Posted inରାଜ୍ୟ

କାର୍ତ୍ତିକରେ ବଢୁଛି ତାତି

ଭୁବନେଶ୍ୱର,୪ା୧୧,(ଅନିଲ ଦାସ): କାର୍ତ୍ତିକ ମାସ ହେଲା। ରାଜ୍ୟରେ ଶୀତ ବଦଳରେ ତାତି ବିରାଜମାନ କରୁଛି। ସକାଳ ୮ଟା ହେବା ମାତ୍ରେ ମାଡ଼ିଆସୁଛି ଟାଇଁ ଟାଇଁ ଖରା। ପାରଦ ୩୫ ଡିଗ୍ରୀକୁ ଟପିଯାଉଛି। ରାଜ୍ୟରେ ସ୍ବାଭାବିକ ଭାବେ ଦିନର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରୀ ତଳେ ରହିଥାଏ। ମାତ୍ର ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ପାଣିପାଗ ବିଶେଷଜ୍ଞଙ୍କ କହିବା ଅନୁଯାୟୀ, ଜଳବାୟୁ ପରିବର୍ତ୍ତନ ଓ ପ୍ରଦୂଷଣ ତାପମାତ୍ରା ବୃଦ୍ଧିର ପ୍ରମୁଖ କାରଣ। ଅନ୍ୟପକ୍ଷରେ ପେରୁ ଉପକୂଳ ପୂର୍ବ କେନ୍ଦ୍ରୀୟ ପ୍ରଶାନ୍ତ ମହାସାଗରରେ ରହିଥିବା ଏଲ୍‌-ନିନ୍ୟୋ ମଧ୍ୟ ଗରମ ବୃଦ୍ଧିର ଅନ୍ୟ ଏକ କାରଣ। ଏଲ୍‌-ନିନ୍ୟୋ ପ୍ରଭାବରୁ ବାୟୁ ଚଳାଚଳ ପ୍ରଭାବ ପ୍ରଭାବିତ ହୋଇଛି। ରାଜ୍ୟକୁ ଉତ୍ତର ଉତ୍ତର-ପୂର୍ବ ଦିଗ ବଦଳରେ ପୂର୍ବ ଦକ୍ଷିଣ-ପୂର୍ବ ଦିଗରୁ ବାୟୁ ପ୍ରବାହିତ ହେଉଛି। ଏହି କାରଣରୁ ଚଳିତ ବର୍ଷ ଶୀତ କମିଯାଇପାରେ ବୋଲି ଅନୁମାନ କରାଯାଉଛି।
ଶୀତ ଏକପ୍ରକାର ଗାଏବ ହୋଇଯାଇଛି। ଅକ୍ଟୋବର ଶେଷ ଆଡ଼କୁ ଟିକେ ହାଲୁକା ଶୀତ ହୋଇଥିଲା। ନଭେମ୍ବର ୧ ତାରିଖରୁ ରାଜ୍ୟରେ ତାତି ବିରାଜମାନ କରୁଛି। ଦିନରେ ହେଉଥିବା ପ୍ରବଳ ଖରା ପରିବେଶକୁ ଉତ୍ତପ୍ତ କରି ଦେଉଛି। ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠିଯାଇଛି। ଆହୁରି ୪/୫ ଦିନ ଏଭଳି ପାଗ ରହିବ। ତାତି ବଢୁଥିବାରୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ଢେଙ୍କାନାଳ,ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲାର ଗୋଟିଏ ୨ଟି ସ୍ଥାନରେ ହାଲୁକା ଝଡ଼ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଆସନ୍ତା ୫ ତାରିଖରୁ ବାୟୁ ପ୍ରବାହର ଗତି ପରିବର୍ତ୍ତନ ହୋଇ ଉତ୍ତର ଉତ୍ତର-ପୂର୍ବ ଦିଗରୁ ବହିବ। ଫଳରେ ତାପମାତ୍ରା କମିବା ସହ ହାଲୁକା ଶୀତ ଆରମ୍ଭ ହେବ। କେତେକ ସ୍ଥାନରେ କୁହୁଡିଆ ପାଗ ମଧ୍ୟ ସୃଷ୍ଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

ରଙ୍ଗ ରୁଟ୍‌ରେ ପଶିଆସିଲା ହାଇଓ୍ବା: ଧକ୍କାଦେଲା କଲେଜ ବସ୍‌,୧୫ରୁ ଉର୍ଦ୍ଧ୍ୱ ଛାତ୍ର ଗୁରୁତର  

କଳିଙ୍ଗନଗର,୧୩୪(ଶୁଭାଶିଷ ରାଉତ ): ଯାଜପୁର ଜିଲା କୋରେଇ ଥାନା ଅନ୍ତର୍ଗତ ଓଉପଦା ଛକ ନିକଟରେ ଏକ ଘରୋଇ କଲେଜ(ପ୍ରୟାସ)ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ରଙ୍ଗରୁଟରେ ପଶିଆସିଥିବା ଏକ ହାଇୱାକୁ…

ଶାନ୍ତି ଆଲୋଚନା ବାଟବଣା ହେବା ବେଳେ, ଆକ୍ରମଣାତ୍ମକ ମନୋଭାବ ଗ୍ରହଣ କରିଛନ୍ତି ଟ୍ରମ୍ପ

ଓ୍ବାଶିଂଟନ,୧୩।୪: ପାକିସ୍ତାନରେ ଆମେରିକା-ଇରାନ ‘ଶାନ୍ତି ଆଲୋଚନା’ ବିଫଳ ହୋଇଛି। ଇରାନ ଆମେରିକୀୟ ପ୍ରସ୍ତାବକୁ ଗ୍ରହଣ କରିବାକୁ ମନା କରିଛି। ଫଳସ୍ବରୂପ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବେ…

ଯୁବ ବ୍ୟବସାୟୀଙ୍କୁ ଗାଡ଼ି ଚଢ଼ାଇ ହତ୍ୟା ଉଦ୍ୟମ: ପ୍ରି ପ୍ଲାନ୍‌ରେ ଲୁଚାଯାଇଥିବା ଗାଡ଼ି ଜବତ

ବଲାଙ୍ଗୀର/ସଇଁତଳା,୧୩।୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଜାତୀୟ ରାଜପଥ-୨୬ ନବୀନ ଛକ ନିକଟରେ ଶୁକ୍ରବାର ଅପରାହ୍ନ ସମୟରେ ଏକ ଚାରି ଚକିଆ ଗାଡ଼ି ମଡ଼ାଇ…

ବିଶୋଧିତ ଜଳ ବ୍ୟବହାର କଲେ ମନୁଷ୍ୟ ସମାଜ ସୁସ୍ଥ ରହିବ

ବିଶାଳ ଭୂପୃଷ୍ଠକୁ ସୁବିସ୍ତୃତ ଜଳରାଶି ଚାରିପଟୁ ସଜାଗ ପୋଲିସ ବାହିନୀ ସଦୃଶ ଘେରିରହିଛି। ମହାସାଗର, ସାଗର ଓ ନଦୀଜଳ ଦ୍ୱାରା ଜାଗତିକ ସଭ୍ୟତା ଉନ୍ନତିର ସୋପାନରେ ଆଗେଇ…

ଅନ୍ଧକାର ଘେରରେ ଛତ୍ରପୁର ଶିଶୁ ଉଦ୍ୟାନ; ଜଳୁନି ଲାଇଟ୍, ପ୍ରଶାସନକୁ ଧ୍ୟାନ ଦେବାକୁ ଦାବି

ଛତ୍ରପୁର,୧୩।୪(ଦିଲୀପ ସାମଲ): ସାରା ଦିନ କଠିନ ପରିଶ୍ରମ କରି ପାଠ ପଢୁଥିବା ଶିଶୁଟିଏ ସଞ୍ଜ ନଇଁଲେ ନିଜକୁ ଖେଳ କୁଦରେ ଲିପ୍ତ କରି ଦେଇଥାଏ। ଆଉ ଯେତେବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri