ରାଜ୍ୟରେ ବଢିବ ତାତି: ୪ ଦିନରେ ୪୦ଡିଗ୍ରୀ ଛୁଇଁବ ତାପମାତ୍ରା

ଭୁବନେଶ୍ୱର,୧୦।୩(ଅନୁରାଧା ମହାରଣା)- ଦକ୍ଷିଣ ଉପକୂଳ ଓଡ଼ିଶା ସମେତ ପାର୍ଶ୍ୱବର୍ତ୍ତୀ ଆଭ୍ୟନ୍ତରୀଣ ଜିଲା ଗୁଡିକରେ ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲେ ମଧ୍ୟ ଅନ୍ୟ ଅଞ୍ଚଳରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହୋଇଛି। ରବିବାର ବୌଦ୍ଧରେ ସର୍ବାଧିକ ୩୭.୨ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ ହୋଇଥିବାବେଳେ ଏହା ପଛକୁ ମାଲକାନଗିରିରେ ୩୭.୧ ଡିଗ୍ରୀ ସେଲସିୟସ୍‌ ଓ ଟିଟିଲାଗଡ଼ରେ ୩୭ ଡିଗ୍ରୀ ତାପମାତ୍ରା ରହିଥିଲା। ୩ଟି ସ୍ଥାନରେ ତାପମାତ୍ରା ୩୬ଡିଗ୍ରୀରୁ ୩୭ ଡିଗ୍ରୀ ମଧ୍ୟରେ, ୫ଟି ସ୍ଥାନରେ ୩୫ରୁ ୩୬ ଡିଗ୍ରୀ ମଧ୍ୟରେ, ୧୦ଟି ସ୍ଥାନରେ ୩୪ରୁ ୩୫ ଡିଗ୍ରୀ ମଧ୍ୟରେ, ୧୦ ସ୍ଥାନରେ ୩୩ରୁ ୩୪ ଡିଗ୍ରୀ ମଧ୍ୟରେ ଏବଂ ୭ଟି ସ୍ଥାନରେ ତାପମାତ୍ରା ୩୨ରୁ ୩୩ ଡିଗ୍ରର ସେଲସିୟସ୍‌ ରହିଥିଲା। ଦାରିଙ୍ଗିବାଡ଼ିରେ ସର୍ବନିମନ ୩୧ ଡିଗ୍ରୀ ତାପମାତ୍ରା ରହିଥିଲା। ତେବେ ୧୧ରୁ ୧୪ ତାରିଖ ଯାଏଁ ରାଜ୍ୟରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ ଆଗାମୀ ୩ରୁ ୪ଦିନ ମଧ୍ୟରେ ଦିନ ତାପମାତ୍ରାରେ ଧୀରେ ଧୀରେ ୪ରୁ ୬ ଡ଼ିଗ୍ରୀ ଯାଏଁ ବୃଦ୍ଧି ଘଟିବାରେ ସମ୍ଭାବନା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ରହିଛି। ଫଳରେ ରାଜ୍ୟର କେତକ ସ୍ଥାନରେ ତାପମାତ୍ରା ୪୦ଡିଗ୍ରୀ ଟପିବାର ଆଶଙ୍କା ରହିଛି। ଅନ୍ୟପଟେ ସୋମବାର ମାଲକାନଗିରି, କୋରାପୁଟ୍‌, ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଆଦି ଜିଲାରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇପାରେ।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରପାତରେ ଜଳିଗଲା ନଡ଼ିଆ ଗଛ

ଢେଙ୍କିକୋଟ,୧୯ା୩(ନୀଳମଣି ମଣ୍ଡଳ): କେନ୍ଦୁଝର ଜିଲା ଢେଙ୍କିକୋଟଠାରେ କାଳବୈଶାଖୀ ପ୍ରଭାବରେ ବଜ୍ରପାତ ସାଙ୍ଗକୁ ବର୍ଷା ହୋଇଥିଲା। ବଜ୍ରପାତରେ ଢେଙ୍କିକୋଟ ବଜାରସ୍ଥିତ ରାମଚନ୍ଦ୍ର ସାହୁଙ୍କ ବାଡ଼ିରେ ଥିବା ନଡ଼ିଆ ଗଛ…

ତାରାତାରିଣୀ ପୀଠରେ ବାସନ୍ତିକ ନବରାତ୍ରୀ ଉତ୍ସବ ଆରମ୍ଭ: ବେଦମନ୍ତ୍ରରେ ପ୍ରକମ୍ପିତ ରତ୍ନଗିରି ପାହାଡ଼

ପୁରୁଷୋତ୍ତମପୁର,୧୯।୩(ସବିତା ମିଶ୍ର): ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଶକ୍ତିପୀଠ ତଥା ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ପୀଠରେ ଗୁରୁବାର ରାତିରୁ ମହାସମାରୋହରେ ଆରମ୍ଭ ହୋଇଛି ବାସନ୍ତିକ…

ପୁଣି କିମ୍‌ ଯଙ୍ଗ୍‌ ଉନ୍‌ ବିଜୟୀ

ପୋଙ୍ଗୟାଙ୍ଗ୍‌ ,୧୯ା୩: ଉତ୍ତର କୋରିଆ ଶାସକ କିମ୍‌ ଯଙ୍ଗ୍‌ ଉନ୍‌ ଜାତୀୟ ନିର୍ବାଚନରେ ବିପୁଳ ଭୋଟରେ ବିଜୟୀ ହୋଇଛନ୍ତି। ୧୫ତମ ସୁପ୍ରିମ ପିପୁଲ୍ସ ଆସେମ୍ବ୍ଲି ପାଇଁ ଗତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ା ପାଇଁ ଘୋଷଣା ହେଲା ତାରିଖ ଏବଂ ସ୍ଥାନ, ଜାଣନ୍ତୁ…

ନୂଆଦିଲ୍ଲୀ,୧୯ା୩: ରାଜ୍ୟଗୋଷ୍ଠୀ କ୍ରୀଡ଼ାର ୮ମ ସଂସ୍କରଣ ୨୦୨୭ ଅକ୍ଟୋବର ୨୯ରୁ ନଭେମ୍ବର ୪ ମାଲ୍‌ଟା ଓ ଗୋଜୋରେ ହେବ। ଉଦ୍‌ଘାଟନୀ ଉତ୍ସବ ଅକ୍ଟୋବର ୨୯ରେ ଏହାପଛକୁ ଅକ୍ଟୋବର…

ଆମେରିକାକୁ ଟାର୍ଗେଟ କରିପାରେ ପାକିସ୍ତାନର…! ଗୁପ୍ତଚର ସଂସ୍ଥା ମୁଖ୍ୟଙ୍କ ବୟାନ ପରେ ବିଶ୍ୱରେ ଚାଞ୍ଚଲ୍ୟ

ୱାଶିଂଟନ/ଇସଲାମାବାଦ,୧୯।୩: ଆମେରିକାର ଶୀର୍ଷ ଗୁପ୍ତଚର ସଂସ୍ଥାର ମୁଖ୍ୟ ତୁଲସୀ ଗବାର୍ଡଙ୍କ ଏକ ବିସ୍ଫୋରକ ବୟାନ ଏବେ ସାରା ବିଶ୍ୱର ଦୃଷ୍ଟି ଆକର୍ଷଣ କରିଛି। ପାକିସ୍ତାନ ଏବେ ଏଭଳି…

ଗଞ୍ଜାମ ଏସ୍‌ପି ଶୁଭେନ୍ଦୁ କୁମାର ପାତ୍ରଙ୍କୁ ମିଳିବ ସମ୍ମାନଜନକ ‘ଡିଜିପି ଡିସ୍କ ଆୱାର୍ଡ’,ଛୁଟିଛି ଶୁଭେଚ୍ଛାର ସୁଅ

ଛତ୍ରପୁର,୧୯।୩(ଦିଲ୍ଲୀପ ସାମଲ): ପୋଲିସ ସେବାରେ ନିଜର ଉଲ୍ଲେଖନୀୟ କୃତିତ୍ୱ ଓ ଦକ୍ଷତା ପାଇଁ ଗଞ୍ଜାମ ଆରକ୍ଷୀ ଅଧିକ୍ଷକ (SP) ଶୁଭେନ୍ଦୁ କୁମାର ପାତ୍ର ‘ଡିଜିପି ଡିସ୍କ ଆୱାର୍ଡ’…

IPL 2026 ପୂର୍ବରୁ CSKକୁ ବଡ଼ ଝଟ୍‌କା, ପୁରା ସିଜନ୍‌ରୁ ବାଦ୍‌ ପଡ଼ିଲେ ଘାତକ ବୋଲର୍‌…

ନୂଆଦିଲ୍ଲୀ,୧୯।୩: ଗତ ସିଜନର ଖରାପ ପ୍ରଦର୍ଶନକୁ ପଛରେ ପକାଇ ଆଇପିଏଲ୍‌ ୨୦୨୬ରେ ନୂଆ ଆଶା ଓ ଉତ୍ସାହ ସହ ପଡ଼ିଆକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଥିବା ଚେନ୍ନାଇ ସୁପର…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri