Odisha Elections 2024
Posted inରାଜ୍ୟ

କାର୍ତ୍ତିକରେ ବଢୁଛି ତାତି

ଭୁବନେଶ୍ୱର,୪ା୧୧,(ଅନିଲ ଦାସ): କାର୍ତ୍ତିକ ମାସ ହେଲା। ରାଜ୍ୟରେ ଶୀତ ବଦଳରେ ତାତି ବିରାଜମାନ କରୁଛି। ସକାଳ ୮ଟା ହେବା ମାତ୍ରେ ମାଡ଼ିଆସୁଛି ଟାଇଁ ଟାଇଁ ଖରା। ପାରଦ ୩୫ ଡିଗ୍ରୀକୁ ଟପିଯାଉଛି। ରାଜ୍ୟରେ ସ୍ବାଭାବିକ ଭାବେ ଦିନର ସର୍ବୋଚ୍ଚ ତାପମାତ୍ରା ୩୦ ଡିଗ୍ରୀ ତଳେ ରହିଥାଏ। ମାତ୍ର ଚଳିତ ବର୍ଷ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ପାଣିପାଗ ବିଶେଷଜ୍ଞଙ୍କ କହିବା ଅନୁଯାୟୀ, ଜଳବାୟୁ ପରିବର୍ତ୍ତନ ଓ ପ୍ରଦୂଷଣ ତାପମାତ୍ରା ବୃଦ୍ଧିର ପ୍ରମୁଖ କାରଣ। ଅନ୍ୟପକ୍ଷରେ ପେରୁ ଉପକୂଳ ପୂର୍ବ କେନ୍ଦ୍ରୀୟ ପ୍ରଶାନ୍ତ ମହାସାଗରରେ ରହିଥିବା ଏଲ୍‌-ନିନ୍ୟୋ ମଧ୍ୟ ଗରମ ବୃଦ୍ଧିର ଅନ୍ୟ ଏକ କାରଣ। ଏଲ୍‌-ନିନ୍ୟୋ ପ୍ରଭାବରୁ ବାୟୁ ଚଳାଚଳ ପ୍ରଭାବ ପ୍ରଭାବିତ ହୋଇଛି। ରାଜ୍ୟକୁ ଉତ୍ତର ଉତ୍ତର-ପୂର୍ବ ଦିଗ ବଦଳରେ ପୂର୍ବ ଦକ୍ଷିଣ-ପୂର୍ବ ଦିଗରୁ ବାୟୁ ପ୍ରବାହିତ ହେଉଛି। ଏହି କାରଣରୁ ଚଳିତ ବର୍ଷ ଶୀତ କମିଯାଇପାରେ ବୋଲି ଅନୁମାନ କରାଯାଉଛି।
ଶୀତ ଏକପ୍ରକାର ଗାଏବ ହୋଇଯାଇଛି। ଅକ୍ଟୋବର ଶେଷ ଆଡ଼କୁ ଟିକେ ହାଲୁକା ଶୀତ ହୋଇଥିଲା। ନଭେମ୍ବର ୧ ତାରିଖରୁ ରାଜ୍ୟରେ ତାତି ବିରାଜମାନ କରୁଛି। ଦିନରେ ହେଉଥିବା ପ୍ରବଳ ଖରା ପରିବେଶକୁ ଉତ୍ତପ୍ତ କରି ଦେଉଛି। ତାପମାତ୍ରା ୩ରୁ ୪ ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠିଯାଇଛି। ଆହୁରି ୪/୫ ଦିନ ଏଭଳି ପାଗ ରହିବ। ତାତି ବଢୁଥିବାରୁ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ଢେଙ୍କାନାଳ,ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, ମାଲକାନଗିରି, କୋରାପୁଟ ଜିଲାର ଗୋଟିଏ ୨ଟି ସ୍ଥାନରେ ହାଲୁକା ଝଡ଼ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି। ଆସନ୍ତା ୫ ତାରିଖରୁ ବାୟୁ ପ୍ରବାହର ଗତି ପରିବର୍ତ୍ତନ ହୋଇ ଉତ୍ତର ଉତ୍ତର-ପୂର୍ବ ଦିଗରୁ ବହିବ। ଫଳରେ ତାପମାତ୍ରା କମିବା ସହ ହାଲୁକା ଶୀତ ଆରମ୍ଭ ହେବ। କେତେକ ସ୍ଥାନରେ କୁହୁଡିଆ ପାଗ ମଧ୍ୟ ସୃଷ୍ଟି ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦାଦନ, ଭାଗଚାଷ ବଢ଼ାଇଛି ଲୋକଙ୍କ ଦୁଃଖ

ଆସିକାରୁ ସୁନୀତ ମିଶ୍ର, ୧୯ା୫ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଗତ ୧୩ ତାରିଖରେ ଅନୁଷ୍ଠିତ ହୋଇଯାଇଛି। ଆସନ୍ତା ୨୦ ତାରିଖରେ ଆଉ ୫ ଲୋକ ସଭା...

ବିକାଶ ହିଁ ଆମର ପ୍ରସଙ୍ଗ: ଦେବେଶ ଆଚାର୍ଯ୍ୟ

ବରଗଡ଼ ଜିଲାରେ ଦେବେଶ ଆଚାର୍ଯ୍ୟ ଏକ ପରିଚିତ ଚେହେରା। ପଦ୍ମଶ୍ରୀ କୃତାର୍ଥ ଆଚାର୍ଯ୍ୟଙ୍କ ନାତି ତଥା ପୂର୍ବତନ ମନ୍ତ୍ରୀ ସ୍ବର୍ଗତ ଆନନ୍ଦ ଆଚାର୍ଯ୍ୟଙ୍କ ସେ ପୁଅ।...

ଜମିପଟ୍ଟା ନ ଥିଲେ ମିଳୁନି ଜାତି ପ୍ରମାଣପତ୍ର

ସମ୍ବଲପୁର,୧୯।୫(ଭବାନୀ ଶଙ୍କର ଭୋଇ)ଶିକ୍ଷା କ୍ଷେତ୍ରରେ ମିଳୁଥିବା ବିଭିନ୍ନ ସରକାରୀ ସୁବିଧା ପାଇବା ପାଇଁ ଅନୁସୂଚିତ ଜାତି ଏବଂ ଜନଜାତ ଛାତ୍ରୀଛାତ୍ରଙ୍କ ପାଇଁ ଜାତି ପ୍ରମାଣ ପତ୍ରର...

ପାଣିଟାଙ୍କି ଉପର ପାଲଟିଛି ମୋବାଇଲ ନେଟ୍‌ୱର୍କ ଜୋନ୍‌

ବଲାଙ୍ଗୀର/ମୁରିବାହାଲ,୧୯ା୫ (ବୀରେନ୍ଦ୍ର କୁମାର ଝାଙ୍କର/ଶ୍ରୀବତ୍ସ ବେହେରା)ମୋବାଇଲ ଫୋନ୍‌ରେ କଥା ହେବା ପାଇଁ ଗ୍ରାମବାସୀଙ୍କୁ ଚଢ଼ିବାକୁ ପଡୁଛି ଗଁାରେ ଥିବା ପାଣିଟାଙ୍କି ଉପରକୁ। ଗଁାରେ ଲାଗି ରହିଛି...

ହଟୁନି ଚିରାଫଟା ବ୍ୟାନର, ସ୍ମାର୍ଟସିଟି ସୌନ୍ଦର୍ଯ୍ୟତାରେ ସାଜୁଛି ପ୍ରତିବନ୍ଧକ

ରାଉରକେଲା,୧୯ା୫(ବିପ୍ଳବ ରଞ୍ଜନ ଦାଶ)ରାଉରକେଲାରେ ହୋର୍ଡିଂ ସେବାର ଠିକ୍‌ ପରିଚାଳନା ହେଉନାହିଁ। ଫଳରେ ଏହା ସହରର ସୌନ୍ଦର୍ଯ୍ୟ ବୃଦ୍ଧିରେ ପ୍ରତିବନ୍ଧକ ସାଜୁଛି। ଆରଏମ୍‌ସି ଅନୁମୋଦନରେ ବିଭିନ୍ନ ସଂସ୍ଥା...

ଅଧିକାଂଶ ଭୋଟରଙ୍କୁ ମିଳିନି ଚିରକୁଟି

ରାଉରକେଲା, ୧୯ା୫(ସଙ୍ଗୀତା ଜେନା)ଆଉ ମାତ୍ର ଦିନକ ପରେ ସୁନ୍ଦରଗଡ଼ ଲୋକ ସଭା ଓ ବିଧାନସଭା ଆସନ ଲାଗି ମତଦାନ ହେବାକୁ ଯାଉଛି। ମତଦାନ ସଂଖ୍ୟା ବୃଦ୍ଧି...

ଭବାନୀପାଟଣାରେ ଫେଲ୍‌ ମାରିଛି ମୁକ୍ତା ଯୋଜନା

ଭବାନୀପାଟଣା,୧୯ା୫(ଉତ୍ତମ କୁମାର ଦାଶ)କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ନିର୍ମାଣ ହୋଇଥିବା ରାସ୍ତାକଡ଼ ବ୍ୟାୟାମଶାଳା ପିଲାଙ୍କ ପାର୍କ ନା ସୌନ୍ଦର୍ଯ୍ୟକରଣ ଉପକରଣ ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି...

୨୫ ପରିବାରକୁ ଗୋଟିଏ ନଳକୂପ

ଝରିଗାଁ,୧୯।୫(କିଶୋର ଚନ୍ଦ୍ର ମଣ୍ତଳ)ଗ୍ରୀଷ୍ମ ଋତୁ ଆସିବା ମାତ୍ରେ ପାନୀୟ ଜଳ ସଙ୍କଟ ଦେଖା ଦେଉଛି। ସରପଞ୍ଚଙ୍କଠାରୁ ଆରମ୍ଭ କରି ବ୍ଲକ ପ୍ରଶାସନକୁ ଦାବି ଜଣାଇଲେ ମଧ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri