥା ଲୋକମାନଙ୍କ ମନରେ ବ୍ୟବସ୍ଥା ପ୍ରତି ଆସ୍ଥା ସୃଷ୍ଟି କରୁଥିଲା। କୋଭିଡ୍‌ ସମୟରେ କଟକଣା ଯୋଗୁ ପ୍ରାୟ ୨ ବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିଥିଲା। ପରିସ୍ଥିତି ସ୍ବାଭାବିକ ହେବା ପରେ ଏହା ପୁଣି ଥରେ ତା’ର କାର୍ଯ୍ୟ ଆରମ୍ଭ କରିଥିଲା। ତେବେ କୋଭିଡ୍‌ ପରବର୍ତ୍ତୀ ସମୟରେ ଅଭିଯୋଗ ପ୍ରକୋଷ୍ଠକୁ ଆସୁଥିବା ଲୋକଙ୍କ ସଂଖ୍ୟା ତଥା ଅଭିଯୋଗର ହାରାହାରି ସଂଖ୍ୟାରେ ହ୍ରାସ ପରିଲକ୍ଷିତ ହେଲା। ୨ ବର୍ଷ ଧରି କୋଭିଡ୍‌ କଟକଣା ଲାଗୁ ରହିବା ଫଳରେ ଅଭିଯୋଗ ସମାଧାନରେ ସମସ୍ୟା ଦେଖାଦେଇଥିଲା। ତେଣୁ ଲୋକଙ୍କ ଘର ପାଖରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ନେଇ ପହଞ୍ଚାଇବା ପାଇଁ ସେ ଚିନ୍ତା କରିଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରାଜ୍ୟର ସବୁ ବ୍ଲକ ଓ ସବୁ ସହରାଞ୍ଚଳରେ କମ୍‌ ସମୟ ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ କିପରି ପହଞ୍ଚିପାରିବ ସେ ଦିଗରେ ପଦକ୍ଷେପ ନିଆଯାଇଥିଲା। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ୱାରା ପରିଚାଳିତ। ମୋ ନିର୍ଦ୍ଦେଶକ୍ରମେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ରାଜ୍ୟର ବିଭିନ୍ନ ଜିଲାରେ ବିକେନ୍ଦ୍ରିତ ଅଭିଯୋଗ ଶୁଣାଣି ପରିଚାଳନା କଲା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ୬ ମାସ ମଧ୍ୟରେ ରାଜ୍ୟର ୧୯୦ରୁ ଅଧିକ ସ୍ଥାନରେ ଏହି ଅଭିଯୋଗ ଶୁଣାଣି ଆୟୋଜନ କରାଯାଇଛି। ପ୍ରତ୍ୟେକ ଦିନ ୩ରୁ ୫ଟି ସ୍ଥାନରେ ଅଭିଯୋଗ ଶୁଣାଣି ହୋଇଛି। ଏହି ପ୍ରକ୍ରିୟାରେ ଲୋକଙ୍କଠାରୁ ୫୭୪୪୨ଟି ଦରଖାସ୍ତ ଗ୍ରହଣ କରାଯାଇଛି। ଆଜି ପର୍ଯ୍ୟନ୍ତ ୪୩୫୩୬ଟି ଦରଖାସ୍ତର ଫୈସଲା କରାଯାଇଛି। ଏହି ସମ୍ପୂର୍ଣ୍ଣ ବ୍ୟବସ୍ଥା ବୈଷୟିକ ଜ୍ଞାନକୌଶଳର ପ୍ରୟୋଗ ଦ୍ୱାରା ସ୍ବଚ୍ଛତାର ସହ ସମ୍ପାଦନ କରାଯାଇଛି। ଏହି ସମସ୍ତ ଦରଖାସ୍ତ ଏବଂ ତା’ ଉପରେ ନିଆଯାଇଥିବା କାର୍ଯ୍ୟାନୁଷ୍ଠାନ ତଥା ଫୈସଲାର ବିଭିନ୍ନ ପର୍ଯ୍ୟାୟର ସମ୍ପୂର୍ଣ୍ଣ ବିବରଣୀ ଜନଶୁଣାଣି ପୋର୍ଟାଲରେ ସ୍ଥାନିତ ହୋଇଛି। ଉତ୍ତରାଧିକାରୀ ସ୍ବତ୍ୱ ସଂକ୍ରାନ୍ତୀୟ ବିଷୟଗୁଡ଼ିକ ବାରମ୍ବାର ଆଲୋଚନା ଜରିଆରେ ସମାଧାନ ପାଇଁ ପଦକ୍ଷେପ ନିଆଯାଉଛି। ଦୀର୍ଘଦିନ ଧରି ପଡ଼ି ରହିଥିବା ଏହି ସମସ୍ୟାଗୁଡ଼ିକର ଆଗାମୀ ୨ରୁ ୩ ମାସ ମଧ୍ୟରେ ସମାଧାନ ହୋଇଯିବ ବୋଲି ମୁଖ୍ୟମନ୍ତ୍ରୀ ଆଶା କରିଛନ୍ତି। ଅଭିଯୋଗକାରୀଙ୍କୁ ଲିଖିତ ଉତ୍ତର ଦିଆଯାଉଛି। ମୋ ସରକାର ଜରିଆରେ ଫୋନ୍‌ କରାଯାଇ ସେମାନଙ୍କଠାରୁ ମତାମତ ମଧ୍ୟ ସଂଗ୍ରହ କରାଯାଉଛି। ଦେଶର ଯେ କୌଣସି ସରକାରଙ୍କ ଦ୍ବାରା ପରିଚାଳିତ ଜନସାଧାରଣଙ୍କ ଅଭିଯୋଗର ସମାଧାନ ନିମନ୍ତେ ଥିବା ବ୍ୟବସ୍ଥା ମଧ୍ୟରେ ଏହା ହେଉଛି ସର୍ବୋତ୍କୃଷ୍ଟ ବ୍ୟବସ୍ଥା ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। କୋଭିଡ୍‌ ପରିଚାଳନା ସମ୍ପର୍କରେ ତଦାରଖ କରିବା ପାଇଁ ବରିଷ୍ଠ ଅଧିକାରୀମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ସେହି ଟିମ୍‌ ବିଭିନ୍ନ ସ୍ଥାନକୁ ପଠାଯାଇଥିଲା। ଯେତେବେଳେ ସମସ୍ତେ ଘର ଭିତରେ ଆବଦ୍ଧ ଥିଲେ, ସେତେବେଳେ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟର ଟିମ୍‌ ନିଜ ଜୀବନକୁ ବିପନ୍ନ କରି ବରିଷ୍ଠ ଅଧିକାରୀମାନଙ୍କ ସହ ଜିଲାରୁ ଜିଲାକୁ ବୁଲି କୋଭିଡ୍‌ ପରିସ୍ଥିତିର ତଦାରଖ କରୁଥିଲେ ଏବଂ ଲୋକମାନଙ୍କର ମତାମତ ନେଉଥିଲେ। ଏହି ବ୍ୟବସ୍ଥା ଆମକୁ ତ୍ୱରିତ୍‌ ନିଷ୍ପତ୍ତି ନେବାରେ ସହାୟକ ହୋଇଥିଲା। ଫଳରେ ଆମେ ଆମ ରାଜ୍ୟବାସୀଙ୍କର ଅମୂଲ୍ୟ ଜୀବନ ରକ୍ଷାକରିବା ସହିତ ଅନ୍ୟ ରାଜ୍ୟଗୁଡ଼ିକୁ ମଧ୍ୟ ସାହାଯ୍ୟ କରିଆସିଥିଲୁ। ବର୍ତ୍ତମାନ ଏହି ବ୍ୟବସ୍ଥା ସମ୍ପର୍କରେ ରାଜନୈତିକ ସମାଲୋଚନା ହେଉଛି। ଏହା ଉପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଅଭିଯୋଗ ପ୍ରକୋଷ୍ଠ ସବୁବେଳେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଦ୍ବାରା ପରିଚାଳିତ। ଭୁବନେଶ୍ବରରେ ମନ୍ତ୍ରୀମାନଙ୍କର ଏହି ବ୍ୟବସ୍ଥାରେ ସାମିଲ ହେବାରେ କୌଣସି ଆବଶ୍ୟକତା ପଡ଼ିନାହିଁ। ଗୋଟିଏ ଅଭିଯୋଗ ଦରଖାସ୍ତ ମିଳିବା ପରେ ଏହାକୁ ସମ୍ପୃକ୍ତ ବିଭାଗକୁ ପଠାଯାଇଥାଏ। ତେଣୁ ଏଥିରେ ମନ୍ତ୍ରୀ ବନାମ ଅଫିସର ପ୍ରସଙ୍ଗ ଉଠୁଛି କେଉଁଠି। ଅଭିଯୋଗ ଦରଖାସ୍ତର ବିଭାଗ ସ୍ତରୀୟ ସମାଧାନରେ ବିଭାଗର ମୁଖ୍ୟ ଭାବରେ ମନ୍ତ୍ରୀମାନେ ସବୁବେଳେ ପ୍ରମୁଖ ଭୂମିକା ଗ୍ରହଣ କରିଆସିଛନ୍ତି। ଏହା ସର୍ବୋଚ୍ଚ ସ୍ତରରେ ଟିମ୍‌ ୱାର୍କ ଅଟେ ଏବଂ ଏକ ଗଣତାନ୍ତ୍ରିକ ବ୍ୟବସ୍ଥାରେ ବୃତ୍ତିଗତ ଭାବରେ ଏହା କରାଯାଇଥାଏ। ଲୋକଙ୍କ ଅଭିଯୋଗର ଯେଭଳି ଠିକ୍‌ ଭାବରେ ସମାଧାନ ହେବ ଏବଂ ଜନସାଧାରଣ ଯେପରି ସର୍ବୋତ୍ତମ ସନ୍ତୁଷ୍ଟି ଲାଭ କରିବେ, ତାହା ହିଁ ଆମର ଲକ୍ଷ୍ୟ। ଯଦି ସମସ୍ତ ୫୭ ହଜାର ଅଭିଯୋଗକାରୀ (ତନ୍ମଧ୍ୟରୁ ସଂଖ୍ୟାଧିକ ହେଉଛି ଗୋଷ୍ଠୀଗତ ଅଭିଯୋଗ) ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସିଥାନ୍ତେ, ଯିବା ଆସିବା ଓ ରହଣିରେ ସେମାନଙ୍କର କେତେ ଖର୍ଚ୍ଚ ହୋଇଥାନ୍ତା। ସେମାନେ କେତେ ମଜୁରି ହରାଇ ଥା’ନ୍ତେ ବୋଲି ମୁଖ୍ୟମନ୍ତ୍ରୀ ବିରୋଧୀଙ୍କୁ ପାଲଟା ପ୍ରଶ୍ନ କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଜନସାଧାରଣଙ୍କ ଘରପାଖକୁ ଯାଇ ଅଭିଯୋଗ ସଂଗ୍ରହ କରିଥିବାରୁ, ଜନସାଧାରଣଙ୍କ ଅର୍ଥ ଓ ସମୟ ବଞ୍ଚିପାରିଛି ପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ହେଲିକପ୍ଟର ବ୍ୟବହାର ସମ୍ପର୍କରେ ସୂଚନା ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆମେ ଯଦି ହେଲିକପ୍ଟର ବ୍ୟବହାର ନ କରି ସଡ଼କ ପଥରେ ଯାଇଥାନ୍ତୁ, ତେବେ ଏଥିପାଇଁ ଆମକୁ ଦେଢ଼ବର୍ଷ ସମୟ ଲାଗିଥାନ୍ତା। ପ୍ରତ୍ୟେକ ଦିନ ବିଭିନ୍ନ ସ୍ଥାନରେ ୩ରୁ ୫ଟି ସଭା କରିବା ଏବଂ ତା’ ପୁଣି ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ୧୦ଟାରୁ ୩ଟା ମଧ୍ୟରେ କରିବା ଯେକୌଣସି ମଣିଷ ପକ୍ଷେ ଅସମ୍ଭବ। ଗତ ସାଢେ ତିନି ବର୍ଷ ମଧ୍ୟରେ ଆମେ ହେଲିକପ୍ଟର ବ୍ୟବହାରରେ ୪୦ କୋଟି ଟଙ୍କା ଖର୍ଚ୍ଚ କରିଛୁ। ହାରାହାରି ଭାବରେ ପ୍ରତି ମାସରେ ହେଲିକପ୍ଟର ବ୍ୟବହାର ବାବଦକୁ ୧ କୋଟିରୁ ଦେଢ଼ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଗତ ୬ ମାସ ମଧ୍ୟରେ ଲୋକଙ୍କ ପାଖରେ ପହଞ୍ଚିବା ପାଇଁ ବ୍ୟାପକ ଭାବରେ ହେଲିକପ୍ଟର ବ୍ୟବହାର କରାଯାଇଛି, ଯାହାର କି ହାରାହାରି ଖର୍ଚ୍ଚ ମାସ ପିଛା ୧ କୋଟିରୁ ଦେଢ଼ କୋଟି ଟଙ୍କା ମଧ୍ୟରେ ହୋଇଛି। ହେଲିକପ୍ଟର ବ୍ୟବହାରରେ ମାତ୍ରାଧିକ ଖର୍ଚ୍ଚ ସଂକ୍ରାନ୍ତୀୟ ଅଭିଯୋଗ ସଂପୂର୍ଣ୍ଣ ମିଥ୍ୟା ଓ ଅଭିସନ୍ଧିମୂଳକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସମ୍ପୂର୍ଣ୍ଣ ବୃତ୍ତିଗତ ଭାବରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ରାଜ୍ୟର ବିଭିନ୍ନ ନିର୍ବାଚନମଣ୍ଡଳୀରେ ଅଭିଯୋଗ ଶୁଣାଣି କରିଛି। ଏହି ଶୁଣାଣି ସମୟରେ ଲୋକଙ୍କୁ ସରକାରଙ୍କର ବିଭିନ୍ନ ଯୋଜନା ସମ୍ପର୍କରେ ଅବଗତ କରାଯାଇଛି। ସମ୍ପୃକ୍ତ ଅଞ୍ଚଳରେ ଚାଲିଥିବା ବିଭିନ୍ନ ପ୍ରକଳ୍ପ ଏବଂ ସେଥିପାଇଁ ହୋଇଥିବା ଅର୍ଥ ମଞ୍ଜୁରୀ ସମ୍ପର୍କରେ ସୂଚନା ଦିଆଯାଇଛି। ଲୋକଙ୍କ ଅଭିଯୋଗର ସମାଧାନ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ସମ୍ପୂର୍ଣ୍ଣ କରିବା ପାଇଁ ମୁଁ ସ୍ବତନ୍ତ୍ର ଭାବରେ ନିର୍ଦ୍ଦେଶ ଦେଇଥିଲି। ଲୋକଙ୍କ ଅଭିଯୋଗ ଶୁଣାଣି ନିମନ୍ତେ ବିଭିନ୍ନ ସ୍ଥାନରେ ଯେଭଳି ବୃତ୍ତିଗତ ଭାବରେ ଦକ୍ଷତାର ସହ ପଦକ୍ଷେପ ଗ୍ରହଣ କରାଗଲା, ସେଥିପାଇଁ ମନ୍ତ୍ରୀଗଣ, ଜିଲା ପ୍ରଶାସନ, ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ସରକାରଙ୍କ ବିଭିନ୍ନ ବିଭାଗ ତଥା ଏଥିରେ ସମ୍ପୃକ୍ତ ଥିବା ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଆନ୍ତରିକ ଧନ୍ୟବାଦ ଦେଇଛନ୍ତି। ସେମାନଙ୍କ ଅଞ୍ଚଳରେ ଅନେକ ଅଭିଯୋଗର ସମାଧାନ କରାଯାଇଥିବାରୁ, ବିରୋଧୀ ଦଳର ସଦସ୍ୟମାନେ ମଧ୍ୟ ଖୁସି ହେବା ଉଚିତ। ଲୋକଙ୍କ ସମସ୍ୟା ସମାଧାନ ପାଇଁ ନିଆଯାଇଥିବା ପଦକ୍ଷେପକୁ କିଏ କିପରି ବିରୋଧ କରିପାରିବ ତାହା ମୁଁ ବୁଝିପାରୁ ନାହିଁ। ଏଭଳି ବିରୋଧ ଜନବିରୋଧୀ ଏବଂ ଜନସାଧାରଣ ଏଭଳି ମନୋବୃତ୍ତିକୁ ଉଚିତ ଜବାବ ଦେବେ ବୋଲି ମୁଖ୍ୟମନ୍ତ୍ରୀ ବିରୋଧୀଙ୍କୁ ଚେତାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୭ ବିଜୟର ସ୍କ୍ରିପ୍ଟ ପ୍ରସ୍ତୁତ କଲାଣି ଭାଜପା: ଚକ୍ରବ୍ୟୁହରେ ଫସିବେ ବିରୋଧୀ

ନୂଆଦିଲ୍ଲୀ,୧୭।୮: ଭାରତୀୟ ଜନତା ପାର୍ଟି (ଭାଜପା) ସୋମବାର ନୂଆ ଟିମ୍‌ ଘୋଷଣା କରିଛି। ଏଥିରେ ଉତ୍ତର ପ୍ରଦେଶର ୮ ଜଣ ନେତା ପଦବୀ ପାଇଛନ୍ତି। ଏହା ମାଧ୍ୟମରେ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri