Posted inଜାତୀୟ

୯ବର୍ଷର ରେକର୍ଡ ଭାଙ୍ଗିଲା ଦିଲ୍ଲୀ

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଚଳିତ ବର୍ଷ ସବୁ ବର୍ଷଠାରୁ ଅତ୍ୟଧିକ ଗରମ ହେବା ସହ ଗୁଳଗୁଳି ଅନୁଭୂତ ହେଉଛି। ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଇତିମଧ୍ୟରେ ରବିବାର ଦିଲ୍ଲୀର ଅଧିକାଂଶ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଦେଖିବାକୁ ମିଳିଥିବା ବେଳେ ବର୍ଦ୍ଧିତ ତାପମାତ୍ରା ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। ପାଣିପାଗ ବିଭାଗର ୨ଟି ଷ୍ଟେସନ ମୁଙ୍ଗେଶପୁର ଏବଂ ନଜଫଗଡ଼ରେ ତାପମାତ୍ରା ୪୯.୨ ଏବଂ ୪୯.୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ପାଣିପାଗ ବିଭାଗ ଅନୁଯାୟୀ, ଗତ ନଅ ବର୍ଷ ମଧ୍ୟରେ ଚଳିତ ମାସ ସବୁଠାରୁ ଉତ୍ତପ୍ତ ବୋଲି କୁହାଯାଉଛି। ସେହିପରି ସୋମବାର ବି ଗରମରୁ ଆଶ୍ୱସ୍ତି ମିଳିନାହିଁ। ସୋମବାର ଦିଲ୍ଲୀର ସର୍ବାଧିକ ତାପମାତ୍ରା ୪୪.୪ ଡିଗ୍ରୀ ସେଲ୍‌ସିୟସ ରହିଛି, ଯାହା ରବିବାର ଅପେକ୍ଷା ସାମାନ୍ୟ ଭଲ। କିନ୍ତୁ ହିଟ୍‌ ଓ୍ବେଭ ଯୋଗୁ ଦିଲ୍ଲୀ ରାସ୍ତାରେ ଯାତାୟତ କରିବା ଏକ ଚ୍ୟାଲେଞ୍ଜ ସଦୃଶ। ଚଳିତ ବର୍ଷ ମାର୍ଚ୍ଚରୁ ହିଟ୍‌ ଓ୍ବେଭ ଆରମ୍ଭ ହୋଇଛି ବୋଲି ପାଣିପାଗ ବିଜ୍ଞାନୀ ଆର.କେ ଜେନମାନି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏନକ୍ଲୋଜର୍ ଭିତରକୁ ପଶିଗଲେ ବ୍ୟକ୍ତି, ଝୁଣି ଖାଇଲା ରକ୍ତମୁଖା ବାଘ, ପୂରା ଘଟଣା ଜାଣିଲେ…

ଲଣ୍ଡନ,୧୧ା୧୦: ଇଂଲଣ୍ଡର ୟର୍କସାୟର୍ ଓ୍ବାଇଲ୍ଡଲାଇଫ୍‌ ପାର୍କରେ ଜଣେ ବ୍ୟକ୍ତି ବାଘ ରହୁଥିବା ଏନକ୍ଲୋଜର୍ (ଖୁଆଡ଼) ଭିତରକୁ ପଶିଯିବା ପରେ ବାଘ ଆକ୍ରମଣର ଶିକାର ହୋଇ ପ୍ରାଣ ହରାଇଛନ୍ତି।…

ସରକାରଙ୍କ ବଡ଼ ଘୋଷଣା: ବଢିବ ମାସିକ ପେନସନ! ଜାଣନ୍ତୁ କେତେ …

ଲକ୍ଷ୍ନୌ,୧୧।୧୦: ଉତ୍ତରପ୍ରଦେଶର ବୟସ୍କ ନାଗରିକ, ନିରାଶ୍ରିତ ମହିଳା ଓ ଦିବ୍ୟାଙ୍ଗଜନଙ୍କ ପାଇଁ ବଡ଼ ଖବର। ଯୋଗୀ ଆଦିତ୍ୟନାଥ ସରକାର ଏହି ବର୍ଗର ହିତାଧିକାରୀଙ୍କୁ ମିଳୁଥିବା ପେନସନ ରାଶି…

ଇସ୍ତଫା ଦାବିରେ ଅଟଳ ସିଜେପି, ସକାଳୁ ସକାଳୁ କଲା ବଡ଼ ଘୋଷଣା; ସରକାର ଛାନିଆ!

ନୂଆଦିଲ୍ଲୀ,୧୧।୧୦: କକ୍ରୋଚ ଜନତା ପାର୍ଟି (ସିଜେପି) ପକ୍ଷରୁ ରବିବାର ସକାଳ ୧୦ଟାରେ ଜନ୍ତରମନ୍ତରଠାରେ ପ୍ରତିବାଦ ପ୍ରଦର୍ଶନ କରିବାକୁ ଆହୱାନ ଦିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ ପୋଲିସ…

ଆଜି ଯନ୍ତରମନ୍ତର ଘେରାଉ ପାଇଁ ସିଜେପିର ଆହ୍ୱାନ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌)ରେ ବ୍ୟାପକ ଅନିୟମିତତା ଏବଂ ୧୩ କୋଟି ଭୋଟରଙ୍କ ନଁା କାଟିବା ଅଭିଯୋଗରେ ମୁଖ୍ୟ ନିର୍ୱାଚନ…

ସିଇସି ଜ୍ଞାନେଶ ହଟାଅ ଦାବିରେ ସିଜେପିର ବିକ୍ଷୋଭ: ଦିଲ୍ଲୀରେ ୭ ହଜାରରୁ ଊର୍ଦ୍ଧ୍ୱ ଅଟକ

ନୂଆଦିଲ୍ଲୀ, ୧୧ା୧୦ (ପି.ଟି.): ମୁମ୍ୱାଇରୁ ବିମାନ ଯୋଗେ ଦିଲ୍ଲୀ ପହଞ୍ଚିବା ପରେ ସିଜେପି ପ୍ରତିଷ୍ଠାତା ଅଭିଜିତ୍‌ ଦୀପ୍‌କେ, ପ୍ରବକ୍ତା ସୌରଭ ଦାସ ଏବଂ ଆଶୁତୋଷ ରାଙ୍କାଙ୍କୁ ଇନ୍ଦିରା…

ଦିଲ୍ଲୀ ହାଇକୋର୍ଟରେ ହାଜର ହେବେ ଅମିତାଭ, ବଢ଼ିଲା ଚର୍ଚ୍ଚା…

ନୂଆଦିଲ୍ଲୀ: ବଲିଉଡ଼ର ମହାନାୟକ ଅମିତାଭ ବଚ୍ଚନ ନିଜର ନାମ, ଫଟୋ ଏବଂ କଣ୍ଠସ୍ୱରର ଅନଧିକୃତ ବ୍ୟବହାରକୁ ରୋକିବା ପାଇଁ ଦୀର୍ଘ ଦିନ ହେବ ଆଇନଗତ ଲଢ଼େଇ ଜାରି…

ମୁମ୍ବାଇ ପୋଲିସ ଦ୍ୱାରା ବଲିଉଡ୍ ଅଭିନେତା ଇମ୍ରାନ୍ ଅଟକ; ଭିଡିଓ ଭାଇରାଲ୍

ମୁମ୍ବାଇ: ବଲିଉଡ୍ ଅଭିନେତା ଇମ୍ରାନ୍ ଖାନ୍‌ଙ୍କୁ ଶନିବାର ମୁମ୍ବାଇ ପୋଲିସ ହେପାଜତକୁ ନେଇଛି। ମୁଖ୍ୟ ନିର୍ବାଚନ ଆୟୋଗ (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଦିଲ୍ଲୀରେ ହେବାକୁ ଥିବା…

କଂଗ୍ରେସ କରିବ ପୁଣି ବଡ଼ ଆନ୍ଦୋଳନ, କେବେ ଜାଣନ୍ତୁ…

ନୂଆଦିଲ୍ଲୀ,୧୦।୧୦: ଲୋକଙ୍କ ଭୋଟ ଅଧିକାରକୁ ସୁରକ୍ଷା ଦେବା ପାଇଁ ଚାଲିଥିବା ଅଭିଯାନର ଏକ ଅଂଶ ଭାବରେ ଆସନ୍ତା ସୋମବାର ଦିଲ୍ଲୀରେ ଏକ ବଡ଼ ଧରଣର ବିକ୍ଷୋଭ ପ୍ରଦର୍ଶନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?