Posted inରାଜ୍ୟ

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି; କାଳବୈଶାଖୀ ପ୍ରଭାବରେ ୭ ରୁ ଏହି ସବୁ ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର,୬।୪: ରାଜ୍ୟରେ ବିଭିନ୍ନ ସ୍ଥାନରେ ଆସନ୍ତା ୨୪ ଘଣ୍ଟା ଯାଏଁ ଗ୍ରୀଷ୍ମ ପ୍ରବାହ ଜାରି ରହିବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। କଟକ, ଭଦ୍ରକ, ନୟାଗଡ଼, ମୟୁରଭଞ୍ଜ, କଳାହାଣ୍ଡି, ବୌଦ୍ଧ, ମାଲକାନଗିରି, ନୂଆପଡ଼ା, ନବରଙ୍ଗପୁର, କନ୍ଧମାଳ ଏବଂ ବଲାଙ୍ଗୀର ଆଦି ୧୧ଟି ଜିଲାକୁ ଏ ନେଇ ସତର୍କତା ଜାରି କରାଯାଇଛି।

ସେହିପରି କେନ୍ଦୁଝର, ମୟୁରଭଞ୍ଜ, ସମ୍ବଲପୁର, ସୁବର୍ଣ୍ଣପୁର, ସୁନ୍ଦରଗଡ଼, କନ୍ଧମାଳ, ନୟାଗଡ଼, ଗଜପତି, ବାଲେଶ୍ୱର, ଖୋର୍ଦ୍ଧା ଏବଂ ପୁରୀ ଜିଲାରେ ଗୁଳୁଗୁଳି ଜାରି ରହିବ ବୋଲି କୁହାଯାଇଛି। ଶନିବାର ଦିନ ସାଢ଼େ ୧୧ଟା ସୁଦ୍ଧା କେନ୍ଦୁଝରରେ ୩୮.୬ ଡିଗ୍ରୀ, ଝାରସୁଗୁଡ଼ା ଓ ସମ୍ବଲପୁରରେ ୩୭.୪ ଡିଗ୍ରୀ, ଚାନ୍ଦବାଲିରେ ତାପମାତ୍ରା ୩୭.୨ ଡିଗ୍ରୀ, ହୀରାକୁଦରେ ୩୬.୯ ଡିଗ୍ରୀ ଓ ରାଉରକେଲାରେ ପାରଦ ୩୬. ୬ ଡିଗ୍ରୀ, ଭୁବନେଶ୍ୱରରେ ତାପମାତ୍ରା ୩୬. ୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।

ତେବେ ଅସନ୍ତା ଦୁଇ ଦିନ ମଧ୍ୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବା ନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁମାନ କରିଛି । ତେବେ ଦୁଇ ତିନି ଦିନ ପରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇପାରେ ବୋଲି ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ଅନ୍ୟପଟେ କାଳବୈଶାଖୀ ପ୍ରଭାବରେ ରବିବାର କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, କଟକ ଏବଂ ଯାଜପୁର ଜିଲାର କିଛି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ କିଛି ସ୍ଥାନରେ ୪୦ ରୁ ୫୦ କିମି ବେଗରେ ପବନ ବହିବା ସହ କୁଆ ପଥର ମଧ୍ୟ ପଡ଼ିବାର ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

ସରିଲା ମାଓବାଦୀଙ୍କ ଆତ୍ମସମର୍ପଣ ସମୟସୀମା: ଆଉ ମିଳିବ ନାହିଁ ସୁଯୋଗ

ଭୁବନେଶ୍ୱର,୩୧।୩: ଓଡ଼ିଶାରେ ମାଓବାଦୀ ଦମନ ଟାର୍ଗେଟ୍‌ ସଫଳ ହୋଇଛି ବୋଲି ADG ସଞ୍ଜୀବ ପଣ୍ଡା ମଙ୍ଗଳବାର ଗଣମାଧ୍ୟମକୁ କହିଛନ୍ତି। ଓଡ଼ିଶାକୁ ଆଉ ମାଓବାଦୀ ବିପଦ ନାହିଁ ବୋଲି…

ବାଇକରେ ଘରକୁ ଫେରିବା ବେଳେ ଧକ୍କା ଦେଲା ପଥର ବୋଝେଇ ଟ୍ରାକ୍ଟର, ଅକାଳରେ ୨ଯୁବକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଘୋଡ଼ାହାଡ଼ ଡ଼୍ୟାମ ମୁଖ୍ୟରାସ୍ତାର ଭୁଶୁଣ୍ଡା ଗ୍ରାମ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri