ଘୂର୍ଣ୍ଣିବଳୟ ସକ୍ରିୟ, ୫ଦିନ ବର୍ଷା

ଭୁବନେଶ୍ୱର, ୩।୧୦(ବ୍ୟୁରୋ): ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଫଳରେ ରାଜ୍ୟରେ ବର୍ଷା ଜାରି ରହିଛି। ତେବେ ରବିବାରଠାରୁ ଉପକୂଳରେ ବର୍ଷାର ପରିମାଣ ବଢ଼ିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ରବିବାର ଅପରାହ୍ନ ସାଢ଼େ ୫ଟା ସୁଦ୍ଧା ବୌଦ୍ଧରେ ସର୍ବାଧିକ ୩୫ ମିମି ବର୍ଷା ରେକର୍ଡ କରାଯାଇଛି। ସେହିଭଳି କୋରାପୁଟରେ ୩୨.୫ ମିମି, ହୀରାକୁଦରେ ୨୬.୨, ଭବାନୀପାଟଣା ୨୭, ତାଳଚେର ୧୫, ସୁନ୍ଦରଗଡ଼ ୧୦.୨ ଓ ପାରଳାଖେମୁଣ୍ଡି ୧୨.୨ ମିମି ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ତେବେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ବିଭିନ୍ନ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି। ମଙ୍ଗଳବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୋଳ ଏବଂ ଢେଙ୍କାନାଳରେ ପ୍ରବଳ ବର୍ଷା ହେବ। ମଙ୍ଗଳବାର ଗଞ୍ଜାମ, ଗଜପତି, ପୁରୀ ଓ ଖୋର୍ଦ୍ଧାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ମୟୂରଭଞ୍ଜ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର ଓ ନୟାଗଡ଼ରେ ପ୍ରବଳ ବର୍ଷା ହେବ। ସେହିଭଳି ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, କଟକ, ଜଗତ୍‌ସିଂହପୁର, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଏବଂ ଗୁରୁବାର ନୂଆପଡ଼ା, ବରଗଡ଼, ନବରଙ୍ଗପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ନାଇଟ ସେଲିବ୍ରେଶନ ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ନିୟୋଜିତ ରହିବେ…

ଭୁବନେଶ୍ୱର,୨୭।୧୨: ଜିରୋ ନାଇଟ ସେଲିବ୍ରେଶନ ପାଇଁ କମିସନରେଟ ପୋଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ପୋଲିସ କମିସନର ସୁରେଶ ଦେବଦତ୍ତ ସିଂ ସୂଚନା...

ହାତୀ ପାଇଁ ବନ୍ଦ ହେଲା ଶିଖରଚଣ୍ଡୀ, ପୁଣି ଏହି ଦିନ ଖୋଲିବ

ଭୁବନେଶ୍ବର, ୨୭।୧୨: ବନ୍ଦ ରହିଲା ଶିଖରଚଣ୍ଡୀ ପୀଠ । ଶିଖରଚଣ୍ଡୀ ମନ୍ଦିର ପ୍ରବେଶ ଗେଟ୍‌ରେ ତାଲା ପକାଇଲା ବନ ବିଭାଗ । ହାତୀ ପାଇଁ ଏଭଳି...

ଭୟଙ୍କର ଦୁର୍ଘଟଣା: ପଛକୁ ପଛ ପିଟିହେଲା ୫୦ ଗାଡ଼ି, ଲାଗିଲା ନିଆଁ

ନୂଆବର୍ଷ,୨୭।୧୨: ବର୍ଷ ଶେଷ ହେବା ଏବଂ ନୂତନ ବର୍ଷର ଛୁଟି ଆରମ୍ଭ ହେବା ମାତ୍ରେ ଜାପାନରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବରଫ...

ଆହୁରି ବଢିଲା ଶୀତ, ଜନଜୀବନ ଅସ୍ତବ୍ୟସ୍ତ: ପର୍ଯ୍ୟଟକଙ୍କ ଅସମ୍ଭାଳ ଭିଡ଼

ଦାରିଙ୍ଗବାଡି, ୨୭।୧୨ (ଅରୁଣ ସାହୁ ):ଗତ କିଛିଦିନ ହେଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ କୁହୁଡିର ପ୍ରଭାବରେ ଗାଡି ଚଳାଚକ ବାଧାପ୍ରାପ୍ତ ହୋଇଛି। ଶୀତ କମିବାରେ ନାମ...

Salman Khan Birthday: ସଲମାନଙ୍କୁ 60 ବର୍ଷ…କ୍ୟାମେରା ସାମ୍ନାରେ କାଟିଲେ କେକ୍, ଜାଣନ୍ତୁ ଗେଷ୍ଟ ଲିଷ୍ଟ

ନୂଆଦିଲ୍ଲୀ,୨୭ା୧୨ : ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଆଜି ଜନ୍ମଦିନ ।  ୬୦ତମ ଜନ୍ମଦିନକୁ ବହୁତ ଉତ୍ସାହ ଏବଂ ହୃଦୟସ୍ପର୍ଶୀ ଶୈଳୀରେ ପାଳନ କରିଥିଲେ। ଅଭିନେତା...

ବାଲ ଧନୁଯାତ୍ରାରେ ରଙ୍ଗସଭା: କମାଲ କଲେ ସତ୍ୟଜିତ

ମଥୁରା ନଗରୀ,୨୭।୧୨:ବରଗଡ଼ ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟଠାରେ ଚାଲିଥିବା ବାଲ ଧନୁଯାତ୍ରାର ଦ୍ବିତୀୟ ଦିବସରେ ମହାରାଜ କଂସଙ୍କ ଦରବାରରେ ରଙ୍ଗସଭା ଅନୁଷ୍ଠିତ ହୋଇଥିଲା। ଏହି...

ଭୁବନେଶ୍ବରରେ ପହଞ୍ଚିଲେ ମୁଖ୍ୟ ନିର୍ବାଚନ କମିଶନର, ପୁରୀରେ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରି କୋଣାର୍କ ଯିବେ

ଭୁବନେଶ୍ବର,୨୭/୧୨: ଭାରତର ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ୩ ଦିନିଆ ଓଡ଼ିଶା ଗସ୍ତ ରହିଥିବା ବେଳେ ସେ ଭୁବନେଶ୍ବରରେ ଆସି ପହଞ୍ଚିଛନ୍ତି । ଆଜି ପୁରୀରେ...

କ୍ରିକେଟ୍‌ ଖେଳୁଥିଲେ ଚଳଚ୍ଚିତ୍ର ନିର୍ଦ୍ଦେଶକ, ହଠାତ୍‌ ଟଳିପଡ଼ିଲେ: ଆଉ ତା’ପରେ…

ଟିଟିଲାଗଡ଼,୨୮ା୧୨(ଶରତ ମିଶ୍ର):ଟିଟିଲାଗଡ଼ ଖେଳପଡିଆରେ ଶୁକ୍ରବାର କ୍ରିକେଟ୍‌ ଖେଳୁଥିବା ଜଣେ ଚଳଚ୍ଚିତ୍ର ନିର୍ଦ୍ଦେଶକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବଲାଙ୍ଗୀର ଜିଲା ଟିଟିଲାଗଡ଼ ଥାନା ଅଧୀନ ହାଇସ୍କୁଲପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri