ସାଢ଼େ ୧୧ରେ ଜଳିଲା ଭୁବନେଶ୍ବର, ସାରା ରାଜ୍ୟରେ ପ୍ରବଳ ଖରା

ଭୁବନେଶ୍ୱର,୫।୪: ପ୍ରଚଣ୍ଡ ତାତିରେ ଜଳୁଛି ସାରା ରାଜ୍ୟ। ଦିନ ସାଢ଼େ ୧୧ଟାରେ ଭୁବନେଶ୍ବର ତାପମାତ୍ରା ୩୯.୮ ଡ଼ିଗ୍ରୀ ରେକର୍ଡ ହୋଇଛି। ରାଜଧାନୀ ଭୁବନେଶ୍ବର ସହ ସାରା ରାଜ୍ୟରେ ପ୍ରବଳ ଖରା ଅନୁଭୂତ ହେଉଛି। ଭୁବନେଶ୍ୱର ବ୍ୟତୀତ ଦିନ ୧୧ ଟା ୩୦ ସୁଦ୍ଧା କେନ୍ଦୁଝର: ୩୯.୨, ବାଲେଶ୍ୱର:୩୮, ଝାରସୁଗୁଡା : ୩୮, ରାଉରକେଲା: ୩୭.୮, ଚାନ୍ଦବାଲି: ୩୭.୪ , ସମ୍ବଲପୁର: ୩୭.୪ , ହୀରାକୁଦ: ୩୬.୬, ପୁରୀ: ୩୨.୪, ପାରାଦୀପ: ୩୨, ଗୋପାଳପୁର: ୩୧.୮ ଡ଼ିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ପାଗରେ ପରିବର୍ତ୍ତନ ହେବ ନାହିଁ ଏବଂ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବାର ସମ୍ଭାବନା ଅଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି । ରାଜ୍ୟର କେତେକ ସ୍ଥାନରେ ତାପମାତ୍ରା ୪୫ଡିଗ୍ରୀ ପହଞ୍ଚିବ ବୋଲି ପାଣିପାଗ ବିଜ୍ଞାନୀ ମାନେ ଅନୁମାନ କରିଛନ୍ତି ।

ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟଗୁଡ଼ିକରେ ଛାତ୍ରଛାତ୍ରୀମାନଙ୍କୁ ଅଂଶୁଘାତରୁ ରକ୍ଷା କରିବା ପାଇଁ ପାଠପଢ଼ା ସମୟରେ ୩ ଥର ପାଣି ଯୋଗାଇ ଦେବାପାଇଁ ବ୍ଲକ୍‌‌ ଶିକ୍ଷା ଅଧିକାରୀ ଏବଂ ସ୍କୁଲର ପ୍ରଧାନଶିକ୍ଷକମାନଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏହାବ୍ୟତୀତ ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର ଜିଲ୍ଲାର ସ୍କୁଲ ପାଠପଢ଼ା ସମୟ ସକାଳ ସାଢ଼େ ୬ଟାରୁ ସାଢ଼େ ୧୦ଟା ମଧ୍ୟରେ ସୀମିତ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରୀ ଛାନିଆ! ମଝି ଆକାଶରେ ଇଣ୍ଡିଗୋ ବିମାନରେ ଲାଗିଗଲା ନିଆଁ, ଓଭରହେଡ୍‌ କ୍ୟାବିନ୍‌ରେ ଜଳିଲା…..

ନୂଆଦିଲ୍ଲୀ,୧୧।୧୦: ଆକାଶରେ ଉଡ଼ୁଥିବା ବେଳେ ଇଣ୍ଡିଗୋ ବିମାନରେ ହଠାତ୍‌ ଲାଗିଗଲା ନିଆଁ । ରବିବାର ଦିନ ଦିଲ୍ଲୀରୁ ଚେନ୍ନାଇ ଯାଉଥିବା ଇଣ୍ଡିଗୋ ବିମାନରେ ଏଭଳି ଏକ ଘଟଣା…

ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା, ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ୧୬୩ ଧାରା ଜାରି

ସାକ୍ଷୀଗୋପାଳ,୧୧ା୧୦(କିଶୋର ମହାପାତ୍ର/ପ୍ରଶାନ୍ତ ବାରିକ): ଶାସକ ଓ ବିରୋଧୀ ଦୁଇ ରାଜନୈତିକ ଗୋଷ୍ଠୀ ମୁହାଁମୁହିଁ ଆଶଙ୍କା ଥିବାରୁ ସତ୍ୟବାଦୀ ପ୍ରଶାସନ ପକ୍ଷରୁ ବରାଳ ବାଲୁଙ୍କେଶ୍ୱର ମନ୍ଦିର ନିକଟରେ ବିଏନଏସ୍‌ର…

ଖଡ଼ିଆଳ କଲେଜ ସାଇନ୍‌ ଡାଏ: ଅଧ୍ୟକ୍ଷଙ୍କ ଇସ୍ତଫା ଦାବି ନେଇ ତେଜିଲା ଛାତ୍ର ଆନ୍ଦୋଳନ

ଖଡ଼ିଆଳ,୧୧ା୧୦(ସୁଜିତ୍‌ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡ଼ିଆଳ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ ହେବା ଘଟଣାକୁ ନେଇ କ୍ୟାମ୍ପସରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି।…

ବାଘଛାଲ କାରବାର ଘଟଣାର ୪ ଅଭିଯୁକ୍ତ ଗିରଫ, କେତେଦୂର ଲମ୍ବିଛି ଚେର, ଜାରି ରହିଛି ଖୋଳତାଡ଼

ମୋହନା,୧୧ା୧୦(ମନ୍ମଥ ମିଶ୍ର): କଲରାପତରିଆ ବାଘଛାଲ କାରବାର ଘଟଣାରେ ବନ ବିଭାଗ ୪ ଅଭିଯୁକ୍ତଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗଜପତି ଜିଲା ମୋହନା ବନାଞ୍ଚଳ…

କର୍ଲାମୁଣ୍ଡା ଉତ୍ସବମୁଖର: ଆରମ୍ଭ ହେଲା ମା’ ଦୁର୍ଗାଙ୍କ ଶାରଦୀୟ ନବରାତ୍ର ପୂଜା, ୨୨ରେ ଭସାଣି

କର୍ଲାମୁଣ୍ଡା,୧୧ା୧୦(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ମହକୁମାସ୍ଥିତ ଦୁର୍ଗା ମଣ୍ଡପଠାରେ ଡୁକେରମାଲ ଦୁର୍ଗାପୂଜା କମିଟି ପକ୍ଷରୁ ରବିବାରଠାରୁ ସାର୍ବଜନୀନ ଶାରଦୀୟ ନବରାତ୍ର ପୂଜା…

‘ନା ବାରିକେଡ ଲଗାଇପାରିବେ, ନା ଇଣ୍ଟରନେଟ ବନ୍ଦ କରିପାରିବେ’: CJP ବିକ୍ଷୋଭ ମାମଲାରେ ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ କଡ଼ା ତାଗିଦ

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟରେ ଆଜି CJP ବିକ୍ଷୋଭ (ପ୍ରୋଟେଷ୍ଟ) ସମ୍ପର୍କିତ ଆବେଦନଗୁଡ଼ିକର ଶୁଣାଣି ହୋଇଛି, ଯେଉଁଥିରେ ବିକ୍ଷୋଭ କାରଣରୁ ମେଟ୍ରୋ ଏବଂ ଟ୍ରେନ ସେବା ବନ୍ଦ ରଖିବା ନିର୍ଦ୍ଦେଶକୁ…

ଗାଧୋଇବାକୁ ଯାଇ ଘାଇରେ ବୁଡ଼ିଗଲେ ଯୁବକ, ଦୀର୍ଘ ୮ ଘଣ୍ଟାର କସରତ ପରେ…

ମୋହନା,୧୧ା୧୦(ମନ୍ମଥ ମିଶ୍ର): ଗାଧୋଇବାକୁ ଯାଇ ଘାଇରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଗଜପତି ଜିଲା ଆର ଉଦୟଗିରି ଥାନା ଅନ୍ତର୍ଗତ…

ଆଜି ଅତାବିରା ଆସୁଛନ୍ତି ରାଜ୍ୟପାଳ: ଶିକ୍ଷା ଓ ସାଂସ୍କୃତିକ କ୍ଷେତ୍ରରେ ନୂଆ ଅଧ୍ୟାୟର କରିବେ ଶୁଭାରମ୍ଭ

ଅତାବିରା,୧୧ା୧୦(ଯୁଧିଷ୍ଠିର ମହାପାତ୍ର): ଓଡ଼ିଶାର ରାଜ୍ୟପାଳ ଡାକ୍ତର ହରିବାବୁ କମ୍ଭମପାଟି ରବିବାର ବରଗଡ଼ ଜିଲାର ଅତାବିରା ଗସ୍ତରେ ଆସୁଥିବାରୁ ଅଞ୍ଚଳରେ ଉତ୍ସାହର ପରିବେଶ ସୃଷ୍ଟି ହୋଇଛି। ରାଜ୍ୟପାଳଙ୍କ ଗସ୍ତକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?