ରାଜଧାନୀରେ ଡହଡହ ଖରା: ୩୨ ଡିଗ୍ରୀ ଟପିଲା ପାରଦ

ଭୁବନେଶ୍ୱର,୧୫।୪: କିଛିଦିନ ପାଗ ଥଣ୍ଡା ରହିବା ପରେ ପୁଣି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡିଛି। ଡହଡହ ଖରାରେ ସିଝୁଛିି ରାଜଧାନୀ ଭୁବନେଶ୍ୱର। ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସୋମବାର ସକାଳ ୮ଟା ୩୦ ସୁଦ୍ଧା ପାରଦ ୩୨ ଡିଗ୍ରୀ ଟପିଛି ।
ରାଜଧାନୀର ତାପମାତ୍ରା ୩୨.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ପାରାଦୀପ ୩୨ ଡିଗ୍ରୀ, ପୁରୀ ୩୨ଡିଗ୍ରୀ, କେନ୍ଦୁଝର ୩୨ଡିଗ୍ରୀ ବାଲେଶ୍ୱର ୩୧.୮ ଡିଗ୍ରୀ, ଚାନ୍ଦବାଲି ୩୧.୬ ଡିଗ୍ରୀ, ଝାରସୁଗୁଡା ୩୦.୮ ଡିଗ୍ରୀ, ହୀରାକୁଦ ୩୦. ୨ ଡିଗ୍ରୀ, ସମ୍ବଲପୁର ୩୦ ଡିଗ୍ରୀ, ରାଉରକେଲା ୩୦ ଡିଗ୍ରୀ ଓ ଗୋପାଳପୁରରେ ୨୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
ରାଜ୍ୟ ମଧ୍ୟକୁ ଉତ୍ତର ତଥା ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ ଦିଗରୁ ଶୁଷ୍କ ପବନର ପ୍ରବାହ ଧୀରେ ଧୀରେ ବୃଦ୍ଧି ପାଉଥିବାରୁ ଦିନ ତାପମାତ୍ରାରେ ଧୀରେ ଧୀରେ ବୃଦ୍ଧି ଘଟୁଛି। ଏହି ପବନର ପ୍ରଭାବ ଆଗାମୀ ଦିନରେ ଆହୁରି ବୃଦ୍ଧି ହେବାର ସମ୍ଭାବନା ଥିବାରୁ ଆଗାମୀ ୪ରୁ୫ ଦିନ ମଧ୍ୟରେ ରାଜ୍ୟରେ ୪ ରୁ ୬ ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରବିବାର ରାଜ୍ୟର ୧୦ସହରରେ ତାପମାତ୍ରା ୩୯ଡ଼ିଗ୍ରୀ କିମ୍ବା ଅଧିକ ରେକର୍ଡ ହୋଇଥିତ୍ବାବେଳେ ୪୦.୫ ଡ଼ିଗ୍ରୀ ସହ ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା। ଏହା ପଛକୁ ମାଲକାନଗିରିରେ ୩୯.୯ ଡିଗ୍ରୀ ସେଲସିୟସ୍‌, ଭୁବନେଶ୍ୱରରେ ୩୯.୬, ଜଗତସିଂହପୁର ଓ ନୟାଗଡ଼ରେ ୩୯.୫ ଡିଗ୍ରୀ ସେଲସିୟସ୍‌, ଭବାନୀପାଟଣା ଓ ଚାନ୍ଦବାଲିରେ ୩୯.୪ ଡିଗ୍ରୀ ସେଲସିୟସ୍‌ ବାରିପଦାରେ ୩୯.୨ ଡିଗ୍ରୀ ସେଲସିୟସ୍‌ ଏବଂ କେନ୍ଦ୍ରାପଡ଼ା ଓ ଭଦ୍ରକରେ ୩୯ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ ହୋଇଛି।
ସୂଚନାଥାଉ କି, ସୋମବାର ଗଜପତି ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଜିଲାରେ ଘଡଘଡ଼ି ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ମାତ୍ର ଉତ୍ତାପ ଓ ଆଦ୍ର ପାଣିପାଗ ନେଇ ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ ଭଦ୍ରକ ଆଦି ଜିଲାରେ ଗୋଟିଏ ୨ଟି ସ୍ଥାନରେ ଅନୁଭୂତ ହୋଇପାରେ ଏଥିପାଇଁ ସଂପକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ଜାରି ରହିବ ଏଥିପାଇଁ ରାଜ୍ୟର ବିଭିନ୍ନ ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଆସନ୍ତା ୨ ଦିନ ମଧ୍ୟରେ ତାପମାତ୍ରା ୩୬ଂରୁ ୩୮ଂ ସେଲସିୟସ୍‌ ରହିବାକୁ ଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୩୮ଂରୁ ୪୦ଂ ମଧ୍ୟରେ ରହିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri