ଗ୍ରାମବାସୀଙ୍କ ଦୁଃଖ ଶୁଣିଲେ ବିଧାୟକ, ଭତ୍ତା ସହ ଅନ୍ୟାନ୍ୟ ସମସ୍ୟା ସମାଧାନ ପାଇଁ…

ଗଜପତି,୧୨ା୬(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ ପରିଡ଼ା ଗ୍ରାମରେ ଆୟୋଜିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ପାରଳା ବିଧାୟକ ରୂପେଶ ପାଣିଗ୍ରାହୀ ଯୋଗଦେଇ ଗ୍ରାମବାସୀଙ୍କ ବିଭିନ୍ନ ସମସ୍ୟା ଶୁଣିଥିଲେ। ପ୍ରାୟ ୨୦ରୁ ୨୫ ଜଣ ଗ୍ରାମବାସୀ ନିଜ ନିଜ ଅଭିଯୋଗ ବିଧାୟକଙ୍କ ସମ୍ମୁଖରେ ଉପସ୍ଥାପନ କରିଥିଲେ।
ଶୁଣାଣି ସମୟରେ ବୃଦ୍ଧ ଓ ବୃଦ୍ଧାମାନେ ତିନି ମାସ ଧରି ଭତ୍ତା ଟଙ୍କା ନପାଇ ହଇରାଣ ହେଉଥିବା ଅଭିଯୋଗ କରିଥିଲେ। ଭତ୍ତା ଟଙ୍କାରେ ଔଷଧ କିଣିବା ସହ ଦୈନନ୍ଦିନ ଖର୍ଚ୍ଚ ଚାଲୁଥିବା ବେଳେ ଦୀର୍ଘ ଦିନ ଧରି ଟଙ୍କା ନମିଳିବାରୁ ସେମାନେ ଆର୍ଥିକ ସଙ୍କଟରେ ପଡ଼ିଥିବା କହିଥିଲେ। ବିଧାୟକ ଗ୍ରାମର ଚର୍ଚ୍ଚ ନିକଟରେ ବସି ବୃଦ୍ଧାବୃଦ୍ଧଙ୍କ ସମସ୍ୟା ଧୈର୍ଯ୍ୟର ସହ ଶୁଣିଥିଲେ।

ଏହି ଅବସରରେ ୮୦ ବର୍ଷୀୟା ସାରଳା ସିଂ ନିଜକୁ ନିର୍ଦ୍ଧାରିତ ୩୫୦୦ ଟଙ୍କା ଭତ୍ତା ମିଳୁ ନ ଥିବା ବିଷୟରେ ବିଧାୟକଙ୍କୁ ଜଣାଇଥିଲେ। ଘଟଣାର ଗୁରୁତ୍ୱକୁ ଦୃଷ୍ଟିରେ ରଖି ବିଧାୟକ ସେହି ସ୍ଥାନରୁ ପରିଡ଼ା ପଞ୍ଚାୟତର ଗ୍ରାମସେବକ ଚନ୍ଦ୍ର ରାଓଙ୍କ ସହ ଫୋନ୍‌ରେ ଯୋଗାଯୋଗ କରି ଭତ୍ତା ବିଳମ୍ବର କାରଣ ପଚାରିଥିଲେ। ଗ୍ରାମସେବକ ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ତିନି ମାସ ଧରି ଭତ୍ତା ଅର୍ଥ ପଞ୍ଚାୟତକୁ ଆସିନଥିବା ସୂଚନା ଦେଇଥିଲେ। ବିଧାୟକ ରୂପେଶ ପାଣିଗ୍ରାହୀ ବୃଦ୍ଧାବୃଦ୍ଧଙ୍କୁ ଆଶ୍ୱାସନା ଦେଇ କହିଥିଲେ ଯେ, ଏହି ପ୍ରସଙ୍ଗରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଶୀଘ୍ର ଭତ୍ତା ପ୍ରଦାନ ପାଇଁ ଦାବି କରିବେ। ଏହା ସହ କିଛି ଦିନ ଧୈର୍ଯ୍ୟ ଧରିବାକୁ ସେ ଗ୍ରାମବାସୀଙ୍କୁ ଅନୁରୋଧ କରିଥିଲେ।

ଅନ୍ୟପଟେ ଗ୍ରାମର ଯୁବକମାନେ ଏକ ଖେଳ ପଡ଼ିଆ ନିର୍ମାଣ ପାଇଁ ବିଧାୟକଙ୍କ ନିକଟରେ ଦାବି ଉଠାଇଥିଲେ। ଏହାର ଉତ୍ତରରେ ବିଧାୟକ କହିଥିଲେ ଯେ, ସରକାରୀ ଜମି ଚିହ୍ନଟ ହେଲେ ଜିଲାପାଳ ଓ ତହସିଲଦାରଙ୍କ ସହ ଆଲୋଚନା କରି ଖେଳ ପଡ଼ିଆ ନିର୍ମାଣ ପାଇଁ ଆବଶ୍ୟକ ପଦକ୍ଷେପ ନିଆଯିବ। ଏହି ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମରେ ଦାମୋଦର ନାୟକ, ବାଲାରାଜୁ ମିଶାଲ, ଉତ୍ତମ, ଉଜ୍ଜ୍ୱଳଙ୍କ ସମେତ ଗ୍ରାମର ଅନେକ ଯୁବକ ଓ ସ୍ଥାନୀୟ ବାସିନ୍ଦା ଉପସ୍ଥିତ ଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବେଆଇନ ବନ୍ଧୁକ କାରଖାନା ଠାବ: ୫ଟି ଦେଶୀ ବନ୍ଧୁକ ସହ ୩ ଗିରଫ

ଭଞ୍ଜନଗର, ୧୨।୯ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ପୋଲିସ ଏକ ବେଆଇନ ଦେଶୀ ବନ୍ଧୁକ ନିର୍ମାଣ ୟୁନିଟ୍‌ ଉପରେ ଶୁକ୍ରବାର ରାତିରେ ଚଢ଼ଉ କରି…

BRICS : ‘ପ୍ରତ୍ୟେକ ଦେଶର ସ୍ବର ଶୁଣାଯିବା ଉଚିତ; କିଛି ରାଷ୍ଟ୍ର ନେଉଛନ୍ତି ନିଷ୍ପତ୍ତି’ ପ୍ରଧାନମନ୍ତ୍ରୀଙ୍କ ଏହି କଥା ମଧ୍ୟରେ ଲୁଚି ରହିଛି ଏକ ଗୁପ୍ତ ବାର୍ତ୍ତା

ନୂଆଦିଲ୍ଲୀ,୧୨।୯: BRICS ସମ୍ମିଳନୀ ୨୦୨୬କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଏହି ବାର୍ତ୍ତା ଦେଇଥିଲେ ଯେ, ଏହି ସଂଗଠନ ସମସ୍ତଙ୍କୁ ସାଙ୍ଗରେ ନେଇ ଆଗକୁ ବଢ଼ିବାକୁ ପ୍ରୟାସ କରୁଛି।…

Video: ଏମିତି କ’ଣ କହିଲେ ମାଲେସିଆ ପ୍ରଧାନମନ୍ତ୍ରୀ ଯେ ହସି ପକାଇଲେ ମୋଦି, ଦେଖନ୍ତୁ ମଜାଦାର ଭିଡ଼ିଓ

ନୂଆଦିଲ୍ଲୀ,୧୨।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମ ୧୮ତମ ବ୍ରିକ୍ସ (BRICS) ସମ୍ମିଳନୀରେ ଯୋଗଦେବା ପାଇଁ ଭାରତରେ ପହଞ୍ଚିଛନ୍ତି। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ…

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ମିଳୁନି ପାନୀୟ ଜଳ, ଶୋଷ ମେଣ୍ଟାଉଛି ପରିତ୍ୟକ୍ତ କୁଣ୍ଡ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): କୋରାପୁଟ ଜିଲାର ପଟ୍ଟାଙ୍ଗି ବ୍ଲକ ଅଧିନରେ ରହିଥିବା ସୁଙ୍କି ପଞ୍ଚାୟତର ଆନ୍ଧ୍ର ସୀମାକୁ ଲାଗି ରହିଥିବା ଓଡ଼ିଶାର ଅନ୍ୟତମ ଗ୍ରାମ ବାନ୍ଧା। ଉକ୍ତ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ରାସ୍ତା ସାଜିଛି ବାଧକ, ଭାରରେ ବୁହା ହେଲେ ମହିଳା ରୋଗୀ

ପଟ୍ଟାଙ୍ଗି,୧୨।୯(ଶରତ କୁମାର ଧଳ): ପ୍ରତ୍ୟେକ ଗ୍ରାମରେ ପହଞ୍ଚିବ ରାସ୍ତା, ଆଉ କୌଣସି ସମସ୍ୟାର ସମ୍ମୁଖିନ ହେବେନି ଗ୍ରାମବାସୀ । ଏହି ନାରା ଦେଇ ଚାଲିଛନ୍ତି ସରକାରୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?