ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପ୍ରବଳ ଭିଡ଼

ଭୁବନେଶ୍ୱର,୧।୭: ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ସୋମବାରଠାରୁ ସାଧାରଣ ଜନତାଙ୍କ ପାଇଁ ଖୋଲିଛି। ଫଳରେ ସେଠାରେ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। କେତେକ ଦିବ୍ୟାଙ୍ଗ ମଧ୍ୟ ଗୁହାରି ଜଣାଇବା ପାଇଁ ମଧ୍ୟ ସେଠାରେ ବସିଛନ୍ତି। ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠରେ ପହଞ୍ଚିଛନ୍ତି।
ପ୍ରତି ସୋମବାର ଏଠାରେ ମୁଖ୍ୟମନ୍ତ୍ରୀ ସାଧାରଣ ଜନତାଙ୍କ ଅଭିଯୋଗ ଶୁଣିବେ। ଏହି ସମୟରେ ମୁଖ୍ୟମନ୍ତ୍ରୀ କେଉଁଠି ବସିବେ, କେଉଁ ସ୍ଥାନରେ ଲୋକଙ୍କ ଅଭିଯୋଗ ଶୁଣିବେ, ସେନେଇ ସାଧାରଣ ପ୍ରଶାସନ ବିଭାଗ ସଚିବ ସୁରେନ୍ଦ୍ର କୁମାର ସ୍ଥିତି ପରଖିଥିଲେ। ଅଧିକାରୀଙ୍କ ସହ ଆଲୋଚନା କରିବା ସହ ବ୍ୟାରିକେଡ ବ୍ୟବସ୍ଥା ମଧ୍ୟ କରାଯାଇଛି।
କ୍ରମାନ୍ବୟରେ ଲୋକେ କିପରି ଆସିବେ ସେନେଇ ଅଧିକାରୀଙ୍କ ସହିତ କଥା ହୋଇଥିଲେ। ମୁଖ୍ୟମନ୍ତ୍ରୀ ଅଭିଯୋଗ ଶୁଣାଣି ସମୟରେ ୩୦ଜଣ ବସିବା ପାଇଁ ବ୍ୟବସ୍ଥା ରହିବ। ଅଭିଯୋଗ ପ୍ରକୋଷ୍ଠରେ ପାନୀୟ ଜଳ ସହ ଅନ୍ୟାନ୍ୟ ବ୍ୟବସ୍ଥା ୨ ଦିନରେ ପ୍ରସ୍ତୁତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ ସଚିବ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନ ବୁଲି ଦେଖିଛନ୍ତି। ଖୁବ୍‌ଶୀଘ୍ର ବାସଭବନ କାମ ସାରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ତାଙ୍କ ସହ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅଭିଯୋଗ ପ୍ରକୋଷ୍ଠ ସହ ମୁଖ୍ୟମନ୍ତ୍ରୀଙ୍କ ବାସଭବନ ବୁଲି କାମ ତଦାରଖ କରିଛନ୍ତି।
ସୂଚନାଯୋଗ୍ୟ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ପୂର୍ବାହ୍ନ ୧୧ଟାରୁ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ଉକ୍ତଦିନ ସକାଳ ୯ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ସେଠାରେ ଥିବା କାଉଣ୍ଟରରେ ପଞ୍ଜୀକରଣ କରିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବଙ୍କ ଭବିଷ୍ୟତ ଉପରେ ଗମ୍ଭୀରଙ୍କ ଚମକାଇଦେବା ବୟାନ, ଜାଣନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ,୧୮।୯: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ଶେଷ ହୋଇଛି। ଭାରତୀୟ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ତେବେ ସିରିଜରେ ୧୫ ବର୍ଷୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ…

ମାସେ ଯାଏ ସାବଧାନ ରୁହନ୍ତୁ ୩ ରାଶି! ଶନି-ସୂର୍ଯ୍ୟ ଏକାସାଙ୍ଗରେ କରିବେ କଲବଲ, ପାଖରୁ ପଳାଇବ ସବୁ ଟଙ୍କା!

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଗ୍ରହମାନଙ୍କ ଅଧିପତି ଏବଂ ଶନିଙ୍କୁ କର୍ମ ଓ ନ୍ୟାୟର କାରକ ବୋଲି ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ସୂର୍ଯ୍ୟ ଓ ଶନିଙ୍କ…

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?