ପୁଅ ମୃତ୍ୟୁ ଖବର ଶୁଣି ଆଖି ବୁଜିଲେ ବାପା

ନୀଳଗିରି,୧୫ା୭(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଥାନା କେପି ଲାଖରାଜ ପଞ୍ଚାୟତର ଚଣ୍ଡୀପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଋଣ ଚିନ୍ତାରେ ଗୋଟିଏ ପରିବାରର ୩ ଜୀବନ ଯାଇଛି। ଋଣ ଭାରାକ୍ରାନ୍ତ ଏକ ଦମ୍ପତି ବିଷ ପିଇ ଆତ୍ମହତ୍ୟା କରିଥିବା ବେଳେ ପୁଅ ମୃତ୍ୟୁ ଖବର ଶୁଣି ବାପା ଆଖି ବୁଜିବା ଆଲୋଡ଼ନ ସୃଷ୍ଟି କରିଛି।

ସୂଚନା ଅନୁଯାୟୀ, ଚଣ୍ଡୀପୁର ଗ୍ରାମର ସ୍ବରୁପାନନ୍ଦ ଗୋସ୍ବାମୀ ଏବଂ ତାଙ୍କ ସ୍ତ୍ରୀ ସୁଶ୍ରୀ ସଂଗୀତା ଦେବଗୋସ୍ବାମୀ କିଛି ଅର୍ଥ ଲଗାଣକାରୀ ସଂସ୍ଥା ସମେତ ସ୍ବୟଂସହାୟିକା ଗୋଷ୍ଠୀରୁ ଲକ୍ଷାଧିକ ଟଙ୍କା ଋଣ ଆଣି ହଲର୍‌ ମେଶିିନ, ମୁଢ଼ି ମିଲ୍‌, ହଳଦୀ ପ୍ୟାକିଂ ମେଶିିନ ବସାଇ ପରିବାର ପ୍ରତିପୋଷଣ କରିଆସୁଥିଲେ। ମାତ୍ର ଉକ୍ତ ସଂସ୍ଥାଗୁଡ଼ିକ କ୍ଷତିରେ ଚାଲିବା ଫଳରେ ଠିକ୍‌ ସମୟରେ ଋଣ ପରିଶୋଧ କରିପାରି ନ ଥିଲେ। ଋଣ ଲଗାଣକାରୀ ସଂସ୍ଥାର ବାରମ୍ବାର ତାଗିଦା ଏବଂ ଜୁଲମ ଯୋଗୁ ଗତ ବୁଧବାର ବିଳମ୍ବିତ ରାତିରେ ଉକ୍ତ ଦମ୍ପତି ବିଷ ପିଇ ଦେଇଥିଲେ।

ଚିକିତ୍ସା ପାଇଁ ସେମାନଙ୍କୁ ପ୍ରଥମେ ନୀଳଗିରି ହସ୍ପିଟାଲ ଓ ପରେ ରେମୁଣାସ୍ଥିତ ଫକୀର ମୋହନ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଥିଲା। ଅବସ୍ଥା ସଙ୍କଟାପନ୍ନ ହେବାରୁ କଟକ ବଡ଼ ମେଡିିକାଲକୁ ସ୍ଥାନାନ୍ତର କରାଯାଇଥିଲା। ମାତ୍ର ଉତ୍ତମ ଚିକିତ୍ସା ପାଇଁ ପରିବାର ଲୋକ ଉଭୟଙ୍କୁ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲକୁ ନେଇ ଯାଇଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ରାତିରେ ସଂଗୀତାଙ୍କ ମୃତ୍ୟୁ ଘଟିଥିଲା।

ଶନିବାର ରାତି ପ୍ରାୟ ୨ଟା ୧୫ ମିନିଟ୍‌ରେ ସ୍ବରୁପାନନ୍ଦଙ୍କ ମଧ୍ୟ ମୃତ୍ୟୁ ହୋଇଥିଲା। ପରିବାର ଲୋକେ ପୁରୀ ସ୍ବର୍ଗଦ୍ୱାର ନେଇ ଶେଷକୃତ୍ୟ ସମ୍ପନ୍ନ କରାଇଥିଲେ। ତେବେ ରବିବାର ସକାଳେ ପୁଅ ମୃତ୍ୟୁ ଖବର ଜାଣିବା ପରେ ସ୍ବରୁପାନନ୍ଦଙ୍କ ବାପା ଜୟକୃଷ୍ଣ ନନ୍ଦଦେବ ଗୋସ୍ବାମୀଙ୍କ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ମୃତ ଦମ୍ପତିଙ୍କ ଗୋଟିଏ ପୁଅ ଓ ଗୋଟିଏ ନାବାଳିକା ଝିଅ ମା’ବାପାଙ୍କୁ ହରାଇ ବେସାହାରା ହୋଇପଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କ ଅନୁମତି ବିନା ମଦ୍ୟପାନ କଲେ ସ୍ବାମୀଙ୍କୁ ହେବ ଜେଲ୍‌! ଜାଣନ୍ତୁ କ’ଣ କହୁଛି ଆଇନ

ନୂଆଦିଲ୍ଲୀ,୧।୧: ନୂଆବର୍ଷ ଆସିବା ସହିତ, ଦେଶ ଏବଂ ବିଶ୍ୱରେ ଏକ ଉତ୍ସବମୁଖର ପରିବେଶ ସୃଷ୍ଟି ହୋଇଛି। ପାର୍ଟି ଏବଂ ଉତ୍ସବରେ ମଦ୍ୟପାନ କରିବା ସାଧାରଣ କଥା।...

ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ପାଇଁ ଜୋର୍‌ଦାର ପ୍ରସ୍ତୁତି

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଶୀତ ମହୋତ୍ସବ ଆଉ ଗୋଟିଏ ସପ୍ତାହ ପରେ ହେବାକୁ ଯାଉଛି। ଏଥିପାଇଁ ପ୍ରସ୍ତୁତି ଜୋର୍‌ଦାର କରାଯାଉଛି। ୪ଦିନ ଧରି...

ନୂଆବର୍ଷରେ ବଡ଼ ପ୍ରତିଜ୍ଞା କରିଦେଲେ ଅନୁପମ ଖେର: ପ୍ରଶଂସକ ଚକିତ

ବଲିଉଡ ନୂଆବର୍ଷକୁ ଜୋରଦାର୍‌ ସ୍ବାଗତ କରିଛି। କିଏ ନିଜ ପରିବାର ସହିତ ସମୟ ବିତାଉଛନ୍ତି, ଆଉ କିଏ ମନ୍ଦିରରେ ପ୍ରାର୍ଥନା କରି ଆଶୀର୍ବାଦ ନେଉଛନ୍ତି। ଅଭିନେତା...

ସରକାରୀ ବସ୍‌ରେ ଯାତ୍ରୀଙ୍କୁ ମିଳୁନି ଟିକେଟ୍‌, ସଂଗୃହୀତ ଅର୍ଥ ଯାଉଛି କୁଆଡ଼େ

ଦାରିଙ୍ଗବାଡ଼ି,୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ କେରୁବାଡ଼ିଠାରୁ ଫୁଲବାଣୀକୁ ଯାତାୟାତ କରୁଥିବା ସରକାରୀ ଯାତ୍ରୀବାହୀ ବସ୍‌ରେ ସମସ୍ତ ଯାତ୍ରୀଙ୍କୁ ବସ୍‌ର କର୍ମଚାରୀ ବା ଟିକେଟ୍‌...

‘୧୦ ବର୍ଷର ପ୍ରାର୍ଥନା ପରେ ଜନ୍ମ ହୋଇଥିଲା ପୁଅ…’, ଦୂଷିତ ପାଣି ପିଇ…

ଇନ୍ଦୋର,୧।୧: ମଧ୍ୟପ୍ରଦେଶର ଇନ୍ଦୋରର ଭାଗୀରଥପୁର ଅଞ୍ଚଳର ମରାଠୀ ମୋହଲ୍ଲାରେ ଦୂଷିତ ପାଣି ପିଇ ଜଣେ ଛଅ ମାସର ଶିଶୁର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ଏହା...

ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି, ଏହି ଦିନ ଆସିବା ନେଇ ଭକ୍ତ ଦାସଙ୍କ ସୂଚନା

ଭୁବନେଶ୍ୱର,୧।୧: ଆସନ୍ତା ମାର୍ଚ୍ଚରେ ଓଡ଼ିଶା ଆସିବେ ପ୍ରିୟଙ୍କା ଗାନ୍ଧି । ଏନେଇ ପିସିସି ସଭାପତି ଭକ୍ତ ଚରଣ ଦାସ ସୂଚନା ଦେଇଛନ୍ତି । ତେବେ ମାର୍ଚ୍ଚ...

ନୂଆବର୍ଷରେ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ଘୋଷଣା, ଭୁବନେଶ୍ବର ନିକୋ ପାର୍କର…

ଭୁବନେଶ୍ୱର,୧।୧: ରାଜଧାନୀ ଭୁବନେଶ୍ବରରେ ଥିବା ନିକୋ ପାର୍କର ହେବ ନବକଳେବର । ଏନେଇ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଛନ୍ତି । ୩ଟି...

ସିଗାରେଟ୍‌, ବିଡ଼ି, ପାନ ମସଲା ହେବ ମହଙ୍ଗା: ଏହି ତାରିଖରୁ ଲାଗୁ ହେବାକୁ ଯାଉଛି ନୂଆ TAX

ନୂଆଦିଲ୍ଲୀ,୧।୧: ଯଦି ସିଗାରେଟ, ବିଡ଼ି, ପାନ ମସଲା ଇତ୍ୟାଦି ଆପଣଙ୍କ ଅଭ୍ୟାସର ଅଂଶ ଏବଂ ଆପଣ ଏହା ବିନା କିଛି ଅଭାବ ଅନୁଭବ କରୁଛନ୍ତି, ତେବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri