କଲବଲ କରୁଛି ଗୁଳୁଗୁଳି: ଆହୁରି ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର, ୧୍‌୨ା୫ (ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଥିବାବେଳେ ଖରା ଓ ଗୁଳୁଗୁଳି କଲବଲ କରୁଛି। ତେବେ ଆଗାମୀ ୩ଦିନ ମଧ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ରବିବାର ମଧ୍ୟ ୧୯ ସହରରେ ତାପମାତ୍ରା ୪୦ ଡିଗ୍ରୀ ଓ ଏହାଠାରୁ ଅଧିକ ରହିଥିଲା। ୪୩.୨ ଡିଗ୍ରୀ ସେଲସିୟସ୍‌ ସହ ସମ୍ବଲପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା। ସେହିପରି ଟିଟିଲାଗଡ଼ରେ ୪୨.୫ ଡିଗ୍ରୀ, ବଲାଙ୍ଗୀର ୪୨, ସୁନ୍ଦରଗଡ଼ ୪୧.୮, ଅନୁଗୋଳ ୪୧.୭, ହୀରାକୁଦ ଓ ଝାରସୁଗୁଡ଼ାରେ ୪୧.୬, ସୋନପୁର, ବୌଦ୍ଧ ଓ ପାରଳାଖେମୁଣ୍ଡିରେ ୪୧.୨, ଢେଙ୍କାନାଳ ଓ ଭୁବନେଶ୍ୱରରେ ୪୦.୭ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ ହୋଇଥିଲା। ତେବେ ଭୁବନେଶ୍ୱରରେ ଏହା ଚଳିତବର୍ଷର ସର୍ବାଧିକ ତାପମାତ୍ରା ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ତେବେ ସୋମବାର ଖରା ଓ ଗୁଳୁଗୁଳି ନେଇ ୧୧ ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

୯ ଦିନ ହେବ ନିଖୋଜ ଥିଲେ ସ୍କୁଲ ପିଅନ: ଆଜି ମିଳିଲା…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ/ଦୂର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ନିକଟରେ ଥିବା ଏକ ପୋଖରୀରୁ ଶୁକ୍ରବାର ଜଣେ ପିଅନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ...

ଆମାଜନରୁ ସମ୍ପର୍କ କାଟିଲେ ଥିଲେ ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ, ଶେୟାର ବିକି ଏବେ କରୁଛନ୍ତି ଏମିତି କାମ…

ଓ୍ବାଶିଂଟନ,୨୬।୧୨: ଆମାଜନ ପ୍ରତିଷ୍ଠାତା ଜେଫ ବେଜୋସଙ୍କ ପୂର୍ବତନ ପତ୍ନୀ କୋଟିପତି ମ୍ୟାକେଞ୍ଜି ସ୍କଟ ଚଳିତ ବର୍ଷ ଅର୍ଥାତ ୨୦୨୫ରେ ନିଜ ପାଣ୍ଠିରୁ ୭.୧ ବିଲିୟନ ଡଲାରରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri