ଟ୍ରଲର ପଛରେ ଧକ୍କା ଦେଲା ଅଙ୍ଗୁର ବୋଝେଇ ଟ୍ରକ: ଜଣେ ମୃତ

ପାଟଣା,୨।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନମ୍ବର ଜାତୀୟ ରାଜପଥ ଖିରେଇଟାଙ୍ଗିରି ପେଟ୍ରୋଲ ପମ୍ପ ନିକଟରେ ମଙ୍ଗଳବାର ସକାଳେ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରଲରକୁ ଅଙ୍ଗୁର ବୋଝେଇ ଟ୍ରକ ଧକ୍କା ଦେଇଛି। ଟ୍ରଲର କଡ଼ରେ ଛିଡା ହୋଇଥିବା ଟ୍ରଲର ଅପରେଟରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି । ମୃତକ ଜଣକ ହେଉଛନ୍ତି ବିହାର ଅଞ୍ଚଳର ଗୌତମ ଯାଦବ। ଗୁରୁତରଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ। ଦୁର୍ଘଟଣା ପରେ ଉତ୍ତେଜନା ଦେଖା ଦେବା ସହ ରାସ୍ତାର ଗୋଟିଏ ପାର୍ଶ୍ୱରେ ଗାଡି ଚଳାଚଳରେ ବ୍ୟାଘାତ ସୃଷ୍ଟି ହୋଇଛି। ଘଟଣାସ୍ଥଳରେ ତୁରୁମୁଙ୍ଗା ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରି ଏନଏଚଆଇ ଆମ୍ବୁଲାନ୍ସ ସହାୟତାରେ ବ୍ୟବଚ୍ଛେଦ ପାଇଁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟକୁ ପଠାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚମକିଲେ ବୈଭବ ସୂର୍ଯ୍ୟବଂଶୀ; ଗୋଟିଏ ଓଭରରେ କଲେ ଏମିତି କାମ, ଚାହିଁକି ରହିଗଲେ…

ନୂଆଦିଲ୍ଲୀ,୨୫।୮: ବେଙ୍ଗାଲୁରୁସ୍ଥିତ BCCI ସେଣ୍ଟର ଅଫ୍ ଏକ୍ସିଲେନ୍ସରେ ଚାଲିଥିବା ଦୁଲୀପ ଟ୍ରଫିର କ୍ୱାର୍ଟରଫାଇନାଲ୍ ମ୍ୟାଚ୍‌ରେ ଇଷ୍ଟ ଜୋନ୍ ପକ୍ଷରୁ ଦମଦାର ବୋଲିଂ କରିଛନ୍ତି ୧୫ ବର୍ଷୀୟ ବୈଭବ…

ଚିନି ପରେ ଏବେ ଗୁଡ଼ ହେଲା ମହଙ୍ଗା, ଦୁଇଗୁଣା ବଢିଲା ଦର; ଜାଣନ୍ତୁ ଦାମ ବଢ଼ିବାର କାରଣ

ନୂଆଦିଲ୍ଲୀ,୨୫।୮: ଗତ କିଛି ଦିନ ଧରି ଚିନିର ବଢ଼ୁଥିବା ଦାମ ଲୋକଙ୍କ ଚିନ୍ତା ବଢ଼ାଇଥିବା ବେଳେ ଏବେ ଗୁଡ଼ ମଧ୍ୟ ମହଙ୍ଗା ହୋଇଛି। ଚିନି ପରେ ଗୁଡ଼ର…

ଡଙ୍ଗା ଚଢୁଥିଲେ ପରେଶ୍ୱର,ଟାଣିନେଲା କୁମ୍ଭୀର: ଆଉ ତା’ପରେ ଘଟିଲା…

ରାଜକନିକା,୨୫।୮(ସଞ୍ଜୟ କୁମାର ଦାଶ): କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ତ୍ରୈଲୋକ୍ୟପୁର ପଞ୍ଚାୟତ ଗଙ୍ଗାଧର ପ୍ରସାଦ ଡିଆ ଗାଁ ସନ୍ନିକଟ ଖରସ୍ରୋତା ନଦୀର ଭରାନଦୀରେ ମଙ୍ଗଳବାର ସକାଳେ ସମୟରେ…

ଧ୍ରୁବ ଜୁରେଲଙ୍କ ‘ଟାଟୁ’ ପଛରେ କ’ଣ ଅଛି ଅର୍ଥ? ଜାଣିବା ପରେ ଆପଣ ମଧ୍ୟ ତାଙ୍କୁ…

ନୂଆଦିଲ୍ଲୀ,୨୫।୮: ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଧ୍ରୁବ ଜୁରେଲ ଶତକ ପୂରଣ କରିବା ମାତ୍ରେ, ତାଙ୍କର ଉତ୍ସବ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଥିଲା। ସେ ପ୍ରଥମେ ଏକ…

ବିଧାୟକଙ୍କ ଉପସ୍ଥିତିରେ ଆପୋଷ ବୁଝାମଣାରେ ତୁଟିଲା ଉଠାଦୋକାନୀ ବିବାଦ

ଛତ୍ରପୁର,୨୫।୮(ଦିଲ୍ଲୀପ ସାମଲ): ଛତ୍ରପୁର ସହର ବାଳିକା ଉଚ୍ଚ ବିଦ୍ୟାଳୟ ନିକଟ ପରିବା ବଜାର ଉଠାଦୋକାନୀ ମଙ୍ଗଳବାର ବନ୍ଦ ଡାକରା ଦେଇଥିବା ବେଳେ ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକଙ୍କ…

ଇମ୍ରାନଙ୍କୁ ନେଇ ଏମିତି କହିଲେ କପିଲ ଦେବ, ହେଉଛି ବଡ଼ ଚର୍ଚ୍ଚା

ନୂଆଦିଲ୍ଲୀ,୨୫।୮: ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଧିନାୟକ କପିଲ ଦେବ ପୁଣି ଥରେ ପୂର୍ବତନ ପାକିସ୍ତାନୀ କ୍ରିକେଟର ଇମ୍ରାନ ଖାନଙ୍କ ସମର୍ଥନରେ ବାହାରିଛନ୍ତି। ସମ୍ପ୍ରତି, 21 ଜଣ…

ରାହୁଲ ଗାନ୍ଧୀଙ୍କ ଉପରେ ରାଗିଗଲେ ଶଙ୍କରାଚାର୍ଯ୍ୟ, ଦେଲେ ସିଧା ଚେତାବନୀ

ନୂଆଦିଲ୍ଲୀ,୨୫।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ମନୁସ୍ମୃତି ସମ୍ପର୍କିତ ବୟାନକୁ ନେଇ ଶଙ୍କରାଚାର୍ଯ୍ୟ ସ୍ବାମୀ ଅବିମୁକ୍ତେଶ୍ୱରାନନ୍ଦ ତୀବ୍ର ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ, ମନୁସ୍ମୃତି ଏବଂ…

ଅସରପା ଶବ୍ଦକୁ ନେଇ ଏବେବି ରହିଛି ବିବାଦ, ପୁଣି ଉଠିଲାଣି CJIଙ୍କ କଥା? ଅଭିଜିତ ଦୀପକେଙ୍କ ଆଶ୍ଚର୍ଯ୍ୟଜନକ ଦାବି

ନୂଆଦିଲ୍ଲୀ,୨୫।୮: ‘କକ୍ରୋଚ’ ଶବ୍ଦର ବ୍ୟବହାରକୁ ନେଇ ରାଜନୈତିକ ବିବାଦ ଜାରି ରହିଛି। ଏହା ମଧ୍ୟରେ, କକ୍ରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଦାବି କରିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri