ମାର୍ଚ୍ଚରୁ ମେ’ ପ୍ରବଳ ଗରମ

ଭୁବନେଶ୍ୱର,୧।୩(ବନ୍ଦନା ସେଠୀ): ମାର୍ଚ୍ଚ ଆରମ୍ଭ ନ ହେଉଣୁ ରାଜ୍ୟରେ ତାପମାତ୍ରା ୩୬ ଡିଗ୍ରୀ ଟପିଛି। ଆଗକୁ ପ୍ରବଳ ଖରାତାତି ଓ ଗରମରେ ଶିଝିବ ସାରା ଓଡ଼ିଶା। ବିଶେଷକରି ମାର୍ଚ୍ଚରୁ ମେ’ ପର୍ଯ୍ୟନ୍ତ ପ୍ରବଳ ଗ୍ରୀଷ୍ମ ପ୍ରବାହ (ହିଟ୍‌ ଓ୍ବେଭ୍‌) ଲାଗି ରହିବ। ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଶନିବାର ସତର୍କତା ଜାରି କରାଯାଇଛି। ପଶ୍ଚିମ ଏବଂ ଉତ୍ତର ଓଡ଼ିଶାରେ ପ୍ରବଳ ଗରମ ହେବ ବୋଲି ଆକଳନ କରାଯାଇଛି। ଫେବୃଆରୀରେ ରାଜ୍ୟର

ବିଭିନ୍ନ ସ୍ଥାନରେ ଦିନ ତାପମାତ୍ରା ୩୫ ଡିଗ୍ରୀରୁ ଅଧିକ ରହୁଥିବାବେଳେ ମାର୍ଚ୍ଚରୁ ମେ’ ମଧ୍ୟରେ ବିଭିନ୍ନ ସ୍ଥାନରେ ପାରଦ ୩୩.୫ ଡିଗ୍ରୀରୁ ୪୫ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ବିଭାଗ ପକ୍ଷରୁ ଆକଳନ କରାଯାଇଛି। ଆସନ୍ତା ୨୪ ଘଣ୍ଟାରେ ଦିନ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ସୂଚନା ଦିଆଯାଇଛି।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଗତ ୨୪ ଘଣ୍ଟାରେ ରାଜ୍ୟର ୧୩ ସ୍ଥାନରେ ସର୍ବାଧିକ ଦିନ ତାପମାତ୍ରା ୩୫ ଡିଗ୍ରୀ ଏବଂ ଏହାଠାରୁ ଅଧିକ ରହିଥିଲା। ଝାରସୁଗୁଡାରେ ସର୍ବାଧିକ ୩୬.୮ ଡିଗ୍ରୀ ରେକର୍ଡ କରାଯାଇଥିବାବେଳେ ସମ୍ବଲପୁରରେ ୩୬.୬ ଡିଗ୍ରୀ, ହୀରାକୁଦରେ ୩୬.୪ ଡିଗ୍ରୀ, ସୋନପୁରରେ ୩୫.୯ ଡିଗ୍ରୀ, ଟିଟିଲାଗଡ଼ରେ ୩୫.୮ ଡିଗ୍ରୀ, ଭୁବନେଶ୍ୱରରେ ୩୫.୭ ଡିଗ୍ରୀ, ଅନୁଗୋଳରେ ୩୫.୭ ଡିଗ୍ରୀ, ଚାନ୍ଦବାଲିରେ ୩୫.୬ ଡିଗ୍ରୀ, ସୁନ୍ଦରଗଡରେ ୩୫.୫ ଡିଗ୍ରୀ, ତାଳଚେରରେ ୩୫.୪ ଡିଗ୍ରୀ, ରାଉରକେଲାରେ ୩୫.୪ ଡିଗ୍ରୀ, ବଲାଙ୍ଗୀରରେ ୩୫ ଡିଗ୍ରୀ ଏବଂ ଭଦ୍ରକରେ ୩୫ ଡିଗ୍ରୀ ରେକର୍ଡ ହୋଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଘରେ ପଶିଲେ କିଛି କହିବା ପୂର୍ବରୁ ଖଣ୍ଡାରେ ହାଣି ଲୁଟିନେଲେ  

ପରଜଙ୍ଗ,୧।୩(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଲୋଧଣୀ ଗାଁରେ ସଶସ୍ତ୍ର ଡକାୟତ ହୋଇଛି। ବିଳମ୍ବିତ ରାତିରେ ଘରେ ପଶିଲେ କିଛି କହିବା ପୂର୍ବରୁ ଠେଙ୍ଗାରେ ପିଟି…

ରସୁଲଗଡ଼ରେ ଚାଞ୍ଚଲ୍ୟ: ୟୁଟ୍ୟୁବ ବ୍ଲଗରଙ୍କୁ ଜିଜିପି କଲୋନୀରେ ହତ୍ୟା 

ଭୁବନେଶ୍ୱର,୧।୩: ରାଜଧାନୀରେ ପୁଣି ଗଡିଲା ମୁଣ୍ଡ। ରସୁଲଗଡ଼ ନିକଟ ଜିଜିପି କଲୋନୀରେ ଶନିବାର ରାତିରେ ଏକ ହତ୍ୟାକାଣ୍ଡ ଘଟିଛି। ମୃତ ଯୁବକ ଜଣଙ୍କ ରାହୁଲ ମହାରଣା। ସେ…

ଧର୍ମାନ୍ତରୀକରଣ ଓ ଲଭ୍ ଜିହାଦ

ଆକାର ପଟେଲ ଆମ ଗଣମାଧ୍ଯମ ଏବଂ ହ୍ଵାଟ୍ସଆପ୍ ଗ୍ରୁପଗୁଡ଼ିକରେ ଆମେ ଯେଉଁ ସବୁ ବିଷୟରେ ଆଲୋଚନା ବା ପ୍ରଚାର କରୁଛୁ, ତାହା ମଧ୍ୟରୁ ଗୋଟିଏ। ହେଉ ହେଉଛି…

ରାଜ୍ୟ ସଭା: କମନ୍‌ ପ୍ରାର୍ଥୀ ଦ୍ୱନ୍ଦ୍ୱ

ଭୁବନେଶ୍ୱର, ୧।୩(ସୁନିତ୍‌ ମିଶ୍ର): ଓଡ଼ିଶାର ୪ ରାଜ୍ୟ ସଭା ଆସନରେ ହେବାକୁ ଥିବା ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ଚଳଚଞ୍ଚଳ ହୋଇଉଠିଛି। ବିଜେଡି ପକ୍ଷରୁ ଶନିବାର ରାଜ୍ୟ…

ହତ୍ୟା ଦାବି ମଧ୍ୟରେ ଖାମନେଇଙ୍କ ପୋଷ୍ଟ, ଖଣ୍ଡା ନେଇ…

ତେହରାନ,୧।୩: ଆୟାତୋଲ୍ଲା ଅଲି ଖାମନେଇଙ୍କ ହତ୍ୟା ଦାବି ମଧ୍ୟରେ, ଇରାନର ସର୍ୱୋଚ୍ଚ ନେତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲରୁ ଏକ ପୋଷ୍ଟ କରାଯାଇଛି। ପୋଷ୍ଟରେ ପୟଗମ୍ୱର ଅଲିଙ୍କୁ ଉଦ୍ଧୃତ…

ବିଶ୍ୱକପ୍‌ରେ ଇତିହାସ ରଚିଲେ ଫଖର-ସାହିବଜାଦା

ପାଲିକେଲ,୨୮।୨: ଚଳିତ ଟି୨୦ ବିଶ୍ୱକପ୍‌ ସୁପର-୮ର ଶେଷ ମ୍ୟାଚ୍‌ରେ ଶ୍ରୀଲଙ୍କା ବିପକ୍ଷରେ ୫ ରନ୍‌ରେ ବିଜୟୀ ହୋଇଥିଲେ ମଧ୍ୟ ପାକିସ୍ତାନ ସେମିଫାଇନା ପାଇଁ ଯୋଗ୍ୟତା ଅର୍ଜନ କରିବାରେ…

ଋଣ, ଚାକିରୀ ଦେବା ନା’ରେ ବଡ଼ ଧରଣର ଠକେଇ

ହିଞ୍ଜିଳିକାଟୁ,୨୮।୨(ଦ୍ବିତୀକୃଷ୍ଣ ପଣ୍ଡା): ଋଣ ଏବଂ ଚାକିରୀ କରାଇଦେବା ନା’ରେ ଠକେଇ କରୁଥିବା ଜଣେ ଯୁବକଙ୍କୁ ହିଞ୍ଜିଳି ପୋଲିସ ଶନିବାର ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ…

ମଧ୍ୟପ୍ରାଚ୍ୟରେ ମହାସମର: ଦୁବାଇରେ ମିସାଇଲ ମାଡ଼ କଲା ଇରାନ, ବୁର୍ଜ ଖଲିଫାକୁ କରାଗଲା ଖାଲି 

ଦୁବାଇ,୨୮।୨: ଆମେରିକା ଏବଂ ଇସ୍ରାଏଲ ପକ୍ଷରୁ ଇରାନର ୩୦ଟି ସହର ଉପରେ ମିଳିତ ଏୟାର ଷ୍ଟ୍ରାଇକ ପରେ ଇରାନ ‘ଅପରେସନ ଫତେହ-ଏ-ଜଙ୍ଗ୍‌’ ଆରମ୍ଭ କରିଛି। ଏହି ପାଲଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri