ଘୂର୍ଣ୍ଣିବଳୟ ସକ୍ରିୟ, ୫ଦିନ ବର୍ଷା

ଭୁବନେଶ୍ୱର, ୩।୧୦(ବ୍ୟୁରୋ): ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଏବେ ସକ୍ରିୟ ରହିଛି। ଫଳରେ ରାଜ୍ୟରେ ବର୍ଷା ଜାରି ରହିଛି। ତେବେ ରବିବାରଠାରୁ ଉପକୂଳରେ ବର୍ଷାର ପରିମାଣ ବଢ଼ିଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ରବିବାର ଅପରାହ୍ନ ସାଢ଼େ ୫ଟା ସୁଦ୍ଧା ବୌଦ୍ଧରେ ସର୍ବାଧିକ ୩୫ ମିମି ବର୍ଷା ରେକର୍ଡ କରାଯାଇଛି। ସେହିଭଳି କୋରାପୁଟରେ ୩୨.୫ ମିମି, ହୀରାକୁଦରେ ୨୬.୨, ଭବାନୀପାଟଣା ୨୭, ତାଳଚେର ୧୫, ସୁନ୍ଦରଗଡ଼ ୧୦.୨ ଓ ପାରଳାଖେମୁଣ୍ଡି ୧୨.୨ ମିମି ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ତେବେ ଆସନ୍ତା ୫ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ବିଭିନ୍ନ ଜିଲାକୁ ୟେଲୋ ୱାର୍ନିଂ ଜାରି ହୋଇଛି। ମଙ୍ଗଳବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।
ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଦେବଗଡ଼, ଅନୁଗୋଳ ଏବଂ ଢେଙ୍କାନାଳରେ ପ୍ରବଳ ବର୍ଷା ହେବ। ମଙ୍ଗଳବାର ଗଞ୍ଜାମ, ଗଜପତି, ପୁରୀ ଓ ଖୋର୍ଦ୍ଧାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଏବଂ ମୟୂରଭଞ୍ଜ, ରାୟଗଡ଼ା, ମାଲକାନଗିରି, କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର ଓ ନୟାଗଡ଼ରେ ପ୍ରବଳ ବର୍ଷା ହେବ। ସେହିଭଳି ବୁଧବାର ମାଲକାନଗିରି, କୋରାପୁଟ, ରାୟଗଡ଼ା, କଟକ, ଜଗତ୍‌ସିଂହପୁର, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଏବଂ ଗୁରୁବାର ନୂଆପଡ଼ା, ବରଗଡ଼, ନବରଙ୍ଗପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଆମ୍ବେଦକର ସେବା ସଂଘର ଶୋଭାଯାତ୍ରା, କର୍ମକର୍ତ୍ତା ଚୟନ

ଦିଗପହଣ୍ଡି,୪।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଅନୁସୂଚିତ ଜାତି ଓ ଜନଜାତି ବର୍ଗଙ୍କ ସାମ୍ବିଧାନିକ ମୌଳିକ ଅଧିକାର, ସାମାଜିକ ନ୍ୟାୟ, ଜମି ଅଧିକାର, ଶିକ୍ଷା ଓ…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ଏସିଆନ ଗେମ୍ସର ୨୦ତମ ସଂସ୍କରଣ ଉଦ୍‌ଯାପିତ

ନାଗୋୟା,୪ା୧୦: ଜାପାନର ପରମ୍ପରା ଓ ଆତିଥ୍ୟକୁ ପ୍ରଦର୍ଶିତ କରୁଥିବା ଲାଇଟ୍‌ ଓ ମ୍ୟୁଜିକାଲ ଶୋ’ ସହିତ ଏସିଆନ ଗେମ୍ସର ୨୦ତମ ସଂସ୍କରଣ ରବିବାର ଉଦ୍‌ଯାପିତ ହୋଇଯାଇଛି। ଦୁଇ…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?