କଲବଲ କରୁଛି ଗୁଳୁଗୁଳି: ଆହୁରି ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର, ୧୍‌୨ା୫ (ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମ ଲହରି ଜାରି ରହିଥିବାବେଳେ ଖରା ଓ ଗୁଳୁଗୁଳି କଲବଲ କରୁଛି। ତେବେ ଆଗାମୀ ୩ଦିନ ମଧ୍ୟରେ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ରବିବାର ମଧ୍ୟ ୧୯ ସହରରେ ତାପମାତ୍ରା ୪୦ ଡିଗ୍ରୀ ଓ ଏହାଠାରୁ ଅଧିକ ରହିଥିଲା। ୪୩.୨ ଡିଗ୍ରୀ ସେଲସିୟସ୍‌ ସହ ସମ୍ବଲପୁର ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା। ସେହିପରି ଟିଟିଲାଗଡ଼ରେ ୪୨.୫ ଡିଗ୍ରୀ, ବଲାଙ୍ଗୀର ୪୨, ସୁନ୍ଦରଗଡ଼ ୪୧.୮, ଅନୁଗୋଳ ୪୧.୭, ହୀରାକୁଦ ଓ ଝାରସୁଗୁଡ଼ାରେ ୪୧.୬, ସୋନପୁର, ବୌଦ୍ଧ ଓ ପାରଳାଖେମୁଣ୍ଡିରେ ୪୧.୨, ଢେଙ୍କାନାଳ ଓ ଭୁବନେଶ୍ୱରରେ ୪୦.୭ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ ହୋଇଥିଲା। ତେବେ ଭୁବନେଶ୍ୱରରେ ଏହା ଚଳିତବର୍ଷର ସର୍ବାଧିକ ତାପମାତ୍ରା ବୋଲି ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ତେବେ ସୋମବାର ଖରା ଓ ଗୁଳୁଗୁଳି ନେଇ ୧୧ ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ବ୍ୟାକ୍ଟେରିଆ ରୋକିବାର ସହଜ ଉପାୟ

ବ୍ୟାକ୍ଟେରିଆ ଆମ ଶରୀରରେ କାୟା ବିସ୍ତାର କଲେ ତାହା କେତେକ ରୋଗର କାରଣ ସାଜିଥାଏ। ତେବେ ଏହାକୁ ପ୍ରତିହତ କରିବାର ଏକ ସହଜ ତଥା ସରଳ ଉପାୟ…

ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରି

ଏବେ ଆମ ଦେଶରେ ଜଏଣ୍ଟ ରିପ୍ଲେସମେଣ୍ଟ ସର୍ଜରିର ଚାହିଦା ଅଭୂତପୂର୍ବ ଭାବେ ବୃଦ୍ଧି ପାଉଛି। ଗୁରୁତର ଆର୍ଥ୍ରାଇଟିସ ଏବଂ ଜଏଣ୍ଟର ଅନ୍ତିମ ପର୍ଯ୍ୟାୟର ରୋଗରେ ପୀଡ଼ିତ ଅନେକ…

ସଲମାନଙ୍କ ସମର୍ଥନରେ ବାହାରିଲେ ରୋହିତ ଶେଟ୍ଟୀ; ଟ୍ରୋଲର୍ସଙ୍କୁ ଦେଲେ ଜବରଦସ୍ତ ଜବାବ

ମୁମ୍ବାଇ,୨୧।୯: ବଲିଉଡ୍ ଷ୍ଟାର୍ ସଲମାନ ଖାନ୍‌ ଏବେ ‘ବିଗ୍ ବସ୍ ୨୦’କୁ ନେଇ ଚର୍ଚ୍ଚାରେ ରହିଛନ୍ତି । ନିକଟରେ ‘ୱିକେଣ୍ଡ କା ୱାର୍’ରେ ସୋସିଆଲ ମିଡିଆ ଟ୍ରୋଲର୍ସଙ୍କ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ସମଗ୍ର ପୃଥିବୀରେ କୋଣାର୍କ ସର୍ବାପେକ୍ଷା ଅଧିକ ଅଳଂକୃତ ମନ୍ଦିର

ଉପରେ ଯେଉଁ ଶୀର୍ଷକ ବ୍ୟବହାର କରିଛୁ, ତାହା ଫର୍ଗୁସନ୍‌ଙ୍କ ମତ। ସେ ମଧ୍ୟ ଶ୍ରୀପଦ୍ମକେଶର ମନ୍ଦିର ଶବ୍ଦ ବ୍ୟବହାର କରିନାହାନ୍ତି। ଜଣେ ଭାରତୀୟ ମନମୋହନ ଗାଙ୍ଗୁଲି ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?