ବଢୁଛି ହାର୍ଟଆଟାକ୍‌ ଆଶଙ୍କା: ଜାଣନ୍ତୁ କେମିତି ରଖିବେ ହାର୍ଟକୁ ସୁସ୍ଥ

ଆଜିର ସମୟରେ ଚିନ୍ତାଜନକ ହେଉଛି ହୃଦ୍‌ରୋଗ। ବିଶ୍ୱ ସ୍ବାସ୍ଥ୍ୟ ସଂଗଠନର ଏକ ତଥ୍ୟ ଅନୁଯାୟୀ ପ୍ରତିବର୍ଷ ପାଖାପାଖି ୧ କୋଟି ୭୦ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କର ଅସ୍ବାଭାବିକ ମୃତ୍ୟୁ ହୃଦ୍‌ରୋଗ ଯୋଗୁ ଘଟୁଛି। ଶାରୀରିକ ପରିଶ୍ରମର ଅଭାବ, ନିଶାଦ୍ରବ୍ୟ ସେବନ, ମାନସିକ ଚାପ, ଖାଦ୍ୟପେୟ ଓ ବିଶ୍ରାମର ଅନିୟମିତତା ଯୋଗୁ ହୃଦ୍‌ଜନିତ ସମସ୍ୟା ଦେଖାଯିବାର ଆଶଙ୍କା ରହିଛି। ବର୍ତ୍ତମାନ ସମୟରେ ଅଧିକାଂଶ ଯୁବବର୍ଗ ହୃଦ୍‌ରୋଗର ଶିକାର ହେଉଛନ୍ତି। ଅନ୍ତତଃ ପକ୍ଷେ ମାସକୁ ଥରେ ଉପବାସ ରହିବା ଦ୍ୱାରା ହୃଦ୍‌ଘାତ ଆଶଙ୍କା ହ୍ରାସ ପାଏ। ହଳଦୀରେ ଥିବା କୁର୍କମିନ୍‌ ନାମକ ଓଷଧୀୟ ପଦାର୍ଥ ହୃଦ୍‌ରୋଗରୁ ରକ୍ଷା କରିଥାଏ। ବର୍ଷକୁ ଅନ୍ତତଃ ଦୁଇଥର ରକ୍ତଦାନ ଦ୍ୱାରା ହୃଦ୍‌ରୋଗର ଆଶଙ୍କାକୁ କମ୍‌ କରିହେବ। ଚାପମୁକ୍ତ ସନ୍ତୁଳିତ ଜୀବନଶୈଳୀ ଅନୁସରଣ କରନ୍ତୁ। ନିଶାଦ୍ରବ୍ୟ ସେବନଠାରୁ ଦୂରେଇ ରୁହନ୍ତୁ। ଦୈନିକ ଅତି କମ୍‌ରେ ଅଧଘଣ୍ଟା ବ୍ୟାୟାମ କରନ୍ତୁ। ହୃଦ୍‌ରୋଗ ପାଇଁ ଓଜନ ବୃଦ୍ଧି ବା ମେଦ ବହୁଳତା ପ୍ରାୟ ୩୨ ଭାଗ ଦାୟୀ। ତେଣୁ ବୟସ ଅନୁସାରେ ଓଜନ କେତେ ରହିବା ଆବଶ୍ୟକ, ତାହା ଜାଣନ୍ତୁ। ଆବଶ୍ୟକତାଠାରୁ ଅଧିକ ଓଜନ ଥିଲେ, ତାହାକୁ କେମିତି ସନ୍ତୁଳିତ ସ୍ତରକୁ ଆଣିହେବ, ସେଥିପାଇଁ ଡାକ୍ତରଙ୍କ ସହ ପରାମର୍ଶ କରନ୍ତୁ। ବ୍ୟବସ୍ଥିତ ଜୀବନଶୈଳୀ ନିଶ୍ଚିିତ ଭାବରେ ଆପଣମାନଙ୍କୁ ହୃଦ୍‌ରୋଗରୁ ରକ୍ଷା କରିବ, ଏ ବିଶ୍ୱାସ ରଖନ୍ତୁ।


Enter your email to get our daily news in your inbox.

All Right Reserved By Dharitri.Com

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

ଲଗାଣ ବର୍ଷା ପାଇଁ କାଲି ୫ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା: ଭଦ୍ରକର ୭ ବ୍ଲକରେ ୩୯୯ ସ୍କୁଲ ବନ୍ଦ

ଭୁବନେଶ୍ୱର,୨୫।୯: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆସନ୍ତାକାଲି (ଶନିବାର) ରାଜ୍ୟର ୫ଟି ଜିଲାରେ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି। ପିଲାମାନଙ୍କ ସୁରକ୍ଷାକୁ ଆଖିଆଗରେ…

ପାଣି ସୁଅରେ ଭାସିଗଲା କାର, ଦୁଇ ଘଣ୍ଟା ଫସିଲେ ୨ ଜଣ

ଉଦଳା, ୨୫/୯(ସନ୍ତୋଷ ବାଛିନୀ): ଅଚାନକ ରାସ୍ତାରେ ପାଣି ପ୍ରବାହିତ ହେବାରୁ ପାଣି ସୁଅରେ ଏକ କାର ଭାସିଯାଇଥିବାବେଳେ ଏଥିରେ ଥିବା ଦୁଇ ଜଣ ପ୍ରାୟ ଦୁଇ ଘଣ୍ଟା…

ମୋରମ ରାସ୍ତାରେ ଦବୁଛି ଗାଡ଼ି: ରାଇକିଆ-ସିମନବାଡ଼ି ରାସ୍ତାରେ ଯାତାୟାତ ବାଧାପ୍ରାପ୍ତ

ରାଇକିଆ, ୨୫।୯ (ପ୍ରଦୀପ ବେହେରା): ତିନି ଦିନ ଧରି ଲଗାଣ ବର୍ଷା ଯୋଗୁ କନ୍ଧମାଳ ଜିଲା ରାଇକିଆ ବ୍ଲକ ସୁଗଡ଼ବାଡ଼ି ପଞ୍ଚାୟତ ଅନ୍ତର୍ଗତ ମୁରୁଡ଼ିକୁପୁଡ଼ା ନିକଟରେ ରାଇକିଆ-ଦାରିଙ୍ଗବାଡ଼ିକୁ…

ଦଶହରା-ବାଲିଯାତ୍ରା ପୂର୍ବରୁ ମାଣିକେଶ୍ୱରୀ ପୀଠରେ ସୁରକ୍ଷା ଚିନ୍ତା: ଅଚଳ ସିସିଟିଭି, ଭଙ୍ଗା ପ୍ରାଚୀର ଓ ଲାଇଟ୍‌

ଥୁଆମୂଳରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍‌ର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଅତି ପୁରାତନ ତଥା ରାଜାରାଜୁଡ଼ା ଅମଳର ପ୍ରସିଦ୍ଧ ପୀଠର…

ଲଗାଣ ବର୍ଷାରେ ବେହାଲ ଥୁଆମୂଳ ରାମପୁର: ଧସିଲା ପାହାଡ଼, ଗଛ ପଡ଼ି ରାସ୍ତା ଅବରୋଧ

ଥୁଆମୂଳ ରାମପୁର, ୨୫।୯ (ଦୁର୍ଗା କୀର୍ତ୍ତି): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ‘ରେଡ୍‌ ୱାର୍ଣ୍ଣିଂ’ ଜାରି ହୋଇଥିବା ବେଳେ ଥୁଆମୂଳ ରାମପୁର ବ୍ଲକ୍‌ରେ…

କବାଡ଼ିରେ ଭାରତର ଦବଦବା: ପୁରୁଷ, ମହିଳା ଦଳ ଫାଇନାଲରେ

ନାଗୋୟା, ୨୫ା୯:ଭାରତର ଉଭୟ ପୁରୁଷ ଓ ମହିଳା ଦଳ ଏସିଆନ ଗେମ୍ସ କବାଡ଼ି ପ୍ରତିଯୋଗିତାର ଫାଇନାଲରେ ପ୍ରବେଶ କରିଛନ୍ତି। ଉଭୟ ଦଳ ସେମାନଙ୍କ ସ୍ବର୍ଣ୍ଣ ପଦକ ବଜାୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?