ଗ୍ରୀଷ୍ମ ପ୍ରବାହରେ ଜନଜୀବନ ଅସ୍ତବ୍ୟସ୍ତ

ମାଲକାନଗିରି, ୨୨।୪: (ଡି.ଏନ୍‌.ଏ.) ମାଲକାନଗିରି ଜିଲାରେ ତାପମାତ୍ରା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଜିଲାରେ ଏବେ ୪୩ ଡିଗ୍ରୀ ତାପମାତ୍ରା ରହୁଛି। ଏନେଇ ସାଧାରଣ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡୁଥିବା ବେଳେ ଅଘୋଷିତ ବିଦ୍ୟୁତ୍‌ କାଟ୍‌ କଷ୍ଟକୁ ଦ୍ୱିଗୁଣିତ କରିଛି। ଏଥିପାଇଁ ବରିଷ୍ଠ ନାଗରିକମାନେ ବେଶି କଷ୍ଟ ଭୋଗୁଛନ୍ତି। ପାନୀୟ ଜଳ ସମସ୍ୟା ଦେଖାଦେଉଛି। ଜିଲାରେ ପ୍ରଚଣ୍ଡ ରୌଦ୍ରତାପ ଜାରି ରହିଥିବା ବେଳେ ହାତଗଣତି କେତେକ ସ୍ଥାନକୁ ଛାଡିଦେଲେ ଅନ୍ୟ କେଉଁଠି ପ୍ରଶାସନ ପକ୍ଷରୁ ଜଳଛତ୍ର ବ୍ୟବସ୍ଥା କରାଯାଇନାହିଁ। ୧୫ ଦିନ ତଳେ ପ୍ରଶାସନ ଗ୍ରୀଷ୍ମ ଦାଉରୁ କିପରି ଜନସାଧାରଣ ସୁରକ୍ଷିତ ରହିବେ ସେନେଇ ସଚେତନ କରିବା ଲାଗି ଏକ ବୈଠକ ହୋଇଥିଲେ ସୁଦ୍ଧା ଏଯାଏ ଜନସାଧାରଣଙ୍କୁ ସଚେତନ କରାଯାଇ ନାହିଁ। ବିଭିନ୍ନ ରାଜପଥ ପାର୍ଶ୍ୱରେ ଥିବା ବିଶ୍ରାମାଗାର, ବିଭିନ୍ନ ଛକ ଓ ଜନଗହଳି ସ୍ଥାନରେ ଜଳଛତ୍ର ଖୋଲାଯାଇନାହିଁ। ବୈଠକର ନିଷ୍ପତ୍ତି କେବଳ ନିଷ୍ପତ୍ତିରେ ସୀମିତ ରହିଛି। ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ଜିଲାର ଅନେକ ପୁଷ୍କରିଣୀ ଜଳଶୂନ୍ୟ ହୋଇପଡ଼ିଲାଣି। ଫଳରେ ଆଗାମୀ ଦିନରେ ସମ୍ପୃକ୍ତ ଅଞ୍ଚଳର ଗୃହପାଳିତ ପ୍ରାଣୀଙ୍କ ପାଇଁ ଜଳ ସମସ୍ୟା ଦେଖାଦେବ। ଯେଉଁଠି ପୁଷ୍କରିଣୀ ରହିଛି ସେଠାରେ ପିଲାମାନେ ବହୁ ସମୟ ଧରି ଗାଧୋଉଥିବା ଦେଖିବାକୁ ମିଳୁଛି। ଜିଲାର ୧୧୧ ପଞ୍ଚାୟତ ମଧ୍ୟରୁ ଅନେକ ପଞ୍ଚାୟତରେ ନଳକୂପଗୁଡିକ ଅଚଳ ହୋଇପଡିଛି। ପାଇପ ଯୋଗେ ପାନୀୟ ଜଳ ଯୋଗାଣ ପ୍ରକଳ୍ପଗୁଡିକର ଅବସ୍ଥା ମଧ୍ୟ ତଦ୍ରୂପ। କେଉଁଠି ମୋଟର ପୋଡ଼ିଯାଇଛି ତ କେଉଁଠି ପାଇପ ଲାଇନ ନଷ୍ଟ ହୋଇଯାଇ ଜଳ ଯୋଗାଣ ନେଇ ସମସ୍ୟା ଉପୁଜିଛି। ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଗତ ୨ମାସ ତଳୁ ଜିଲାର ଅନେକ ଅଞ୍ଚଳରେ ପାଇପ ଯୋଗେ ପ୍ରତି ଘରେ ପାନୀୟ ଜଳ ଯୋଗାଇଦେବାକୁ ଦାବି ହୋଇଥିଲେ ମଧ୍ୟ ଅନେକ ସ୍ଥାନରେ ପାଇପ ବିଛା କାର୍ଯ୍ୟ ଏବଂ ବୃହତ୍‌ ପାଣି ଟାଙ୍କି କାର୍ଯ୍ୟ ଅଧାପନ୍ତରିଆ ହୋଇପଡିଛି। ସୂଚନାଯୋଗ୍ୟ, ବିଦ୍ୟୁତ୍‌ କାଟ୍‌ ଯୋଗୁ ପାଇପ ଯୋଗେ ପାନୀୟ ଜଳ ଯୋଗାଣ ନେଇ ସହର ଓ ଗ୍ରାମାଞ୍ଚଳରେ ସମସ୍ୟା ସୃଷ୍ଟି ହେଉଛି। ଖରାଦିନେ ବିଦ୍ୟୁତ୍‌ କାଟ୍‌ ନ କରିବା ଲାଗି ପ୍ରଶାସନ ଦୃଷ୍ଟି ଦେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଇଡ୍ରୋଜେନ ବଣ୍ଡିଂ: ଦୈନନ୍ଦିନ ଜୀବନର ଅଦୃଶ୍ୟ ସ୍ଥାପତ୍ୟ

କଥା ୧୯୧୯ ମସିହାର। ଆମେରିକାର କାଲିଫର୍ଣ୍ଣିଆ ବିଶ୍ୱବିଦ୍ୟାଳୟ, ବର୍କଲେରେ ଗ୍ରାଜୁଏଶନ ସମୟ ପାଖେଇ ଆସୁଥିଲା ଏବଂ ମୋରିସ ହଗିନ୍ସ ନାମକ ଜଣେ ଛାତ୍ର ବହୁତ ଚିନ୍ତାରେ ଥିଲେ।…

ସରକାରଙ୍କ ବଡ଼ ପଦକ୍ଷେପ: ଓଡ଼ିଶାରେ ପଶିପାରିବ ନାହିଁ ବାହାର ରାଜ୍ୟର ପୁରୁଣା ଗାଡ଼ି

କଟକ,୨।୪(କାର୍ତ୍ତିକ ସାହୁ): ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ପରିବହନ ବ୍ୟବସ୍ଥାକୁ ଉନ୍ନତ ଏବଂ ଯାତ୍ରୀମାନଙ୍କ ନିରାପତ୍ତାକୁ ସୁଦୃଢ଼ କରିବା…

ବସ ଡ୍ରାଇଭର-ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ, ରାସ୍ତାରେ ବସ ରଖି ଡ୍ରାଇଭର ଗଲେ ମେଡିକାଲ

ଭଦ୍ରକ,୬ା୪(ସନାତନ ରାଉତ): ଭଦ୍ରକ ଆରଡ଼ି ଛକ ନିକଟରେ ଜାତୀୟ ରାଜପଥ ସର୍ଭିସ ରୋଡରେ ଅଭାବନୀୟ ଘଟଣା । ବସ ଡ୍ରାଇଭର ଓ ଫଳ ଦୋକାନୀ ମଧ୍ୟରେ ଗଣ୍ଡଗୋଳ…

ପୁଅ ବିବାହ ଭୋଜି ଦିନ ଆତ୍ମହତ୍ୟା କରିଦେଲେ ବାପା

ଲୋଇସିଂହା,୬।୪(ସୁଶାନ୍ତ ବାରିକ): ଶନିବାର ଥିଲା ପୁଅ ବାହାଘର। ବାହାଘର ଯଥାରୀତି ସମ୍ପନ୍ନ ହେଲା। ଭୋର ସମୟରେ ବନ୍ଦାପନା କରି ନବବଧୂଙ୍କୁ ଶାଶୁଘରେ ସ୍ବାଗତ କରାଯାଇଥିଲା। ହେଲେ ପୁଅର…

ଓଡ଼ିଆ ପକ୍ଷରେ ଐତିହାସିକ, ଧାର୍ମିକସ୍ଥଳକୁ ଗୁରୁତ୍ୱ

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଓଡ଼ିଆ ପକ୍ଷ ପାଳନ ଅବସରରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସି ପକ୍ଷରୁ ନିର୍ବାହୀ ଅଧିକାରୀ ସଙ୍ଗୀତା ସେଠୀଙ୍କ ତତ୍ୱାବଧାନରେ ଐତହ ଓ ଧାର୍ମିକସ୍ଥଳଗୁଡ଼ିକରେ ସଫେଇ…

ଟ୍ରିବ୍ୟୁନାଲ ରାୟ ପରେ ବଂଶଧାରା ନଦୀରେ ବନ୍ଧ ନିର୍ମାଣ ପାଇଁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଦାବିପତ୍ର

ଗୁଣପୁର,୬।୪(ସୁଜାତା ପାଢ଼ୀ): ରାୟଗଡ଼ା ଜଲା ଅନ୍ତର୍ଗତ ଚିରସ୍ରୋତା ପୁଣ୍ୟତୋୟା ବଂଶଧାରା ନଦୀ ଉପର ମୁଣ୍ଡରେ ଜଳ ଆନିକଟ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଦାବି ଉଠିଛି  ।ଏ…

‘ପାଗଳ ସହ ବିପଜ୍ଜନକ ହୋଇଗଲେଣି ଟ୍ରମ୍ପ…’, ଇରାନ ଯୁଦ୍ଧ ମଧ୍ୟରେ ରାଗିଲେ ଆମେରିକୀୟ ନେତା

ଓ୍ବାଶିଂଟନ,।୬୪: ଇରାନ ସହିତ ଚାଲିଥିବା ସଂଘର୍ଷକୁ ନେଇ ଡୋନାଲ୍ଡ ଟ୍ରମ୍ପ ନିଜେ ଆମେରିକା ଭିତରେ ସମାଲୋଚନାର ସମ୍ମୁଖୀନ ହେଉଥିବା ପରି ମନେ ହେଉଛି। ଆମେରିକୀୟ କଂଗ୍ରେସ ସଦସ୍ୟ…

ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା

ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri