ଦିନରେ ନିଆଁ ବର୍ଷା, ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ, ଆଜି ୩ ଜିଲାରେ ହେବ…

ଭୁବନେଶ୍ୱର,୫ା୪: ରାଜ୍ୟରେ କିଛିଦିନ ହେବ ପ୍ରବଳ ଗରମ ଗୁଳୁଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଛି। ଏପରିକି ଦିନରେ ନିଆଁ ବର୍ଷା ହେଉଥିବାବେଳେ ଅପରାହ୍ନରେ ମାଡ଼ି ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜଧାନୀର କିଛି ଅଞ୍ଚଳରେ ବର୍ଷା ହୋଇଥିବାରୁ ସାମାନ୍ୟ ତାତିରୁ ଲୋକଙ୍କୁ ତ୍ରାହି ମିଳିଛି।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନାନୁଯାୟୀ, ଶନିବାର ଅଧିକାଂଶ ସ୍ଥାନରେ ତାପମାତ୍ରା ହ୍ରାସ ପାଇଛି। ଆଜି ଅର୍ଥାତ୍‌ ରବିବାର ୩ ଜିଲା ଅର୍ଥାତ୍‌ ଭଦ୍ରକ, ବାଲେଶ୍ୱର ଏବଂ ମୟୂରଭଞ୍ଜକୁ ଅରେଞ୍ଜ ଓ୍ବାର୍ନିଂ ଦିଆଯାଇଛି। ୯ ତାରିଖ ଯାଏ ଏପରି ଗରମ ଗୁଳୁଗୁଳି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ସୂତ୍ରରୁ ପ୍ରକାଶ।

Dharitri – Odisha’s No.1 Odia Daily