ଏହି କଥା ଶୁଣି କାନ୍ଦିଲେ ଭୂମିକା

ବଲିଉଡ ଅଭିନେତ୍ରୀ ଭୂମିକା ଚାୱଲା ଜଣେ ଜଣାଶୁଣା ଅଭିନେତ୍ରୀ। ଯଦିଓ ଆଜିକାଲି ସେ ଫିଲ୍ମରେ କମ୍‌ ସକ୍ରିୟ ଅଛନ୍ତି, କିନ୍ତୁ ସେ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ସେ ସୁପରଷ୍ଟାର ସଲମାନ ଖାନଙ୍କ ‘ତେରେ ନାମ’ରେ ନିର୍ଜାରା ଭୂମିକା ପାଇଁ ଏବେ ବି ଚର୍ଚ୍ଚତ। ନିକଟରେ ଭୂମିକା ଏକ କାର୍ଯ୍ୟକ୍ରମରେ ମଞ୍ଚ ଉପରେ କାନ୍ଦୁଥିବାର ଦେଖାଯାଉଛି।
ଭୂମିକା ଫିଲ୍ମ ‘ୟୁଫୋରିଆ’ରେ ନଜର ଆସିବେ। ଏଥିରେ ରଣବୀର ସିଂହଙ୍କ ବ୍ଲକବଷ୍ଟର ‘ଧୂରନ୍ଧର’ର ନାୟିକା ସାରା ଅର୍ଜୁନ ମଧ୍ୟ ଅଛନ୍ତି। ଏହି ଫିଲ୍ମର କାହାଣୀ ହାଇଦ୍ରାବାଦରେ ଘଟିଥିବା ଏକ ସତ୍ୟ ଘଟଣା ଉପରେ ଆଧାରିତ। ଫିଲ୍ମ ରିଲିଜ ହେବା ପୂର୍ବରୁ ହାଇଦ୍ରାବାଦରେ ଏକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଭୂମିକା ‘ୟୁଫୋରିଆ’ ସହିତ ତାଙ୍କର ଅଭିଜ୍ଞତା ବାଣ୍ଟି କାନ୍ଦି ପକାଇଥିଲେ। ଫିଲ୍ମର କାହାଣୀ ଶୁଣି ସାରା ରାତି ଶୋଇ ପାରି ନ ଥିବା କହିଛନ୍ତି।

ଗୁଣଶେଖରଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଟି ନିଶା ନିବାରଣ ଏବଂ ଛୋଟ ପିଲାମାନଙ୍କ ମଧ୍ୟରେ ଯୌନ ଶୋଷଣର ସମ୍ବେଦନଶୀଳ ପ୍ରସଙ୍ଗ ଉପରେ ପର୍ଯ୍ୟବେସିତ ହୋଇଛି।

କାହାଣୀଟି ୨୦୨୨ରେ ଜୁବିଲି ହିଲ୍ସରେ ଘଟିଥିବା ଏକ ଘଟଣାର ଉପରେ ଆଧାରିତ। ଏଠାରେ ପ୍ରଭାବଶାଳୀ ପରିବାରର ପାଞ୍ଚ ଜଣ ନାବାଳକ ଜଣେ ୧୭ ବର୍ଷୀୟା ଝିଅକୁ ଯୌନ ନିର୍ଯାତନା ଦେଇଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ମାଲେସିଆ ପହଞ୍ଚିଲେ ମୋଦି, ଗୋଟିଏ କାରରେ ଏକାଠି ଗଲେ ଦୁଇ ପ୍ରଧାନମନ୍ତ୍ରୀ

କୁଆଲାଲମ୍ପୁର,୭।୨: ମାଲେସିଆ ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ତାଙ୍କ ମାଲେସିଆର ପ୍ରତିପକ୍ଷ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ସ୍ବାଗତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ତାଙ୍କ X ହ୍ୟାଣ୍ଡେଲରେ…

୩ଶହ ଗ୍ରାମ ଚୋରି ସୁନା ଜବତ କଲା ଗଜପତି ପୋଲିସ, ଆଲମାରୀ ଭାଙ୍ଗି….

ଗଜପତି,୭।୨(ଗିରିଧାରୀ ପରିଛା): ଗଜପତି ଜିଲା ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ୩ଜଣିଆ ଚୋର ଗ୍ୟାଙ୍ଗକୁ ଧରିବା ସହ ସେମାନଙ୍କ ନିକଟରୁ ୩ଶହ ଗ୍ରାମ ଚୋରି ସୁନା…

ଶ୍ରୀଲଙ୍କା ମୁହଁ ଖୋଲିବାରୁ ସରକାରଙ୍କ ସହ ପୁଣି କଥା ହେବ PCB, ଭାରତ ସହ ଖେଳିବାକୁ ନେଇ ନେବ ପରାମର୍ଶ

ନୂଆଦିଲ୍ଲୀ,୭।୨: ୨୦୨୬ ଟି୨୦ ବିଶ୍ୱକପ ଆରମ୍ଭ ହୋଇଛି। ତଥାପି, କ୍ରିକେଟର ସବୁଠାରୁ ଛୋଟ ଫର୍ମାଟର ସବୁଠାରୁ ବଡ଼ ଟୁର୍ଣ୍ଣାମେଣ୍ଟ ପୂର୍ବରୁ, ଚର୍ଚ୍ଚା ଖେଳାଳି କିମ୍ବା ଖେଳ ଉପରେ…

ମଣ୍ଡିରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ପାଳି କରି ଜଗୁଛନ୍ତି ଚାଷୀ

କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ଶିରୋଲ,ବାଲସି ଓ କାଣ୍ଡେଲ ଧାନ ମଣ୍ଡିରେ ୧୭୬ ଜଣ…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ…

ଏହି ଗାଁରେ ଦୁଇ ମହଲା ଘର ତିଆରି କରିବାକୁ ଡରନ୍ତି ଗ୍ରାମବାସୀ, କାରଣ ଜାଣିଲେ…

ଭାରତରେ ଅନେକ ଗାଁ ରହିଛି। ଗାଁରେ ଅନେକ ଆଶ୍ଚର୍ଯ୍ୟଜନକ କାହାଣୀ ବି ଶୁଣିବାକୁ ମିଳେ। ପ୍ରତ୍ୟେକ ଗାଁର ନିଜସ୍ବ ପରମ୍ପରା ଏବଂ ସଂସ୍କୃତି ଅଛି। ଏପରି ଏକ…

କଂଗ୍ରେସ ଛାଡିବାରୁ ଚମକିଲା ଭାଗ୍ୟ! ୪୦ ବର୍ଷ ପରେ ଭାଜପାକୁ ମିଳିବ ମେୟର ପଦ, ଋତୁ ହେବେ BMC ମେୟର

ମୁମ୍ବାଇ,୭।୨: BMC ନିର୍ବାଚନରେ ବିଜୟ ପରେ, ମେୟର ନିର୍ବାଚନକୁ ନେଇ ସସପେନ୍ସ ଶେଷ ହୋଇଛି। ଭାଜପାର ଋତୁ ତାୱଡେ ମୁମ୍ବାଇର ମେୟର ହେବେ, ସେହିପରି ଶିବସେନାର ସଞ୍ଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri