Posted inଖେଳ

ପ୍ରସିଦ୍ଧ କ୍ରିକେଟର୍‌ ହିଥ୍‌ ଷ୍ଟ୍ରିକଙ୍କ ପରଲୋକ

ହରାରେ,୩।୯: ଜିମ୍ବାୱେର ପୂର୍ବତନ କ୍ରିକେଟର ହିଥ୍‌ ଷ୍ଟ୍ରିକଙ୍କ ପରଲୋକ ଘଟିଛି। ୪୯ ବର୍ଷ ବୟସରେ ସେ ଦୁନିଆରୁ ବିଦାୟ ଦେଇଛନ୍ତି। ଏଥର ତାଙ୍କ ଦେହାନ୍ତ ଖବର ସମ୍ପୂର୍ଣ୍ଣ ସଠିକ। କାରଣ ମୃତ୍ୟୁ ଖବର ତାଙ୍କ ପରିବାର ପରିବାର ଦ୍ୱାରା ନିଶ୍ଚିତ ହୋଇଛି। ଏହାପୂର୍ବରୁ ତାଙ୍କ ଦେହାନ୍ତ ବିଷୟରେ ଗୁଜବ ପ୍ରଚାରିତ ହୋଇଥିଲା। ଏଥିରେ ହିଥ୍‌ ଷ୍ଟ୍ରିକ ନିଜେ କ୍ରୋଧ ପ୍ରକାଶ କରିଥିଲେ।
ହିଥ୍‌ ଷ୍ଟ୍ରିକଙ୍କ ସ୍ତ୍ରୀ ନାଦିନ ଫେସବୁକ ମାଧ୍ୟମରେ ହିଥ ଷ୍ଟ୍ରିକଙ୍କ ମୃତ୍ୟୁ ଖବରକୁ ନିଶ୍ଚିତ କରିଛନ୍ତି। ସୂଚନା ବାଣ୍ଟିବାବେଳେ ନାଦିନ ଏକ ସୁନ୍ଦର ବାର୍ତ୍ତା ଲେଖିଥିଲେ।
ଜିମ୍ବାୱେ ପାଇଁ ଅନ୍ତର୍ଜାତୀୟ କ୍ୟାରିୟରରେ ହିଥ ଷ୍ଟ୍ରିକ ୬୫ ଟେଷ୍ଟ ଏବଂ ୧୮୯ଟି ଦିନିକିଆ ମ୍ୟାଚ ଖେଳିଥିଲେ। ନଭେମ୍ବର ୧୯୯୩ରେ ସେ ଜିମ୍ବାୱେ ପାଇଁ ଅନ୍ତର୍ଜାତୀୟ ସ୍ତରରେ ଡେବ୍ୟୁ କରିଥିଲେ। ହିଥ୍‌ ବହୁତ ଭଲ ଅଲରାଉଣ୍ଡର ଥିଲେ। ସେ ଟେଷ୍ଟର ୧୦୨ ଇନିଂସରେ ବୋଲିଂ କରି ହାରାହାରି ୨୮.୧୪ରେ ୨୧୬ ଉଇକେଟ ନେଇଥିଲେ। ଟେଷ୍ଟର ୧୦୭ ଇନିଂସରେ ବ୍ୟାଟିଂ କରୁଥିବାବେଳେ ହେଥ ହାରାହାରି ୨୨.୩୫ରେ ୧୯୯୦ ରନ ସଂଗ୍ରହ କରିଥିଲେ। ଏହି ସମୟ ମଧ୍ୟରେ ସେ ଗୋଟିଏ ଶତକ ଏବଂ ୧୧ ଅର୍ଦ୍ଧଶତକ ହାସଲ କରିଥିଲେ।

https://www.facebook.com/nadine.streak/posts/10161441615497392


Enter your email to get our daily news in your inbox.

All Right Reserved By Dharitri.Com

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

୨୭ ବର୍ଷର ସଂଘର୍ଷ ପରେ ୫୯ ବର୍ଷରେ ପାଇଲେ ସରକାରୀ ଚାକିରି; ୧୯୯୯ରୁ କରୁଥିଲେ ପ୍ରସ୍ତୁତି, ଜାଣନ୍ତୁ ରୋଚକ କାହାଣୀ

ନୂଆଦିଲ୍ଲୀ,୨୫।୯: ବୟସ ୫୯ ବର୍ଷ। ଦୀର୍ଘ ୨୭ ବର୍ଷର ସଂଘର୍ଷ ପରେ ଶେଷରେ ପୂରଣ ହୋଇଛି ସରକାରୀ ଶିକ୍ଷକ ହେବାର ସ୍ୱପ୍ନ । ଉତ୍ତରପ୍ରଦେଶର ବାଗପତ ଜିଲାର…

ବଡ଼ ସୂଚନା ଦେଲେ ରାଜସ୍ବ ମନ୍ତ୍ରୀ: ଏହି ଜିଲା ଦେଇ ଗତି କରିବ ଅବପାତ, ଏସବୁ ସ୍ଥାନରେ ଭୀଷଣ ବର୍ଷା!

ଭୁବନେଶ୍ୱର, ୨୫।୯: ଆସନ୍ତା ୨୪ ଘଣ୍ଟା ସତର୍କ ରହିବାକୁ ପଡ଼ିବ କହିଲେ ରାଜସ୍ବ ମନ୍ତ୍ରୀ। ଅବପାତ ବରଗଡ଼ ଦେଇ ଛତିଶଗଡ଼ ଆଡ଼କୁ ଯିବ। ଏହି ସମୟରେ ଝାରସୁଗୁଡ଼ା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?