Posted inଜାତୀୟ

ସୁପ୍ରିମକୋର୍ଟ ବିଚାରପତିଙ୍କୁ ହୃଦ୍‌ଘାତ

ନୂଆଦିଲ୍ଲୀ,୧୭।୬(ପି.ଟି.):ହିମାଚଳପ୍ରଦେଶରେ ଥିବା ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍‌ ଏମ୍‌.ଆର୍‌. ଶାହାଙ୍କୁ ଗୁରୁବାର ହୃଦ୍‌ଘାତ ହେବାରୁ ତାଙ୍କୁ ଚିକିତ୍ସା ପାଇଁ ଏୟାର ଆମ୍ବୁଲାନ୍ସ ଯୋଗେ ଦିଲ୍ଲୀ ଅଣାଯାଇଛି। ଭାରତର ପ୍ରଧାନ ବିଚାରପତି ଏନ୍‌.ଭି. ରମନା ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସହ ଯୋଗାଯୋଗ କରି ଜଷ୍ଟିସ ଶାହାଙ୍କୁ ଚିକିତ୍ସା ପାଇଁ ଦିଲ୍ଲୀ ଆଣିବା ବ୍ୟବସ୍ଥା କରିଥିଲେ। ଦିଲ୍ଲୀ ପହଞ୍ଚତ୍ବା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ଜଷ୍ଟିସ ଶାହା ଏକ ଭିଡିଓ ବାର୍ତ୍ତାରେ କହିଛନ୍ତି। ହିମାଚଳପ୍ରଦେଶ ଗସ୍ତରେ ଯାଇ ଜଷ୍ଟିସ ଶାହା ବୁଧବାର କେତେକ ମନ୍ଦିରରେ ଦର୍ଶନ କରିଥିଲେ। ତାଙ୍କୁ ଓ ତାଙ୍କ ପରିବାରକୁ ଈଶ୍ୱରଙ୍କ ଆଶୀର୍ବାଦ ପ୍ରାପ୍ତ ହୋଇଥିବା ସେ କହିଛନ୍ତି। ୧୯୫୮ ମେ’ ୧୬ରେ ଜନ୍ମିତ ଶାହା ୧୯୮୨ ଜୁଲାଇରୁ ଗୁଜରାଟ ହାଇକୋର୍ଟରେ ଆଇନ ବ୍ୟବସାୟ ଆରମ୍ଭ କରିଥିଲେ। ୨୦୦୪ ମାର୍ଚ୍ଚରେ ସେ ହାଇକୋର୍ଟର ଅତିରିକ୍ତ ବିଚାରପତି ନିଯୁକ୍ତ ହୋଇ ୨୦୦୫ ଜୁନ୍‌ ୨୨ରେ ସ୍ଥାୟୀ ବିଚାରପତି ହୋଇଥିଲେ। ୨୦୧୮ ଅଗଷ୍ଟ ୧୨ରେ ସେ ପାଟନା ହାଇକୋର୍ଟର ମୁଖ୍ୟ ବିଚାରପତି ହୋଇଥିଲେ। ସେହିବର୍ଷ ନଭେମ୍ବର ୨ରେ ସେ ସୁପ୍ରିମକୋର୍ଟ ବିଚାରପତି ଭାବେ ପଦୋନ୍ନତି ପାଇଥିଲେ। ଗତ ସପ୍ତାହରେ ସେ ସର୍ବୋଚ୍ଚ ଅଦାଲତର ଅବକାଶକାଳୀନ ବେଞ୍ଚ୍‌ରେ ଅଧ୍ୟକ୍ଷତା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କୁ ସ୍ବାଗତ କଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର (ଅକ୍ଟୋବର ୧୧) ଚେନ୍ନାଇରେ ପହଞ୍ଚିଛନ୍ତି। ସେଠାରେ ସେ ୧୩,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ…

CJP ବର୍ତ୍ତମାନ ବିକ୍ଷୋଭ ପ୍ରଦର୍ଶନ କରିବ କି ନାହିଁ? ଅପଡେଟ ଦେଲେ ସୌରଭ ଦାସ

ନୂଆଦିଲ୍ଲୀ,୧୧।୧୦: ସିଜେପି (CJP) ମୁଖପାତ୍ର ସୌରଭ ଦାସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଟାର୍ଗେଟ କରିଛନ୍ତି। ‘ଏକ୍ସ’ (X) ରେ ଲେଖି ସେ…

‘କମବ୍ୟାକ କିଙ୍ଗ’ ହାର୍ଦ୍ଦିକ ପାଣ୍ଡ୍ୟା; ଯେତେବେଳେ ବି ସେ ପ୍ରତିକୂଳ ପରିସ୍ଥିତିର ସାମ୍ନା କରିଛନ୍ତି, ସେତେବେଳେ ଅବିସ୍ମରଣୀୟ ପ୍ରତ୍ୟାବର୍ତ୍ତନ କରିଛନ୍ତି

ନୂଆଦିଲ୍ଲୀ,୧୧।୧୦: ହାର୍ଦ୍ଦିକ ପାଣ୍ଡ୍ୟା ବର୍ତ୍ତମାନ ବିଶ୍ୱର ଶ୍ରେଷ୍ଠ ଅଲ-ରାଉଣ୍ଡରମାନଙ୍କ ମଧ୍ୟରେ ଗଣାଯାଆନ୍ତି। ତାଙ୍କ କ୍ରିକେଟ କ୍ୟାରିୟରରେ ଅନେକ ଉତ୍ଥାନ-ପତନ ଦେଖିବାକୁ ମିଳିଛି; ସେ ନିଜର ବୃତ୍ତିଗତ ଏବଂ…

Chanakya Niti: କୌଣସି କଥାକୁ ନେଇ ଚିନ୍ତା କରୁଛନ୍ତି କି? ମାନନ୍ତୁ ଏହି ୪ କଥା, ସୁଖରେ କଟିବ ଜୀବନ

ଆଜିର ଦ୍ରୁତ ଗତିଶୀଳ ଜୀବନରେ ଛୋଟ ଛୋଟ ଜିନିଷ ମଧ୍ୟ ପ୍ରାୟତଃ ମାନସିକ ଚାପ ସୃଷ୍ଟି କରୁଛି। କେତେବେଳେ ଅତୀତର ଭୁଲ ଆମକୁ ହଇରାଣ କରେ, ତ…

ନାନା ପାଟେକରଙ୍କ ବିୟୋଗରେ କାହିଁକି ଭାଙ୍ଗି ପଡ଼ିଲେ ଶେଖର ସୁମନ? କ୍ୟାନସେଲ କଲେ ଶୋ’, କହିଲେ, ‘ତାଙ୍କ ସ୍ଥାନ କେହି…’

ମୁମ୍ବାଇ: ଶେଖର ସୁମନଙ୍କ ଶୋ’ ‘ଶେଖର ଟୁନାଇଟ’ (Shekhar Tonight) ଆରମ୍ଭ ହେବା ଦିନଠାରୁ ହିଁ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଶୋ’ରେ ସଞ୍ଜୟ ଦତ୍ତଙ୍କ ଉପସ୍ଥିତି…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

ହସାଇ ହସାଇ ବେଦମ କରୁଛି ବିକ୍ଷୋଭ ସମୟରେ ଆରଏଏଫ (RAF) ଯବାନ ଗୋଡ଼ାଇ ଗୋଡ଼ାଇ ଧରିଥିବା ସବୁଠାରୁ ଛୋଟ ‘କକରୋଚ’ର Video

ନୂଆଦିଲ୍ଲୀ,୧୧।୧୦: ଅକ୍ଟୋବର ୧୦ ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ‘କକରୋଚ ଜନତା ପାର୍ଟି’ (CJP)ର ଏକ ବିକ୍ଷୋଭ ପ୍ରଦର୍ଶନ ସମୟରେ ଏପରି ଏକ ଦୃଶ୍ୟ ଦେଖିବାକୁ…

ଭାରତ ବିପକ୍ଷରେ ନୂଆ ରୂପରେ ନଜର ଆସିବେ କିୱି ଖେଳାଳି

ନୂଆଦିଲ୍ଲୀ,୧୧।୧୦: ଭାରତ ବିପକ୍ଷ ODI ସିରିଜ ସମୟରେ ନ୍ୟୁଜିଲ୍ୟାଣ୍ଡ ଦଳ ଏକ ସ୍ବତନ୍ତ୍ର ଜର୍ସି ପିନ୍ଧିବ। ନ୍ୟୁଜିଲ୍ୟାଣ୍ଡ ନିକଟରେ ଏହି ODI ସିରିଜ ପାଇଁ ନିଜ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?