ଛେଚିବ କୁଆପଥର ବର୍ଷା: ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ୱର,୨୧ା୩: ଆସନ୍ତା ୨୪ ଘଣ୍ଟାରେ କୁଆପଥର ବର୍ଷା ନେଇ ଆଲର୍ଟ ଜାରି କରାଯାଇଛି। ୯ ଜିଲାରେ କୁଆପଥର ବର୍ଷା ନେଇ ଅନୁମାନ କରାଯାଛି। ଏହାସହ ୩ ଜିଲାରେ ପ୍ରବଳ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ସେହିପରି ୧୧ ଜିଲାକୁ ଝଡ ପବନ ନେଇ ୟେଲୋ ଆଲର୍ଟ ନେଇ ପାଣିପାଗ ବିଭାଗ ପକ୍ଷର ସୂଚନା ଦିଆଯାଇଛି।

ରାଜ୍ୟରେ ଶୁକ୍ରବାର କାଳବୈଶାଖୀ ସମ୍ଭାବନା ରହିଛି। ତେବେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ବିଭାଗ କହିଛି, ରାଜ୍ୟରେ ବିଜୁଳି-ଘଡ଼ଘଡ଼ି ସହ ବର୍ଷା ପବନ ହେବ। ଆଜି ଏନେଇ ୫ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲାଗୁଡ଼ିକ ହେଲା ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ମୟୂରଭଞ୍ଜ ଏବଂ କେନ୍ଦୁଝର। ଏସବୁ ଜିଲାର କିଛି କିଛି ସ୍ଥାନରେ କୁଆପଥର ବର୍ଷା ହେବାର ସମ୍ଭାବନା ମଧ୍ୟ ରହିଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ, ସତର୍କ ସୂଚନା ଜାରି କରାଯାଇଥିବା ଜିଲାଗୁଡ଼ିକରେ ୫୦ରୁ ୬୦ କିମି ବେଗରେ ପବନ ବହିବ। ସେହିପରି କାଳବୈଶାଖୀ ନେଇ ଉପକୂଳ ଜିଲା ଯଥା କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ ପଶ୍ଚିମ ଓଡ଼ିଶାର ଦେବଗଡ଼, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼ ବଲାଙ୍ଗୀର ଏବଂ ନୂଆପଡ଼ା ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନ୍ୟାଶନାଲ କିକ୍‌ ବକ୍ସିଂରେ ଗୋଲଡ଼ ମେଡାଲ ଜିତିବାକୁ ଲକ୍ଷ୍ୟ

ଗଞ୍ଜାମ,୨୧ା୬(ବିଦ୍ୟାଧର ସାହୁ): ୬ ବର୍ଷରୁ ୧୫ ବର୍ଷ ସବ ଜୁନିୟର ନ୍ୟାଶନାଲ କିକ୍‌ ବକ୍ସିଂ ଚମ୍ପିୟାନଶିପ୍‌ ପ୍ରତିଯୋଗିତାରେ ଗଞ୍ଜାମରେ ୫ ଜଣ ଅଂଶ ଗ୍ରହଣ କରିଛନ୍ତି। କୋଚ…

ଜୁଆଖେଳ ଚଢ଼ାଉବେଳେ ପୋଲିସକୁ ହତ୍ୟା ଉଦ୍ୟମ: ଫେରାର ଥିବା ୨ ଅଭିଯୁକ୍ତ ୫ ମାସ ପରେ ଗଲେ ଜେଲ୍‌

ଦିଗପହଣ୍ଡି,୨୧ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ରବିବାର କେ.ନୂଆଗାଁ ଥାନା ଦେଓଖାଳି ଗ୍ରାମର କୁନା ପ୍ରଧାନ ଏବଂ ରଜତ ପ୍ରଧାନଙ୍କୁ ଗିରଫ କରି ରବିବାର…

ଆକ୍ସନରେ ପୋଲିସ, ଡକାୟତି ଘଟଣାର ୨୪ ଘଣ୍ଟା ମଧ୍ୟରେ ୭ ଅଭିଯୁକ୍ତ ଗିରଫ

ଛତ୍ରପୁର,୨୧ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ହୋଇଥିବା ଏକ ଡକାୟତି ଅଭିଯୋଗର ୨୪ ଘଣ୍ଟା ନ ପୁରୁଣୁ ଗ୍ୟାଙ୍ଗର ୭ ଜଣଙ୍କୁ ପୋଲିସ ରବିବାର…

ଉଗ୍ରରୂପ ଧାରଣ କଲା ପାରିବାରିକ ବିବାଦ: ଖୁଡ଼ୀକୁ ମାରିଦେଲେ ପୁତୁରା, ପୁତୁରାବୋହୂ

ଜଗନ୍ନାଥପ୍ରସାଦ,୨୧ା୬(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଏକଘରିଆ ପଲ୍ଲୀ ଜରିପଙ୍କାଳ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି…

ଏଟିଏମ୍‌ ଅଚଳ, ୧୫ ଦିନ ହେଲା ଗ୍ରାହକ ହନ୍ତସନ୍ତ

ଦାରିଙ୍ଗବାଡ଼ି,୨୧ା୬(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ପ୍ରମୁଖ ବଜାର ସିମନବାଡ଼ି ଛକରେ ଥିବା ୧ ମାତ୍ର ଏଟିଏମ୍‌ ଅଚଳ ହୋଇପଡ଼ିଛି। ଫଳରେ ଉକ୍ତ ଏଟିଏମ୍‌ ଉପରେ…

ଗାଁରେ ବ୍ୟାପୁଛି ଜ୍ୱର, ୨୦ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ

ପାତ୍ରପୁର,୨୧।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ବୁରାତାଲ ପଞ୍ଚାୟତ ଧୋବାଲିଙ୍ଗି ଗ୍ରାମରେ କିଛି ଦିନ ହେଲା ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ…

ଖାଇବା ତେଲ ପ୍ରତି କୃଷକ ଗୁରୁତ୍ୱ ଦେବାକୁ ଆହ୍ବାନ

ବରଗଡ଼,୨୧ା୬(ପ୍ରେମାନନ୍ଦ ଖମାରୀ): ରାଜ୍ୟ ସରକାରଙ୍କ ୨ବର୍ଷ ପୂର୍ତ୍ତି ଉତ୍ସବ ବିକାଶ ଧାରା, ଓଡ଼ିଶା ସାରା ଅବସରରେ ଜାତୀୟ ଖାଇବା ତେଲ ମିଶନଅଏଲ ପାମ (ଏନ୍‌ଏମ୍‌ଇଓ-ଓପି) ୨୦୨୬-୨୭ ଅଧୀନରେ…

ସରିଲା NEET, UG ପରୀକ୍ଷା

ନୂଆଦିଲ୍ଲୀ,୨୧।୬: କଡ଼ା ସୁରକ୍ଷା ମଧ୍ୟରେ ଶେଷ ହୋଇଛି NEET-UG ପରୀକ୍ଷା। ୫୪୪୦ କେନ୍ଦ୍ରରେ ୨୨ ଲକ୍ଷରୁ ଊଦ୍ଧର୍‌ବ ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିବା ସୂଚନ ମିଳିଛି। ପରୀକ୍ଷାକୁ ସୁରକ୍ଷିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri