ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି: ପଶ୍ଚିମ ଓଡ଼ିଶାକୁ ଆର୍ଲଟ

ଭୁବନେଶ୍ୱର,୧୭।୩: ମଙ୍ଗଳବାର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବ। ପାଣିପାଗ ବିଭାଗ ମଙ୍ଗଳବାର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଆଶଙ୍କା କରିଛି। ଏ ନେଇ ବୌଦ୍ଧ ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କଲା ପାଣିପାଗ ବିଭାଗ। ବଲାଙ୍ଗୀର ଓ ଝାରସୁଗୁଡ଼ାକୁ ୟେଲୋ ୱାର୍ନିଂ ଜାରି ହୋଇଛି। ଶିଶୁ , ବୃଦ୍ଧ ଓ ରୋଗୀଙ୍କ ପାଇଁ ଅସହ୍ୟ ହୋଇପାରେ ତାତି ସବୁ ଜିଲାପାଳଙ୍କୁ ସ୍ବତନ୍ତ୍ର ରିଲିଫ କମିଶନର ଚିଠି ଲେଖିଛନ୍ତି।

ଅନ୍ୟପକ୍ଷେ ରାଜ୍ୟରେ ଗତ ୬ ଦିନ ହେଲା ତାପମାତ୍ରା ବଢ଼ିବାରେ ଚାଲିଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ଜୀବନଯାତ୍ରା ପ୍ରଭାବିତ ହେଉଛି। ଏଭଳି ସ୍ଥିତିରେ ଖରାରେ ଜଳୁଛି ପଶ୍ଚିମ ଓଡ଼ିଶା। ସୋମବାର ପୂର୍ବାହ୍ନ ସାଢ଼େ ୧୧ରେ ଝାରସୁଗୁଡ଼ାରେ ତାପମାତ୍ରା ୩୭.୮ ଡିଗ୍ରୀରେ ପହଞ୍ଚିଛି। ସେହିପରି ହୀରାକୁଦରେ ୩୭ ଏବଂ ସମ୍ବଲପୁରରେ ତାପମାତ୍ରା ୩୬ ଡିଗ୍ରୀ ରେକର୍ଡ କରାଯାଇଛି।

୧୯ ତାରିଖ ଯାଏ କଲବଲ କରିବ ଅସମ୍ଭାଳ ତାତି । ଆଗାମୀ ୨ ଦିନ ରାଜ୍ୟରେ ସିଭିୟର ହିଟ୍‌ୱେଭ୍‌ ୱାର୍ନିଂ ରହିଛି। ଏନେଇ ଝାରସୁଗୁଡ଼ା, ସମ୍ବଲପୁର, କଳାହାଣ୍ଡି, ସୋନପୁର ଏବଂ ବୌଦ୍ଧ ଜିଲା ପାଇଁ ରେଡ୍‌ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ସେହିପରି ହିଟୱେଭକୁ ନେଇ ଅନୁଗୋଳ, ବଲାଙ୍ଗୀର, ସୁନ୍ଦରଗଡ଼ରେ ଅରେଞ୍ଜ ୱାର୍ନିଂ ସହ ମୟୂରଭଞ୍ଜ, କେନ୍ଦୁଝର ଢେଙ୍କାନାଳ ଓ ଗଜପତି ଜିଲା ପାଇଁ ୟେଲୋ ୱାର୍ନିଂ ଜାରି କରିଛି ପାଣିପାଗ ବିଭାଗ ।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

ଷଣ୍ଢକୁ ଆକ୍ରମଣ କରି ଖାଇଲା କୁମ୍ଭୀର

ରାଜନଗର, ୧୮।୮ (ଭାସ୍କର ରାଉତରାୟ): ବନ୍ୟା ଆସିବା ଯୋଗୁ ଏବେ ବଉଳା କୁମ୍ଭୀରଙ୍କ ଆତଙ୍କ ବଢ଼ିଛି। ବନ୍ୟା ପ୍ରପୀଡ଼ିତ ଲୋକଙ୍କ ଆଖିରୁ ନିଦ ହଜିଯାଇଛି। ଭିତରକନିକା ଜାତୀୟ…

ଇମ୍ରାନ ଖାନଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ଇସଲାମାବାଦ,୧୮।୮: ଜେଲରେ ବନ୍ଦୀ ଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌ଙ୍କୁ ହସ୍ପିଟାଲ ସ୍ଥାନାନ୍ତର କରିବାକୁ ପାକିସ୍ତାନ ସର୍ବୋଚ୍ଚ କୋର୍ଟ ମଙ୍ଗଳବାର ପାକ୍‌ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।…

୨୦୨୭ ନିର୍ବାଚନ ପାଇଁ ଭାଜପାର ମାଷ୍ଟରପ୍ଲାନ୍‌: ବିରୋଧୀ ମହଲରେ ହଟଚମଟ

ନୂଆଦିଲ୍ଲୀ, ୧୮।୮: ଭାଜପା ଉତ୍ତର ପ୍ରଦେଶରେ ସଂଗଠନର ଦାୟିତ୍ୱ ବରିଷ୍ଠ ନେତା ବିନୋଦ ତାୱଡେଙ୍କୁ ଦେଇଛି। ତାଙ୍କୁ ଉତ୍ତର ପ୍ରଦେଶର ପ୍ରଭାରୀ ନିଯୁକ୍ତ କରାଯାଇଛି। ଏଥିରୁ ସଙ୍କେତ…

ଶୁକ୍ର-ଶନିଙ୍କ ବଡ଼ ଯୋଗ: ଏହି ୪ ରାଶି ପାଇଁ ସୁବର୍ଣ୍ଣ ସୁଯୋଗ, ଘଟିବ ଏଭଳି ଯାହା କେବେ…

ଶୁକ୍ର ଗ୍ରହ ଏବଂ ଶନି ଗ୍ରହ ୨୧ ଅଗଷ୍ଟ ୨୦୨୬, ଶୁକ୍ରବାର ସନ୍ଧ୍ୟା ୬ଟା ୧୦ ମିନିଟରେ ପରସ୍ପର ୧୮୦ ଡିଗ୍ରୀରେ ଅବସ୍ଥାନ କରିବେ। ଏହି ସମୟରେ…

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

ଝିପିଝିପି ବର୍ଷାରେ ଧାନ ରୁଆ: ଚାଷୀ ମନରେ ଖେଳିଗଲା ଖୁସିର ଲହରୀ

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଝିପିଝିପି ବର୍ଷା ଲାଗି ରହିଛି। ଲଘୁଚାପଜନିତ ବର୍ଷା ହେଉଛି। ଚାଷୀ ମନରେ ଖୁସିର ଲହରି ଖେଳି ଯାଉଛି। ଝିପି…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri