୪୦ ଡିଗ୍ରୀ ଉପରେ ୧୪ ସହର, ଆହୁରି ସପ୍ତାହେ ଶିଝିବ ଓଡ଼ିଶା

ଭୁବନେଶ୍ୱର,୨୦ା୪ (ବନ୍ଦନା ସେଠୀ): ପ୍ରବଳ ଗ୍ରୀଷ୍ମତାପରେ ଶିଝୁଛି ଓଡ଼ିଶା। ଗରମ ଗୁଳୁଗୁଳିରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବାବେଳେ ରବିବାର ମଧ୍ୟ ଅଧା ରାଜ୍ୟର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଆଗାମୀ ସପ୍ତାହେ ପର୍ଯ୍ୟନ୍ତ ଏହିଭଳି ସ୍ଥିତି ଲାଗି ରହିବ ଓ ତାତିରୁ ନିସ୍ତାର ମିଳିବ ନାହିଁ। ବିଶେଷକରି ପଶ୍ଚିମ ଓଡ଼ିଶାର ଝାରସୁଗୁଡା, ଟିଟିଲାଗଡ, ନୂଆପଡା, ବଲାଙ୍ଗୀର ଓ ଭବାନୀପାଟଣା ଅଧିକ ପ୍ରଭାବିତ ହେବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ କେନ୍ଦ୍ରର ରିପୋର୍ଟ ଅନୁଯାୟୀ, ଗତ ୨୪ଘଣ୍ଟାରେ ରାଜ୍ୟର ୧୪ଟି ଅଞ୍ଚଳର ତାପମାତ୍ରା ୪୦ ଡିଗ୍ରୀ ଓ ଏହାଠାରୁ ଅଧିକ ରହିଥିଲା। ସର୍ବାଧିକ ତାପମାତ୍ରା ୪୩.୩ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା। ସେହିପରି ଟିଟିଲାଗଡ଼ରେ ୪୩ ଡିଗ୍ରୀ, ସୋନପୁର ୪୨.୩, ସମ୍ବଲପୁର ଓ ଭବାନୀପାଟଣା ୪୨, ସୁନ୍ଦରଗଡ଼, ବଲାଙ୍ଗୀର ଓ ରାଉରକେଲା ୪୧.୫, ଅନୁଗୋଳ ୪୧.୧, ହୀରାକୁଦ ଓ ନୂଆପଡ଼ା ୪୧, ବୌଦ୍ଧ ୪୦.୯, ଫୁଲବାଣୀ ଓ ତାଳଚେରରେ ୪୦.୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି।

ଅପରପକ୍ଷେ ରାଜ୍ୟର କିଛି ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷା ଓ ପବନ ବହିବା ନେଇ ବିଭାଗ ପକ୍ଷରୁ ସତର୍କତା ଜାରି କରାଯାଇଛି। ସୋମବାର ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଏବଂ କନ୍ଧମାଳ ଜିଲାରେ ଘଡ଼ଘଡ଼ି ସାଙ୍ଗକୁ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଏଥିସହ ୩୦ରୁ ୪୦ କିି.ମି. ବେଗରେ ପବନ ବହିବା ନେଇ ଆକଳନ କରାଯାଇଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ କବାଟ ବାଡ଼େଇଲେ, ଖୋଲିବାରୁ ଦମ୍ପତିଙ୍କୁ ଅତର୍କିତ ଆକ୍ରମଣ କଲେ ଦୁଇ ଦୁର୍ବୃତ୍ତ, ଗୁରୁତର ହୋଇ…

ମଜାକାଳପଡ଼ା,୯ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତନ୍ତିଅପାଳ ସାମୁଦ୍ରିକ ଥାନା ଅଧୀନ ବଳିଗଣ୍ଡ ଗାଁର ଜଣେ ବ୍ୟକ୍ତିଙ୍କ ଘରେ ବୁଧବାର ବିଳମ୍ବିତ ରାତିରେ ପଶି…

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?