ଶ୍ରୀମନ୍ଦିରରେ ପ୍ରବଳ ଭିଡ଼

ଭୁବନେଶ୍ୱର,୧୭ା୬(ସୁନିତ୍‌ ମିଶ୍ର): ରାଜ୍ୟରେ ଭାଜପା ସରକାରକୁ ଆସିବା ପୂର୍ବରୁ ଅନେକ ପ୍ରତିଶ୍ରୁତି ଲୋକଙ୍କ ଆଗରେ ରଖିଥିଲା। ଯେପରିକି ଦଳ ରାଜ୍ୟରେ ସରକାର ଗଠନ କରିବାର କିଛି ସମୟ ମଧ୍ୟରେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବାର ପ୍ରତିଶ୍ରୁତି ଦେଇଥିଲା। ସେହିକ୍ରମରେ ଦଳ ସରକାରକୁ ଆସିବା କ୍ଷଣି ପ୍ରଥମ ପଦକ୍ଷେପ ଭାବେ ଶ୍ରୀମନ୍ଦିର ଚାରିଦ୍ୱାର ମଧ୍ୟ ଖୋଲିଲା। ହେଲେ ପ୍ରବଳ ଭିଡ଼ କାରଣରୁ ଏବେ ଶ୍ରୀମନ୍ଦିରକୁ ଦର୍ଶନ କରିବା ଲାଗି ଯାଉଥିବା ଭକ୍ତମାନେ ପ୍ରବଳ ଅସୁବିଧାର ସମ୍ମୁଖୀନ ହେଉଥିବା ନେଇ ଖବର ଦୃଷ୍ଟିକୁ ଆସଛି। ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ପରେ ପୁରୀରେ ଭକ୍ତଙ୍କ ଭିଡ଼ ବଢ଼ିଚାଲିଛି। ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଶ୍ରଦ୍ଧାଳୁ ଶ୍ରୀଜୀଉଙ୍କୁ ଦର୍ଶନ କରି ଆଶୀର୍ବାଦ ନେଉଛନ୍ତି। ମନ୍ଦିର ବାହାରେ ଲାଗୁଥିବା ଲାଇନରୁ ଆଶ୍ୱସ୍ତି ମିଳିଛି। କିନ୍ତୁ ମନ୍ଦିର ଭିତରେ ଭିଡ଼ ନିୟନ୍ତ୍ରଣ ପାଇଁ ବିଶେଷ ବ୍ୟବସ୍ଥା ନ ଥିବାରୁ କେହି କେହି ଅସନ୍ତୋଷ ବ୍ୟକ୍ତ କରୁଥିବା ଦେଖିବାକୁ ମିଳୁଛି। ଏନେଇ ଆଇନ ମନ୍ତ୍ରୀ ପଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଛୁଟିଦିନ ଥିବାରୁ ଭକ୍ତଙ୍କ ଭିଡ଼ ଥିଲା। କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇନି। ଆଗକୁ ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଉଛି। ଆଜିଠୁ ଧୀରେ ଧୀରେ ଦର୍ଶନ ଶୃଙ୍ଖଳିତ ହୋଇଛି। ସମସ୍ତଙ୍କ ସହଯୋଗ ରହିଲେ ଦର୍ଶନ ଆହୁରି ବ୍ୟବସ୍ଥିତ ହୋଇପାରିବ। ଜଗନ୍ନାଥଙ୍କ କୃପାରୁ ସବୁ ଠିକ୍‌ ହେବ ବୋଲି ମନ୍ତ୍ରୀ କହିଛନ୍ତି। ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା କହିଛନ୍ତି, ଶୃଙ୍ଖଳିତ ଦର୍ଶନ ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ଅଧିକ ୮ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ଆଇନଶୃଙ୍ଖଳା ଏଡିଜି ନିଜେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଗୋଇନ୍ଦା ନିର୍ଦ୍ଦେଶକ ମଧ୍ୟ ସେଠାକୁ ଯିବେ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଗଞ୍ଜାମ କଂଗ୍ରସ ଦୁଇଫାଳ: ବିଚ୍‌ ରାସ୍ତାରେ ହାତାହାତି ହେଲେ ଦୁଇ ନେତା

ପୁରୁଷୋତ୍ତମପୁର,୫।୧୨(ସବିତା ମିଶ୍ର): ଗୋଷ୍ଟିକନ୍ଦଳ ଯୋଗୁଁ ରାଜ୍ୟରେ ଦିନକୁଦିନ କଂଗ୍ରେସର ସ୍ଥିତି ତଳକୁ ତଳକୁ ଖସି ସତ୍ତା ହଜାଇବାକୁ ଯାଉଥିବାବେଳେ ଏପରିକି ଗଞ୍ଜାମ ଜିଲାରେ ମଧ୍ୟ କଂଗ୍ରସ...

ପୁଟିନଙ୍କ କାର୍‌ ଠାରୁ କେତେ ଦମଦାର୍‌ ମୋଦିଙ୍କ କାର୍‌? ଜାଣନ୍ତୁ ଦୁଇଟାଯାକର ଦାମ୍‌

ନୂଆଦିଲ୍ଲୀ,୫।୧୨: ଋଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ବିଶ୍ୱର ସବୁଠାରୁ ରହସ୍ୟମୟ ନେତାମାନଙ୍କ ମଧ୍ୟରୁ ଜଣେ ବୋଲି ବିବେଚନା କରାଯାଏ। ସେ ପ୍ରତ୍ୟେକ ଗସ୍ତରେ ଏକ ବୁଲେଟପ୍ରୁଫ...

ଏହି ସବୁ ଅଞ୍ଚଳରେ ୯ ଘଣ୍ଟା ପାଇଁ ହେବ ବିଦ୍ୟୁତ୍‌ କାଟ, ସକାଳୁ…

ବରଗଡ଼,୪।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ସଞ୍ଚାରଣ ନିଗମ ଲିମିଟେଡ (ଓପିଟିସିଏଲ) ପକ୍ଷରୁ ୧୩୨/୩୩ କେ.ଭି. ପ୍ରଧାନପାଲି ଗ୍ରୀଡ ସବଷ୍ଟେସନରେ ବାର୍ଷିକ ରକ୍ଷଣାବେକ୍ଷଣ କାର୍ଯ୍ୟ ଲାଗି...

ପୂର୍ବତନ ଡିଏସ୍‌ପିଙ୍କ ଝିଅ ହାତ ଧରିଲେ ବୃନ୍ଦାବନର ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ

ଜୟପୁର,୫ା୧୨: ପ୍ରବଚକ ଇନ୍ଦ୍ରେଶ ଉପାଧ୍ୟାୟ ଏବଂ ପୂର୍ବତନ ଡିଏସ୍‌ପିଙ୍କ ଝିଅ ସିପ୍ରା ଜୟପୁରର ଏକ ହୋଟେଲରେ ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ପ୍ରସିଦ୍ଧ ମଥୁରାର ପ୍ରବଚକ...

ବୋର୍ଡ ନିଗମ ନିଯୁକ୍ତି ନେଇ ଆସିଲା ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୫।୧୨: ବୋର୍ଡ ନିଗମ ନିଯୁକ୍ତି ନେଇ ଖୁବଶୀଘ୍ର ନିଷ୍ପତ୍ତି ନିଆଯାଇ ଘୋଷଣା ହେବ। ଏ ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ କହିଛନ୍ତି। ଚର୍ଚ୍ଚା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri