ତିନିଦିନ ଘନ କୁହୁଡ଼ି

ଭୁବନେଶ୍ୱର, ୩୦।୧୨(ବ୍ୟୁରୋ): ଆସନ୍ତା ୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି ହେବ। ଏଥିପାଇଁ ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଗୁରୁବାର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ ଓ କଟକରେ ଘନ କୁହୁଡ଼ି ହେବ। ଏ ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଏଥିସହିତ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ଅଳ୍ପ କୁହୁଡ଼ି ଦେଖାଦେବ। ତେବେ ଗୁରୁବାର ଉପକୂଳ ଓଡ଼ିଶା, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ାର କେତେକ ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେବାର ସମ୍ଭାନା ରହିଛି। ସେହିପରି ୩୧ ତାରିଖରୁ ୧ ତାରିଖ ସକାଳ ସାଢ଼େ ୮ଟା ପର୍ଯ୍ୟନ୍ତ ବାଲେଶ୍ୱର, ଭଦ୍ରକଳ ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜରେ ଘନ କୁହୁଡ଼ି ହେବ। ଏ ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ଅନ୍ୟପକ୍ଷରେ ବୁଧବାର ଦାରିଙ୍ଗବାଡ଼ିରେ ସର୍ବନିମ୍ନ ୧୧.୫ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗିଲ୍‌ଙ୍କୁ ମିଳିଲା ଏତିକି ଟଙ୍କାର ପୁରସ୍କାର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଗୁଆହାଟୀ,୧।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ ଧମାକାଦାର ଦ୍ୱିଶତକ ହାସଲ କରି ଦଳକୁ ଐତିହାସିକ ବିଜୟ ଦେବାରେ ବଡ଼ ଭୂମିକା ନେଇଛନ୍ତି।…

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

କାଗଜପତ୍ରରେ ବଦଳିଲା, ନାମଫଳକରେ ନାହିଁ: ବରଗଡ଼ର ଇଂରାଜୀ ବନାନକୁ ନେଇ ଦ୍ୱନ୍ଦ୍ୱରେ ଜିଲାବାସୀ

ବରଗଡ଼, ୩୦ା୯(ପ୍ରେମାନନ୍ଦ ଖମାରୀ): ରାଜ୍ୟର ବିଭିନ୍ନ ଜିଲା, ଉପଖଣ୍ଡ, ତହସିଲ, ବ୍ଲକ ଏବଂ ସହରାଞ୍ଚଳଗୁଡ଼ିକର ଅଶୁଦ୍ଧ ତଥା ଅପଭ୍ରଂଶ ଇଂରାଜୀ ବନାନକୁ ସଂଶୋଧନ କରି ଓଡ଼ିଶାର ଭାଷାଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?