ଶ୍ରୀମନ୍ଦିରରେ ପ୍ରବଳ ଭିଡ଼

ଭୁବନେଶ୍ୱର,୧୭ା୬(ସୁନିତ୍‌ ମିଶ୍ର): ରାଜ୍ୟରେ ଭାଜପା ସରକାରକୁ ଆସିବା ପୂର୍ବରୁ ଅନେକ ପ୍ରତିଶ୍ରୁତି ଲୋକଙ୍କ ଆଗରେ ରଖିଥିଲା। ଯେପରିକି ଦଳ ରାଜ୍ୟରେ ସରକାର ଗଠନ କରିବାର କିଛି ସମୟ ମଧ୍ୟରେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବାର ପ୍ରତିଶ୍ରୁତି ଦେଇଥିଲା। ସେହିକ୍ରମରେ ଦଳ ସରକାରକୁ ଆସିବା କ୍ଷଣି ପ୍ରଥମ ପଦକ୍ଷେପ ଭାବେ ଶ୍ରୀମନ୍ଦିର ଚାରିଦ୍ୱାର ମଧ୍ୟ ଖୋଲିଲା। ହେଲେ ପ୍ରବଳ ଭିଡ଼ କାରଣରୁ ଏବେ ଶ୍ରୀମନ୍ଦିରକୁ ଦର୍ଶନ କରିବା ଲାଗି ଯାଉଥିବା ଭକ୍ତମାନେ ପ୍ରବଳ ଅସୁବିଧାର ସମ୍ମୁଖୀନ ହେଉଥିବା ନେଇ ଖବର ଦୃଷ୍ଟିକୁ ଆସଛି। ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ପରେ ପୁରୀରେ ଭକ୍ତଙ୍କ ଭିଡ଼ ବଢ଼ିଚାଲିଛି। ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଶ୍ରଦ୍ଧାଳୁ ଶ୍ରୀଜୀଉଙ୍କୁ ଦର୍ଶନ କରି ଆଶୀର୍ବାଦ ନେଉଛନ୍ତି। ମନ୍ଦିର ବାହାରେ ଲାଗୁଥିବା ଲାଇନରୁ ଆଶ୍ୱସ୍ତି ମିଳିଛି। କିନ୍ତୁ ମନ୍ଦିର ଭିତରେ ଭିଡ଼ ନିୟନ୍ତ୍ରଣ ପାଇଁ ବିଶେଷ ବ୍ୟବସ୍ଥା ନ ଥିବାରୁ କେହି କେହି ଅସନ୍ତୋଷ ବ୍ୟକ୍ତ କରୁଥିବା ଦେଖିବାକୁ ମିଳୁଛି। ଏନେଇ ଆଇନ ମନ୍ତ୍ରୀ ପଥ୍ବୀରାଜ ହରିଚନ୍ଦନ କହିଛନ୍ତି, ଛୁଟିଦିନ ଥିବାରୁ ଭକ୍ତଙ୍କ ଭିଡ଼ ଥିଲା। କୌଣସି ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହୋଇନି। ଆଗକୁ ଶୃଙ୍ଖଳିତ ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା ଗ୍ରହଣ କରାଯାଉଛି। ଆଜିଠୁ ଧୀରେ ଧୀରେ ଦର୍ଶନ ଶୃଙ୍ଖଳିତ ହୋଇଛି। ସମସ୍ତଙ୍କ ସହଯୋଗ ରହିଲେ ଦର୍ଶନ ଆହୁରି ବ୍ୟବସ୍ଥିତ ହୋଇପାରିବ। ଜଗନ୍ନାଥଙ୍କ କୃପାରୁ ସବୁ ଠିକ୍‌ ହେବ ବୋଲି ମନ୍ତ୍ରୀ କହିଛନ୍ତି। ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା କହିଛନ୍ତି, ଶୃଙ୍ଖଳିତ ଦର୍ଶନ ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରାଯାଇଛି। ଭିଡ଼ ନିୟନ୍ତ୍ରଣ ପାଇଁ ଅଧିକ ୮ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ଆଇନଶୃଙ୍ଖଳା ଏଡିଜି ନିଜେ ଉପସ୍ଥିତ ରହି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଗୋଇନ୍ଦା ନିର୍ଦ୍ଦେଶକ ମଧ୍ୟ ସେଠାକୁ ଯିବେ ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri