୨୦୨୨ ରୁ ୨୦୨୬ ମଧ୍ୟରେ ରେକର୍ଡ ଭାଙ୍ଗିବ ତାତି…

ଲଣ୍ଡନ, ୧୦।୫ : ଗ୍ଲୋବାଲ ୱାର୍ମିଂ ଉପରେ ଅନେକ ବିଶେଷଜ୍ଞ ତାପମାତ୍ରା ବୃଦ୍ଧି ଉପରେ ରୋକ ଲଗାଇବାକୁ ବିଶ୍ୱ ନେତାମାନଙ୍କୁ ନିବେଦନ କରୁଛନ୍ତି। ପୃଥିବୀର ତାପମାତ୍ରାକୁ ୧.୫ ଡିଗ୍ରୀ ସେଲସିୟସ୍‌ ପର୍ଯ୍ୟନ୍ତ ରୋକିବା ପାଇଁ ତୁରନ୍ତ ପଦକ୍ଷେପ ନେବାକୁ ବିଶେଷଜ୍ଞମାନେ ଅନୁରୋଧ କରିଛନ୍ତି। ବ୍ରିଟେନର ଗବେଷକମାନେ କହିଛନ୍ତି ଯେ ଆସନ୍ତା ପାଞ୍ଚ ବର୍ଷ ମଧ୍ୟରେ ପୃଥିବୀର ତାପମାତ୍ରା ୧.୫ ଡିଗ୍ରୀ ସେଲସିୟସ୍‌ରୁ ଅଧିକ ବୃଦ୍‌ଦି ପାଇବା ସହିତ ହାରାହାରି ତାପମାତ୍ରା ୫୦ ଡିଗ୍ରୀ ସେଲସିୟସ୍‌ ରହିବାରେ ସମ୍ଭାବନା ରହିଛି।

ଏହା କୁହାଯାଇଛି ଯେ ଏଭଳି ସ୍ଥିତି ଅସ୍ଥାୟୀ ହୋଇପାରେ କିନ୍ତୁ ତାପମାତ୍ରା ବୃଦ୍ଧି ଏକ ଭଲ ସଙ୍କେତ ନୁହେଁ। ବିଶେଷଜ୍ଞମାନେ କହିଛନ୍ତି ଯେ ୨୦୨୨ ରୁ ୨୦୨୬ ମଧ୍ୟରେ ତାତିରେ ରେକର୍ଡ ବୃଦ୍ଧି ହେବ। ରିପୋର୍ଟରୁ ଜଣାପଡିଛି ଯେ ପୃଥିବୀର ତାପମାତ୍ରା ୧.୫ ଡିଗ୍ରୀ ସେଲସିୟସରୁ କମ ରଖିବା ପାଇଁ ବିଶ୍ୱ ନେତାଙ୍କ ଦ୍ୱାରା ପ୍ରଥମେ ପ୍ୟାରିସ ଜଳବାୟୁ ଚୁକ୍ତି ସ୍ବାକ୍ଷରିତ ହୋଇଥିଲା ଏବଂ ନଭେମ୍ବର ୨୦୨୧ ରେ ଗ୍ଲାସ୍ଗୋରେ ସିଓପି-୨୬ରେ ବିଶ୍ୱ ପ୍ରତି ଏହି ପ୍ରତିବଦ୍ଧତା ଲକ୍ଷ୍ୟକୁ ଦୋହରାଇଯାଇଥିଲା।

ଅଧ୍ୟୟନରେ କୁହାଯାଇଛି ଯେ ୨୦୨୨ରୁ ୨୦୨୬ ମଧ୍ୟରେ ପୃଥିବୀର ତାପମାତ୍ରା ପୂର୍ବ ଶିଳ୍ପସ୍ତର ତୁଳନାରେ ୧.୧ ଓ ରୁ ୧.୭ ଡିଗ୍ରୀ ସେଲସିୟସ ମଧ୍ୟରେ ହୋଇପାରେ। ଅନୁସନ୍ଧାନକାରୀମାନେ ପୂର୍ବାନୁମାନ କରିଛନ୍ତି ଯେ ଏହି ସମୟ ମଧ୍ୟରେ ଗୋଟିଏ ବର୍ଷରେ ୧.୫ ଡିଗ୍ରୀ ସେଲସିୟସ ସ୍ତରକୁ ଭାଙ୍ଗିବାର ସମ୍ଭାବନା ୪୮ ପ୍ରତିଶତ, କିମ୍ବା ପ୍ରାୟ ୫୦ ପ୍ରତିଶତ ରହିଛି।

ବ୍ରିଟେନର ମେଟ ଅଫିସର ଜଣେ ଗବେଷକ ଡ. ଲିଓନ ହର୍ମନସନ କହିଛନ୍ତି ଯେ ବାୟୁମଣ୍ଡଳରେ ପରିବର୍ତ୍ତନ ହେଉଛି ମୌଳିକ ବିଷୟ। ବାୟୁମଣ୍ଡଳରେ କାର୍ବନ ଡାଇଅକ୍ସାଇଡର ସ୍ତର ଧୀରେ ଧୀରେ ବୃଦ୍ଧି ପାଉଛି। ଜୀବାଶ୍ମ ଇନ୍ଧନର ବ୍ୟବହାରକୁ ହ୍ରାସ କରିବା ପାଇଁ ଆମକୁ ଯଥାସମ୍ଭବ କାର୍ଯ୍ୟ ଜାରି ରଖିବା ଆବଶ୍ୟକ ବୋଲି ସେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇରାନର ପରମାଣୁ ପ୍ଲାଣ୍ଟ ଉପରେ ବଡ଼ ଆକ୍ରମଣ କଲା ଇସ୍ରାଏଲ, ଚେତାବନୀ ଦେଲେ ଇରାନୀ ମନ୍ତ୍ରୀ, କହିଲେ…

ନୂଆଦିଲ୍ଲୀ,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏକ ଅତ୍ୟନ୍ତ ବିପଜ୍ଜନକ ମୋଡ଼ରେ ପହଞ୍ଚିଛି। ଗତକାଲି ଇସ୍ରାଏଲୀ ବାୟୁସେନା ଦୁଇଟି ପ୍ରମୁଖ ଇରାନୀ ପରମାଣୁ ପ୍ରତିଷ୍ଠାନ ଏବଂ ଦୁଇଟି ବଡ଼…

ପ୍ରଖ୍ୟାତ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ଗିରଫ: ମଦ ପିଇ କରୁଥିଲେ ଏହି କାମ

ଫ୍ଲୋରିଡା,୨୮।୩: ପ୍ରଖ୍ୟାତ ଆମେରିକୀୟ ଗଲ୍ଫ ଖେଳାଳି ଟାଇଗର ଉଡ୍ସ ପୁଣି ଥରେ ବିବାଦରେ ଫସିଛନ୍ତି। ମଦ୍ୟପାନ କରି ଗାଡ଼ି ଚଲାଇବା ସନ୍ଦେହରେ ତାଙ୍କୁ ଫ୍ଲୋରିଡାରେ ଗିରଫ କରାଯାଇଛି।…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri