ଭୁବନେଶ୍ୱର, ୨୬।୩ (ବ୍ୟୁରୋ): ହୃଦ୍ରୋଗୀଙ୍କୁ ରାଜ୍ୟ ସରକାର ମାଗଣାରେ ବିଶ୍ୱସ୍ତରୀୟ ଚିକିତ୍ସା ସେବା ଯୋଗାଇଦେବେ। ଏଥିପାଇଁ ଶନିବାର ପ୍ରଶାନ୍ତି ମେଡିକାଲ ସର୍ଭିସ ଆଣ୍ଡ୍ ରିସର୍ଚ୍ଚ ଫାଉଣ୍ଡେଶନ (ପିଏମ୍ଏସ୍ଆର୍ଏଫ୍) ସହ ଚୁକ୍ତି କରିଛନ୍ତି। ଏହି ୨ ବର୍ଷିଆ ଚୁକ୍ତିନାମା ଫଳରେ ରାଜ୍ୟର ୩ ମାସରୁ ୬୫ବର୍ଷ ପର୍ଯ୍ୟନ୍ତ ଥିବା ହୃଦ୍ରୋଗୀ ଉପକୃତ ହେବେ। ବର୍ଷକୁ ପ୍ରାୟ ୫୦୦ ଶିଶୁ (୩ମାସରୁ ୧୮ବର୍ଷ) ଏବଂ ୫୦୦ଜଣ ବଡ଼ ଲୋକ (୧୯ ରୁ ୬୫ବର୍ଷ)ଙ୍କୁ ପିଏମ୍ଏସ୍ଆର୍ଏଫ ମାଗଣାରେ ଅସ୍ତ୍ରୋପଚାର କରିବ। ପିଏମ୍ଏସ୍ଆର୍ଏଫ୍ ପକ୍ଷରୁ ଅହମ୍ମଦାବାଦସ୍ଥିତ ଶ୍ରୀ ସତ୍ୟ ସାଇ ହାର୍ଟ ହସ୍ପିଟାଲ ଏବଂ ରାଜକୋଟସ୍ଥିତ ଶ୍ରୀ ସତ୍ୟ ସାଇ ହାର୍ଟ ହସ୍ପିଟାଲରେ ଚିକିତ୍ସା ସେବା ଯୋଗାଇ ଦିଆଯିବ। ରୋଗୀଙ୍କ ପରିବହନ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ସୂଚନାଯୋଗ୍ୟ, ଏହି ଚିକିତ୍ସା ସେବା ପାଇଁ ରାଜ୍ୟ ସରକାର ପୂର୍ବରୁ ୨୦୧୮ରୁ ୨୦୨୨ ପର୍ଯ୍ୟନ୍ତ ମଧ୍ୟ ପିଏମ୍ଏସ୍ଆର୍ଏଫ୍ ସହ ଚୁକ୍ତି କରିଥିଲେ। ଏହି ସମୟ ଭିତରେ ୯୪୦ ଶିଶୁ ଏବଂ ୨୫୬ ଜଣ ଆଡ଼ଲଟ ହୃଦ୍ରୋଗୀ ଉପକୃତ ହୋଇଛନ୍ତି।
BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ
ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…
ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍ରେ
ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…
LPG ଗ୍ରାହକଙ୍କ ପାଇଁ ବଡ଼ ଖବର, ଗ୍ୟାସ ସିଲିଣ୍ଡର ଫେରାଇଲେ ସିଧା ମିଳିବ ୫୦୦ଟଙ୍କା!
ନୂଆଦିଲ୍ଲୀ,୬।୧୦: ଯଦି ଆପଣ ଚାକିରି କିମ୍ୱା ପାଠପଢ଼ା ପାଇଁ ବାହାରେ କୌଣସି ଅନ୍ୟ ସହରରେ ରହୁଛନ୍ତି ଏବଂ ଆପଣଙ୍କ ପାଖରେ ସେଠାକାର ସ୍ଥାନୀୟ ଠିକଣା ପ୍ରମାଣପତ୍ର (Local…
ତପ୍ତପାଣି ଜଙ୍ଗଲରେ ପ୍ରେମର କରୁଣ ଅନ୍ତ: କୀଟନାଶକ ପିଇ ଆତ୍ମହତ୍ୟା କଲେ ପ୍ରେମୀଯୁଗଳ,କାନ୍ଦବୋବାଳିରେ ଫାଟି ପଡ଼ୁଛି…
ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ତପ୍ତପାଣି ଜଙ୍ଗଲ ନିକଟସ୍ଥ ପାଳୁଖଳା ଗ୍ରାମ ନିକଟରେ ମଙ୍ଗଳବାର ଏକ ହୃଦୟବିଦାରକ ଘଟଣା…
ଶୁକ୍ରାଦିତ୍ୟ ଯୋଗ ବଦଳାଇବ ୩ ରାଶିଙ୍କ ଭାଗ୍ୟ: ପ୍ରଚୁର ଧନଲାଭ ସହ କ୍ୟାରିୟରରେ ମିଳିବ ବଡ଼ ସଫଳତା
ତୁଳା ରାଶିରେ ସୂର୍ଯ୍ୟଙ୍କ ଗୋଚର ବେଶ ସ୍ୱତନ୍ତ୍ର ହେବାକୁ ଯାଉଛି, କାରଣ ଏହି ରାଶିର ଅଧିପତି ଶୁକ୍ର ବୋଲି ବିବେଚନା କରାଯାଏ। ଅନ୍ୟପକ୍ଷରେ, ସଂଯୋଗବଶତଃ ବର୍ତ୍ତମାନ ଶୁକ୍ର…
ଅଲିମ୍ପିକ୍ସ-୨୦୩୬ ଆୟୋଜନ ପାଇଁ ଭାରତ ବ୍ୟତୀତ ଏହି ୬ ଦେଶ ଆଗ୍ରହୀ, ଜାଣନ୍ତୁ…
ଲାଉସାନେ, ୬ା୧୦: ଅଲିମ୍ପିକ୍ ଗେମ୍ସ-୨୦୩୬ର ଆୟୋଜନ ପାଇଁ ଭାରତ ବ୍ୟତୀତ ଅନ୍ୟ ୬ଟି ଦେଶ ଆଗ୍ରହ ପ୍ରକାଶ କରିଛନ୍ତି। ଏହି ଦେଶଗୁଡ଼ିକ ନଭେମ୍ବରରେ ସେମାନଙ୍କ ପ୍ରୋଜେକ୍ଟଗୁଡ଼ିକ ଫ୍ୟୁଚର…
ଶ୍ରମିକଙ୍କୁ ପାର୍ବଣ ଭେଟି ଦେଲେ ସରକାର, ଏତେ ବଢିଲା ମଜୁରୀ!
ନୂଆଦିଲ୍ଲୀ,୬।୧୦: ଦୀପାବଳି ପୂର୍ବରୁ ଦେଶର ଲକ୍ଷ ଲକ୍ଷ ଶ୍ରମିକଙ୍କ ପାଇଁ ଉପହାର ଦେଇଛନ୍ତି କେନ୍ଦ୍ର ସରକାର। ଭେରିଏବଲ୍ ଡିଅରନେସ୍ ଆଲାଉନ୍ସ (VDA)କୁ ବୃଦ୍ଧି କରିଛନ୍ତି ସରକାର। ଏହି…
ହାଲ୍ରେ ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ
ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍ ଇଞ୍ଜିନ ପ୍ରକଳ୍ପର…

