ସ୍ବାମୀଙ୍କଠାରୁ ଛାଡ଼ପତ୍ର କଥା ଶୁଣି ସ୍ତ୍ରୀ ନେଲେ ଚରମ ପଦକ୍ଷେପ, ଜାଣିଲେ…

ବ୍ରାସିଲିଆ,୧୨ା୬: ବ୍ରାଜିଲରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଜଣେ ସ୍ବାମୀ ତାଙ୍କ ସ୍ତ୍ରୀଙ୍କୁ ଛାଡ଼ପତ୍ର ଦେବା ପାଇଁ କହିବାରୁ ସ୍ତ୍ରୀ ରାଗି କି ଏମିତି ପଦକ୍ଷେପ ନେଇଛନ୍ତି ଯାହା ଆଗରୁ କେବେ ଶୁଣି ନ ଥିବେ। ଏପରି ଚରମ ପଦକ୍ଷେପ ପାଇଁ ସ୍ତ୍ରୀଙ୍କୁ ଜେଲ୍‌ ମଧ୍ୟ ଯିବାକୁ ପଡ଼ିଛି। ତେବେ ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା ବିଷୟରେ…

ବ୍ରାଜିଲର ସାଓ ଗୋନକାଲୋ ସହରରେ ୩୦ ବର୍ଷୀୟା କ୍ରିଷ୍ଟିନା ତାଙ୍କ ସ୍ବାମୀ ଆଣ୍ଡ୍ରେଙ୍କ ସହ ରୁହନ୍ତି। ଏହି ଦମ୍ପତିଙ୍କ ମଧ୍ୟରେ ସବୁବେଳେ କଳିଝଗଡ଼ା ଲାଗି ରୁହେ। ଦୁହେଁ ୧୦ ବର୍ଷ ତଳେ ବିବାହ କରିଥିବା ବେଳେ ୨ ବର୍ଷ ହେଲା ପରସ୍ପରଠାରୁ ଅଲଗା ରହୁଥିଲେ। କିଛି ଦିନ ତଳେ ଏକାଠି ହୋଇଥିଲେ। ଏକାଠି ହେବାର କିଛିଦିନ ମଧ୍ୟରେ ପୁଣି ଝଗଡ଼ା ଲାଗିଥିଲା ଆରମ୍ଭ ହୋଇଥିଲା। ଏଥିରେ ରାଗି ଯାଇ ସ୍ବାମୀ ଆଣ୍ଡ୍ରେ କ୍ରିଷ୍ଟିନାଙ୍କୁ ଛାଡ଼ପତ୍ର ଦେବେ ବୋଲି କହିଥିଲେ। ଏହା ଶୁଣି କ୍ରିଷ୍ଟିନା ସ୍ବାମୀଙ୍କୁ ଛୁରି ଭୁସି ହତ୍ୟା କରିବା ସହ ତାଙ୍କ ପ୍ରାଇଭେଟ ପାର୍ଟକୁ ନେଇ ତେଲ କଡ଼େଇରେ ପକାଇ ଦେଇଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ କ୍ରିଷ୍ଟିନାଙ୍କୁ ଗିରଫ କରିଛି।

ପୋଲିସ ସୂଚନାନୁଯାୟୀ, କ୍ରିଷ୍ଟିନା ସ୍ବାମୀଙ୍କଠାରୁ ଅଲଗା ହେବା ପାଇଁ ଚାହୁଁ ନ ଥିଲେ। କିନ୍ତୁ ଆଣ୍ଡ୍ରେ ତାଙ୍କୁ ଛାଡ଼ପତ୍ର ଦେବା କଥା କହିବାରୁ ସେ ରାଗିକି ଏପରି ପଦକ୍ଷେପ ନେଇଛନ୍ତି। ତାଙ୍କର ଗୋଟିଏ ୮ ବର୍ଷର ପୁଅ ମଧ୍ୟ ଅଛି। ଆଣ୍ଡ୍ରେ କ୍ରିଷ୍ଟିନାଙ୍କୁ ମାରିଦେବାକୁ ଧମକ ଦେଉଥିଲେ। କ୍ରିଷ୍ଟିନା ନିଜକୁ ସୁରକ୍ଷା ଦେବା ପାଇଁ ଏପରି ଚରମ ପଦକ୍ଷେପ ନେଇଥିବା ପୋଲିସ ନିକଟରେ ସ୍ବୀକାର କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ଉପରେ ରାଗିଗଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରିବା ଅଭିଯୋଗରେ ଆମେରିକା ଦଶହଜାର କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଆମେରିକା ବିଶ୍ୱବିଦ୍ୟାଳୟରେ ହିଂସକ ହେଲା ପାଲେଷ୍ଟାଇନ ସମର୍ଥକଙ୍କ ପ୍ରଦର୍ଶନ

ଅଷ୍ଟିନ,୨୬।୪: ଆମେରିକାର ବିଶ୍ୱବିଦ୍ୟାଳୟରେ ଇସ୍ରାଏଲ-ହମାସ ଯୁଦ୍ଧ ବିରୋଧରେ ବିରୋଧ ତୀବ୍ର ହୋଇଛି। ଅନେକ ବିଶ୍ୱବିଦ୍ୟାଳୟରେ ପ୍ରଦର୍ଶନ ଭାଙ୍ଗିବା ପାଇଁ ପୋଲିସ ଡାକିବାକୁ ପଡିଥିଲା। ବିକ୍ଷୋଭକାରୀ ଏବଂ...

ଏହି ଦେଶରେ ସେନା ରଚିଲା ନରସଂହାର, ୨୨୩ ସାଧାରଣ ନାଗରିକଙ୍କୁ କଲା ହତ୍ୟା, ୫୬ ଶିଶୁ ସାମିଲ

ନୂଆଦିଲ୍ଲୀ,୨୬।୪: ପଶ୍ଚିମ ଆଫ୍ରିକୀୟ ଦେଶ ବୁର୍କିନା ଫାସୋରୁ ଏକ ବଡ଼ ହତ୍ୟାକାଣ୍ଡର ଖବର ଆସିଛି। ଏହି ଘଟଣାରେ ଦେଶର ସେନାକୁ ଦାୟୀ କରାଯାଉଛି। ଅଭିଯୋଗ ହୋଇଛି...

ନୟାଗଡ଼ ଡବଲ ମର୍ଡର: ଦୋଷୀଙ୍କୁ ଫାଶୀ

ନୟାଗଡ଼,୨୬ା୪(ଲୋକନାଥ ମିଶ୍ର): ନୟାଗଡ଼ ଜିଲାରେ ହୋଇଥିବା ଡବଲ ମର୍ଡର ଘଟଣାରେ ଶୁକ୍ରବାର ଓଡ଼ଗାଁ ଏଡିଜେ କୋର୍ଟ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଦେଇଛନ୍ତି। ଦୋଷୀ ନିରଞ୍ଜନ ମଲ୍ଲିକଙ୍କୁ...

ଭାରତୀୟ କମ୍ପାନୀ ଉପରେ ପ୍ରତିବନ୍ଧକ ଲଗାଇଲା ଆମେରିକା

ଓ୍ବାଶିଂଟନ୍‌,୨୬।୪: ଇରାନ ପାଇଁ କାମ କରୁଥିବା ଅଭିଯୋଗରେ ଦଶହଜାର କମ୍ପାନୀ ଉପରେ ଆମେରିକା ପ୍ରତିବନ୍ଧକ ଲଗାଇଛି। ଏହି କମ୍ପାନୀଗୁଡିକ ମଧ୍ୟରୁ କେତେକ ମଧ୍ୟ ଭାରତର। ସେମାନଙ୍କ...

ଏବେ ଆମେରିକାରେ ନିର୍ବାଚନ ହେଲେ କିଏ ମାରିବେ ବାଜି: ସର୍ଭେରେ ଆଶ୍ଚର୍ଯ୍ୟଜନକ ଖୁଲାସା

ଓ୍ବାଶିଂଟନ,୨୬।୪: ନଭେମ୍ବରରେ ଆମେରିକାରେ ଅନୁଷ୍ଠିତ ହେବାକୁ ଥିବା ନିର୍ବାଚନ ସମ୍ପର୍କରେ ଓପିନିୟନ୍‌ ପୋଲ୍‌ ପ୍ରକାଶ ପାଇଛି। ପୁଣି ଥରେ ଡୋନାଲ୍ଡ ଟ୍ରମ୍ପ ଏବଂ ଜୋ ବଇଡେନ...

୨୦୨୩ରେ ୨୮.୨ କୋଟି ଦୁର୍ଭିକ୍ଷ ପ୍ରଭାବିତ

ଜାତିସଂଘ,୨୬ା୪:୨୦୨୩ରେ ୫୯ଟି ଦେଶର ପ୍ରାୟ ୨୮.୨ କୋଟି ଲୋକ ଅତ୍ୟଧିକ କ୍ଷୁଧା ମଧ୍ୟରେ ରହିଛନ୍ତି। ଯୁଦ୍ଧ କ୍ଷତିଗ୍ରସ୍ତ ଗାଜାରେ ବହୁସଂଖ୍ୟାରେ ଲୋକ ଦୁର୍ଭିକ୍ଷର ସମ୍ମୁଖୀନ ହୋଇଥିବା...

ଲଣ୍ଡନ ରାସ୍ତାରେ ରାଜାଙ୍କ ଘୋଡ଼ା

ଲଣ୍ଡନ,୨୬ା୪:ବ୍ରିଟେନ୍‌ ରାଜାଙ୍କ ୪ଟି ଘୋଡ଼ା ବୁଧବାର ପୂର୍ବାହ୍ନର ଗହଳି ସମୟରେ କେନ୍ଦ୍ରୀୟ ଲଣ୍ଡନରେ ବିନା ସବାରରେ ଦୌଡ଼ୁଥିବା ଦେଖିବାକୁ ମିଳିଥିଲା। ସେଥିରୁ ୨ଟି ଘୋଡ଼ା କୌଣସି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri