ହୃଦରୋଗୀଙ୍କୁ ମାଗଣାରେ ବିଶ୍ୱସ୍ତରୀୟ ଚିକିତ୍ସା ମିଳିବ

ଭୁବନେଶ୍ୱର, ୨୬।୩ (ବ୍ୟୁରୋ):  ହୃଦ୍‌ରୋଗୀଙ୍କୁ ରାଜ୍ୟ ସରକାର ମାଗଣାରେ ବିଶ୍ୱସ୍ତରୀୟ ଚିକିତ୍ସା ସେବା ଯୋଗାଇଦେବେ। ଏଥିପାଇଁ ଶନିବାର ପ୍ରଶାନ୍ତି ମେଡିକାଲ ସର୍ଭିସ ଆଣ୍ଡ୍‌ ରିସର୍ଚ୍ଚ ଫାଉଣ୍ଡେଶନ (ପିଏମ୍‌ଏସ୍‌ଆର୍‌ଏଫ୍‌) ସହ ଚୁକ୍ତି କରିଛନ୍ତି। ଏହି ୨ ବର୍ଷିଆ ଚୁକ୍ତିନାମା ଫଳରେ ରାଜ୍ୟର ୩ ମାସରୁ ୬୫ବର୍ଷ ପର୍ଯ୍ୟନ୍ତ ଥିବା ହୃଦ୍‌ରୋଗୀ ଉପକୃତ ହେବେ। ବର୍ଷକୁ ପ୍ରାୟ ୫୦୦ ଶିଶୁ (୩ମାସରୁ ୧୮ବର୍ଷ) ଏବଂ ୫୦୦ଜଣ ବଡ଼ ଲୋକ (୧୯ ରୁ ୬୫ବର୍ଷ)ଙ୍କୁ ପିଏମ୍‌ଏସ୍‌ଆର୍‌ଏଫ ମାଗଣାରେ ଅସ୍ତ୍ରୋପଚାର କରିବ। ପିଏମ୍‌ଏସ୍‌ଆର୍‌ଏଫ୍‌ ପକ୍ଷରୁ ଅହମ୍ମଦାବାଦସ୍ଥିତ ଶ୍ରୀ ସତ୍ୟ ସାଇ ହାର୍ଟ ହସ୍ପିଟାଲ ଏବଂ ରାଜକୋଟସ୍ଥିତ ଶ୍ରୀ ସତ୍ୟ ସାଇ ହାର୍ଟ ହସ୍ପିଟାଲରେ ଚିକିତ୍ସା ସେବା ଯୋଗାଇ ଦିଆଯିବ। ରୋଗୀଙ୍କ ପରିବହନ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ସୂଚନାଯୋଗ୍ୟ, ଏହି ଚିକିତ୍ସା ସେବା ପାଇଁ ରାଜ୍ୟ ସରକାର ପୂର୍ବରୁ ୨୦୧୮ରୁ ୨୦୨୨ ପର୍ଯ୍ୟନ୍ତ ମଧ୍ୟ ପିଏମ୍‌ଏସ୍‌ଆର୍‌ଏଫ୍‌ ସହ ଚୁକ୍ତି କରିଥିଲେ। ଏହି ସମୟ ଭିତରେ ୯୪୦ ଶିଶୁ ଏବଂ ୨୫୬ ଜଣ ଆଡ଼ଲଟ ହୃଦ୍‌ରୋଗୀ ଉପକୃତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri