ତୃତୀୟ ସନ୍ଧ୍ୟାରେ ପ୍ରବଳ ଗହଳି

ବଅଁରପାଳ, ୨୦ା୯ (ଡି.ଏନ.ଏ.): ଅନୁଗୋଳ ଜିଲା ନାଲ୍‌କୋନଗରରେ ଚାଲିଥିବା ବିଶ୍ୱକର୍ମା ପୂଜାରେ ପ୍ରବଳ ଭିଡ଼ ପରିଲକ୍ଷିତ ହେଉଛି। ଚଳିତବର୍ଷ ୧୮ଟି ମେଢ଼ କରାଯାଇଥିବା ବେଳେ ଆକର୍ଷଣୀୟ ସାଜସଜ୍ଜା ଦର୍ଶକମାନଙ୍କୁ ଆକର୍ଷିତ କରୁଛି। ବିଭିନ୍ନ ପୂଜା କମିଟିର ତୋରଣ ଓ ରଙ୍ଗବେରଙ୍ଗର ଆଲୋକମାଳା ଲୋକମାନଙ୍କ ମନଛୁଉଁଛି। ସେଥିପାଇଁ ଦୈନିକ ସହସାଧିକ ଲୋକ ଦୂର ଦୂରାନ୍ତରୁ ପୂଜା ଦେଖିବାକୁ ଆସୁଛନ୍ତି। ସୋମବାର ପୂଜାର ତୃତୀୟ ଦିବସରେ ପ୍ରବଳ ଗହଳି ହୋଇଥିଲା। ପୂର୍ବାହ୍ନରୁ ବିଳମ୍ବିତ ରାତି ଯାଏ ଦର୍ଶକମାନେ ମେଢ଼ଗୁଡ଼ିକ ବୁଲି ଦେଖିବା ସହ ମିନାବଜାର, ଦୋଳି ଓ ଖଦି ମେଳାର ମଜା ନେଉଥିବା ଦେଖିବାକୁ ମିଳିଥିଲା। ନାଲ୍‌କୋ ଏଫ୍‌ସିଆଇ ଛକଠାରୁ ଗିରାଙ୍ଗ ଛକ ପର୍ଯ୍ୟନ୍ତ ରାସ୍ତାର ଉଭୟ ପାର୍ଶ୍ୱରେ ପଡ଼ିଥିବା ଶତାଧିକ ଉଠାଦୋକାନାରେ ଲୋକଙ୍କ ଭିଡ଼ ଲାଗିଥିଲା। ନାଲ୍‌କୋ ଉଦ୍ୟାନ ବିଭାଗ ପକ୍ଷରୁ ଧୁମ୍‌ଧାମରେ ପୂଜା ପାଳନ କରାଯାଉଥିବା ବେଳେ ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା ହୋଇଛି। ଉଦ୍ୟାନ ବିଭାଗ ଡିଜିଏମ୍‌ ଶୁଭେନ୍ଦୁ ନାୟକ, ଏଜିଏମ୍‌ ଉମାକାନ୍ତ ମହାରଣା, ମ୍ୟାନଜର ପି.କେ. ମଲ୍ଲିକ ପ୍ରମୁଖଙ୍କ ସମେତ ସମସ୍ତ କର୍ମଚାରୀ ଓ ଠିକା ଶ୍ରମିକ ପୂଜାରେ ସାମିଲ ହୋଇଛନ୍ତି। ସେହିପରି ନାଲ୍‌କୋ ଟ୍ରକ୍‌ ମାଲିକ ସଂଘ ପକ୍ଷରୁ ଅତି ଆଡ଼ମ୍ବରରେ ପୂଜା ପାଳନ କରାଯାଉଛି। ଶ୍ରଦ୍ଧାଳୁଙ୍କ ପାଇଁ ଦୈନିକ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଛି। ସଭପତି ମନୋରଞ୍ଜନ ଜେନା, ଉପସଭାପତି ତପନ ସାମନ୍ତ ସିଂ, ସମ୍ପାଦକ ବାବୁଲି ସ୍ବାଇଁ, ସହସମ୍ପାଦକ ରାକେଶ ଦେହୁରୀ ଓ କୋଷଧ୍ୟକ୍ଷ ମୁକେଶ ଜେନା ପ୍ରମୁଖ ପୂଜା ପରିଚଳନା କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ମୋଦିଙ୍କୁ ବଡ଼ ପ୍ରତିଶ୍ରୁତି ଦେଲେ ପୁଟିନ୍‌, ଦେଖିକି ଟ୍ରମ୍ପ କାବା, ଜୟଶଙ୍କର ଗୋଟିଏ ସାକ୍ଷାତରେ…

ଓ୍ବାଶିଂଟନ୍‌,୩।୪: ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଇରାନର ଯୁଦ୍ଧ ଏବଂ ହର୍ମୁଜ ପ୍ରଣାଳୀ ଅବରୋଧ ଯୋଗୁ ସୃଷ୍ଟି ହୋଇଥିବା ଶକ୍ତି ସଙ୍କଟ ମଧ୍ୟରେ, ଭାରତକୁ ରୁଷିଆଠାରୁ ଗୁରୁତ୍ୱପୂର୍ଣ୍ଣ…

ବୃଦ୍ଧି ନା ହ୍ରାସ? ଆଜି ଦେଶରେ ପେଟ୍ରୋଲ-ଡିଜେଲର ମୂଲ୍ୟ କେତେ? ଆସିଲା ଅପଡେଟ୍‌

ନୂଆଦିଲ୍ଲୀ,୩।୪: ପଶ୍ଚିମ ଏସିଆରେ ଭୂରାଜନୈତିକ ଉତ୍ତେଜନା ମଧ୍ୟରେ ବିଶ୍ୱ ତୈଳ ବଜାରରେ ଉଲ୍ଲେଖନୀୟ ପରିବର୍ତ୍ତନ ଜାରି ରହିଥିଲେ ମଧ୍ୟ ଭାରତରେ ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ୩…

ଏକମାତ୍ର ଦେଶ ଭାବେ ଭାରତ ହରାଇଛି…ଯୁଦ୍ଧ ମଧ୍ୟରେ ୬୦ ଦେଶକୁ ନେଇ ଚାଲିଥିବା ବୈଠକରେ ହୃଦୟର କଥା କହିଲା ଭାରତ

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟ ଯୁଦ୍ଧ ଆରମ୍ଭ ହେବା ପରଠାରୁ ଇରାନ ନିୟନ୍ତ୍ରଣରେ ଥିବା ହର୍ମୁଜ ପ୍ରଣାଳୀକୁ ପୁନର୍ବାର ଖୋଲିବା ପାଇଁ ଭାରତ ଦାବି କରିଛି। ଭାରତ ଏହା ମଧ୍ୟ…

ପାଳନ ହେବ ଐତିହାସିକ ଜମ୍ବୁ ମହୋତ୍ସବ: ଅଗ୍ନିଶମ, ବିଦ୍ୟୁତ୍‌, ସ୍ବାସ୍ଥ୍ୟ, ପାନୀୟଜଳକୁ ଗୁରୁତ୍ୱ ଦେଇ…

ମହାକାଳପଡ଼ା,୩ା୪ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ରାମନଗର ପ୍ରସିଦ୍ଧ ଶକ୍ତିପୀଠ ମା’ ରାମଚଣ୍ଡୀଙ୍କ ଝାମୁଯାତ୍ରାରେ ଐତିହାସିକ ଜମ୍ବୁ ମହୋତ୍ସବ ପାଳନ କରିବାକୁ ପ୍ରଶାସନିକ…

ସଚେତନତା ହିଁ ଚିନ୍ତାଧାରା ବଦଳାଇବାର ବଡ଼ ମାଧ୍ୟମ

‘ଗୋମାୟା ପେଣ୍ଟ୍‌ସ’ର ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଦୁର୍ଗା ପ୍ରିୟଦର୍ଶିନୀ ତାଙ୍କ ବ୍ୟବସାୟିକ ଯାତ୍ରା ଆରମ୍ଭ କରିବା ପୂର୍ବରୁ ଜଣେ ଗୃହିଣୀ ଭାବେ ସମାଜ ଓ ପରିବେଶ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

IPLରେ ଅଭିଷେକଙ୍କ ବଡ଼ କାରନାମା: ୪ ଛକା ମାରି କଲେ ଅନନ୍ୟ ରେକର୍ଡ

କୋଲକାତା,୩।୪: ଇଡେନ ଗାର୍ଡେନ୍ସରେ କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ୨୨୮.୫୭ ଷ୍ଟ୍ରାଇକ ରେଟରେ ଖେଳି ଅଭିଷେକ…

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri