ଶ୍ରୀମନ୍ଦିରରେ ପ୍ରବଳ ଭିଡ଼: ୯ ଛାତ୍ରୀ ଅସୁସ୍ଥ

ପୁରୀ ଅଫିସ, ୨୭ା୧୨:ଶ୍ରୀମନ୍ଦିରରେ ସୋମବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ମହାପ୍ରଭୁଙ୍କ ଦର୍ଶନ ପାଇଁ ଆସିଥିବା ପ୍ରାୟ ୭୦ଜଣ ଛାତ୍ରୀଙ୍କ ମଧ୍ୟରୁ ୯ରୁ ଊର୍ଦ୍ଧ୍ୱ ଛାତ୍ରୀ ଭିଡ଼ ଯୋଗୁ ବାଇଶିପାହାଚ ନିକଟରେ ଅସୁସ୍ଥ ହୋଇପଡ଼ିଛନ୍ତି। ସେମାନଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ସୂଚନାଯୋଗ୍ୟ, ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ବ୍ଲକର ହୃଦାନନ୍ଦ ହାଇସ୍କୁଲରୁ ୭୦ଜଣ ଛାତ୍ରୀ ପୁରୀ ବୁଲିବାକୁ ଆସିଥିଲେ। ସେମାନେ ବୁଲାବୁଲି ସାରି ମହାପ୍ରଭୁଙ୍କ ଦର୍ଶନ ଲାଗି ବଡ଼ଦାଣ୍ଡରେ ପ୍ରଶାସନ ପକ୍ଷରୁ କରାଯାଇଥିବା ଅସ୍ଥାୟୀ ବ୍ୟାରିକେଡରେ ଦୀର୍ଘ ସମୟ ଧରି ଲମ୍ବା ଧାଡ଼ିରେ ଠିଆ ହୋଇ ରହିବା ପରେ ପରେ ଶ୍ରୀମନ୍ଦିର ବାଇଶିପାହଚ ନିକଟରେ ପହଞ୍ଚତ୍ଥିଲେ। ତେବେ ଗହଳି ଯୋଗୁ ୯ରୁ ଊର୍ଦ୍ଧ୍ୱ ଛାତ୍ରୀ ବାଇଶିପାହାଚ ନିକଟରେ ଅସୁସ୍ଥ ହୋଇପଡ଼ିଥିଲେ। ଏମାନେ ଅଚେତ ଅବସ୍ଥାରେ ତଳେ ପଡ଼ିଯାଇଥିଲେ। ସଙ୍ଗେସଙ୍ଗେ ସମସ୍ତଙ୍କୁ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ଶ୍ରୀମନ୍ଦିର ଭିତରେ ପ୍ରବଳ ଭିଡ଼ ଯୋଗୁ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି। ବର୍ତ୍ତମାନ ପର୍ଯ୍ୟଟନ ଋତୁ ଚାଲିଥିବାରୁ ପୁରୀରେ ଭକ୍ତଙ୍କ ପ୍ରବଳ ସମାଗମ ହେଉଛି। ଶ୍ରୀମନ୍ଦିର ମଧ୍ୟରେ ପ୍ରବଳ ଭିଡ଼ ରହୁଛି। ଶ୍ରୀମନ୍ଦିର ବାଇଶିପାହାଚ ଦେଇ ଛାତ୍ରୀମାନେ ଯିବାବେଳେ ପ୍ରଥମେ ୬ ଜଣ ଓ କିଛି ସମୟ ପରେ ଆଉ ୩ଜଣ ଛାତ୍ରୀ ବେହୋସ୍‌ ହୋଇପଡ଼ିଥିଲେ। ଅଚେତ ଛାତ୍ରୀଙ୍କୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଅସୁସ୍ଥ ଛାତ୍ରୀମାନଙ୍କ ମଧ୍ୟରେ ସୁଭଦ୍ରା ଦାସ, ଲିଜା ଟୁଡୁ, କ୍ରିଷ୍ଣା ପରିଡା, ଇତିଶ୍ରୀ ଜେନା, ବିଷ୍ଣୁପ୍ରିୟା ବେହେରା, ବର୍ଷାରାଣୀ ପରିଡା, ରଶ୍ମିତା ସାହୁ ଓ ପୁଷ୍ପାଞ୍ଜଳି ବେହେରା ପ୍ରମୁଖ ରହିଛନ୍ତି। ଏମାନେ ନବମ ଓ ଦଶମ ଶ୍ରେଣୀର ଛାତ୍ରୀ ବୋଲି ସୂଚନା ମିଳିଛି। ଚିକିତ୍ସା ପରେ ଛାତ୍ରୀମାନେ ସୁସ୍ଥ ଥିବା ସୂଚନା ମିଳିଛି। ଶୃଙ୍ଖଳିତ ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ମରିଚିକୋଟ୍‌ ଛକରୁ ସିଂହଦ୍ୱାର ସମ୍ମୁଖ ପର୍ଯ୍ୟନ୍ତ ବ୍ୟାରିକେଡ୍‌ କରାଯାଇଛି। ଉକ୍ତ ବ୍ୟାରିକେଡ ଦେଇ ଦେଇ ଲକ୍ଷ ଲକ୍ଷ ଭକ୍ତ ଶ୍ରୀମନ୍ଦିରକୁ ପ୍ରବେଶ କରୁଛନ୍ତି । ତେବେ ଆଗକୁ ନୂଆବର୍ଷ ଆସୁଥିବା ବେଳେ ଭକ୍ତ ଓ ପର୍ଯ୍ୟଟକଙ୍କ ସଂଖ୍ୟା ଆହୁରି ବଢ଼ିବା ଆଶା ରହିଛି। ତେଣୁ ଏପରି ଅଘଟଣକୁ ଏଡାଇବା ପାଇଁ ପ୍ରଶାସନ ପକ୍ଷରୁ ପଦକ୍ଷେପ ନେବା ପାଇଁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri