Posted inଜାତୀୟ

ଶାହାଙ୍କ କାର୍ଯ୍ୟକ୍ରମରେ ଅଂଶୁଘାତ: ୮ ମୃତ

ନଭି ମୁମ୍ବାଇ, ୧୭ା୪ : ନଭି ମୁମ୍ବାଇରେ ରବିବାର ମହାରାଷ୍ଟ୍ର ଭୂଷଣ ପୁରସ୍କାର ପ୍ରଦାନ ଉତ୍ସବ ବେଳେ ଅଂଶୁଘାତରେ ୮ ଜଣଙ୍କ ମୃତ୍ୟୁ ଘଟିଛି। ୫୦ ଜଣ ଅସୁସ୍ଥ ହୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ପୁରସ୍କାର ବିତରଣ ଉତ୍ସବରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଉପସ୍ଥିତ ରହି ସାମାଜିକ କର୍ମୀ ଦତ୍ତାତ୍ରେୟ ନାରାୟଣଙ୍କୁ ପୁରସ୍କୃତ କରିଥିଲେ। ଏହି କାର୍ଯ୍ୟକ୍ରମରେ ଲକ୍ଷାଧିକ ଲୋକ ଖୋଲା ଆକାଶ ତଳେ ୩୮ ଡିଗ୍ରୀ ତାପମାତ୍ରାରେ ବସିଥିଲେ। ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଓ ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ୍‌ନବିସ ମଧ୍ୟ ଉତ୍ସବରେ ଯୋଗ ଦେଇଥିଲେ। ପୂର୍ବାହ୍ନ ୧୧ଟା ୩୦ରୁ କାର୍ଯ୍ୟକ୍ରମ ଆରମ୍ଭ ହୋଇ ଅପରାହ୍ନ ୧ଟା ପର୍ଯ୍ୟନ୍ତ ଚାଲିଥିଲା। ଉତ୍ସବରେ ୮ ଜଣଙ୍କର ଅଂଶୁଘାତରେ ଜୀବନ ଯିବା ଦୁର୍ଭାଗ୍ୟଜନକ ବୋଲି ମୁଖ୍ୟମନ୍ତ୍ରୀ ଶିନ୍ଦେ କହିବା ସହ ସେମାନଙ୍କ ପରିବାର ପାଇଁ ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧକାଳୀନ ଭିତ୍ତିରେ ଆରମ୍ଭ କରାଯିବ କାମ: ଛତ୍ରପୁର ବିଧାୟକ ଦେଲେ କଡ଼ା ନିର୍ଦ୍ଦେଶ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ): ଆର୍ଯ୍ୟପଲ୍ଲୀ ପ୍ରଭାବିତ ଅଞ୍ଚଳରେ ସମୁଦ୍ର କୂଳ ସୁରକ୍ଷା ଓ କ୍ଷୟ ରୋକିବା ଦାବିରେ ଚାଲିଥିବା ଆନ୍ଦୋଳନ ମଧ୍ୟରେ ସୋମବାର ସନ୍ଧ୍ୟାରେ ଗଞ୍ଜାମ ଜିଲାପାଳଙ୍କ ସମ୍ମିଳନୀ…

ଶୋଇଥିଲେ ୭ ବର୍ଷର ଶିଶୁ, କାମୁଡ଼ିଲା ସାପ: ଆଉ ତା’ପରେ…

ନର୍ଲା,୧୭।୮(ସନ୍ତୋଷ ପାତ୍ର)-କଳାହାଣ୍ଡି ଜିଲା ନର୍ଲା ଥାନା ଅନ୍ତର୍ଗତ କମର୍ଦ୍ଧା ପଞ୍ଚାୟତ ଉଲିଗୁଞ୍ଜେର ଗାଁରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଏଠାରେ ସାପ କାମୁଡାରେ ଜଣେ ୭…

JSSC CGL ପରୀକ୍ଷା ବାତିଲ: ଶେଷରେ ଛାତ୍ରଙ୍କ ଆଗରେ ନଇଁଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୧୭।୮: ରାଞ୍ଚିରେ ଛାତ୍ର ବିରୋଧ ମଧ୍ୟରେ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, କ୍ୟାବିନେଟ JSSC-CGL ପରୀକ୍ଷା ବାତିଲ କରିବାକୁ…

ଘାଟିରେ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ: ବୁଲାଣିରେ ଘଟିଲା…

ଦାରିଙ୍ଗବାଡି, ୧୭।୮(ଅରୁଣ ସାହୁ): କନ୍ଧମାଳ-ଗଞ୍ଜାମ ଜିଲା ସିମା ଗାଜଲବାଡି ଘାଟିରେ ଏକ ଡାଳିମ୍ବ ବୋଝେଇ ମିନିଟ୍ରକ ଦୁର୍ଘଟଣାଗ୍ରସ୍ତ ହୋଇଛି। ତେବେ ଏହି ଦୁର୍ଘଟଣାରେ କାହାର କିଛି କ୍ଷତି…

ଭାରତ-ଆମେରିକା ମଧ୍ୟରେ ବଡ଼ ଡିଲ୍‌: ଟେନ୍‌ସନ୍‌ରେ ଚାଇନା

ନୂଆଦିଲ୍ଲୀ,୧୭।୮:ଇରାନ ସହିତ ସଂଘର୍ଷ ମଧ୍ୟରେ ଭାରତ ପୁଣି ଥରେ ଦୁଇଟି MQ-9 ସି ଗାର୍ଡିଆନ ଡ୍ରୋନ ଲିଜ କରିବା ପାଇଁ ଆମେରିକା ସହିତ ଏକ ଚୁକ୍ତି ସ୍ବାକ୍ଷର…

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେଶନ ପାଇଁ ଚାଷୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri