ରାଜଧାନୀରେ ଡହଡହ ଖରା: ୩୨ ଡିଗ୍ରୀ ଟପିଲା ପାରଦ

ଭୁବନେଶ୍ୱର,୧୫।୪: କିଛିଦିନ ପାଗ ଥଣ୍ଡା ରହିବା ପରେ ପୁଣି ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଅନୁଭୂତ ହେଉଛି। ସକାଳ ୮ଟା ପରେ ଘରକୁ ବାହାରିବା କଷ୍ଟକର ହୋଇପଡିଛି। ଡହଡହ ଖରାରେ ସିଝୁଛିି ରାଜଧାନୀ ଭୁବନେଶ୍ୱର। ଭୁବନେଶ୍ୱର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସୋମବାର ସକାଳ ୮ଟା ୩୦ ସୁଦ୍ଧା ପାରଦ ୩୨ ଡିଗ୍ରୀ ଟପିଛି ।
ରାଜଧାନୀର ତାପମାତ୍ରା ୩୨.୬ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ପାରାଦୀପ ୩୨ ଡିଗ୍ରୀ, ପୁରୀ ୩୨ଡିଗ୍ରୀ, କେନ୍ଦୁଝର ୩୨ଡିଗ୍ରୀ ବାଲେଶ୍ୱର ୩୧.୮ ଡିଗ୍ରୀ, ଚାନ୍ଦବାଲି ୩୧.୬ ଡିଗ୍ରୀ, ଝାରସୁଗୁଡା ୩୦.୮ ଡିଗ୍ରୀ, ହୀରାକୁଦ ୩୦. ୨ ଡିଗ୍ରୀ, ସମ୍ବଲପୁର ୩୦ ଡିଗ୍ରୀ, ରାଉରକେଲା ୩୦ ଡିଗ୍ରୀ ଓ ଗୋପାଳପୁରରେ ୨୯.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି।
ରାଜ୍ୟ ମଧ୍ୟକୁ ଉତ୍ତର ତଥା ଉତ୍ତର-ପଶ୍ଚିମ ଏବଂ ପଶ୍ଚିମ ଦିଗରୁ ଶୁଷ୍କ ପବନର ପ୍ରବାହ ଧୀରେ ଧୀରେ ବୃଦ୍ଧି ପାଉଥିବାରୁ ଦିନ ତାପମାତ୍ରାରେ ଧୀରେ ଧୀରେ ବୃଦ୍ଧି ଘଟୁଛି। ଏହି ପବନର ପ୍ରଭାବ ଆଗାମୀ ଦିନରେ ଆହୁରି ବୃଦ୍ଧି ହେବାର ସମ୍ଭାବନା ଥିବାରୁ ଆଗାମୀ ୪ରୁ୫ ଦିନ ମଧ୍ୟରେ ରାଜ୍ୟରେ ୪ ରୁ ୬ ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ହେବା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରବିବାର ରାଜ୍ୟର ୧୦ସହରରେ ତାପମାତ୍ରା ୩୯ଡ଼ିଗ୍ରୀ କିମ୍ବା ଅଧିକ ରେକର୍ଡ ହୋଇଥିତ୍ବାବେଳେ ୪୦.୫ ଡ଼ିଗ୍ରୀ ସହ ପାରଳାଖେମୁଣ୍ଡି ରାଜ୍ୟର ଉତ୍ତପ୍ତ ସହର ପାଲଟିଥିଲା। ଏହା ପଛକୁ ମାଲକାନଗିରିରେ ୩୯.୯ ଡିଗ୍ରୀ ସେଲସିୟସ୍‌, ଭୁବନେଶ୍ୱରରେ ୩୯.୬, ଜଗତସିଂହପୁର ଓ ନୟାଗଡ଼ରେ ୩୯.୫ ଡିଗ୍ରୀ ସେଲସିୟସ୍‌, ଭବାନୀପାଟଣା ଓ ଚାନ୍ଦବାଲିରେ ୩୯.୪ ଡିଗ୍ରୀ ସେଲସିୟସ୍‌ ବାରିପଦାରେ ୩୯.୨ ଡିଗ୍ରୀ ସେଲସିୟସ୍‌ ଏବଂ କେନ୍ଦ୍ରାପଡ଼ା ଓ ଭଦ୍ରକରେ ୩୯ ଡିଗ୍ରୀ ସେଲସିୟସ୍‌ ତାପମାତ୍ରା ରେକର୍ଡ ହୋଇଛି।
ସୂଚନାଥାଉ କି, ସୋମବାର ଗଜପତି ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଜିଲାରେ ଘଡଘଡ଼ି ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି। ମାତ୍ର ଉତ୍ତାପ ଓ ଆଦ୍ର ପାଣିପାଗ ନେଇ ଖୋର୍ଦ୍ଧା, କଟକ, ପୁରୀ, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ ଭଦ୍ରକ ଆଦି ଜିଲାରେ ଗୋଟିଏ ୨ଟି ସ୍ଥାନରେ ଅନୁଭୂତ ହୋଇପାରେ ଏଥିପାଇଁ ସଂପକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଅନ୍ୟପଟେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମପ୍ରବାହ ଜାରି ରହିବ ଏଥିପାଇଁ ରାଜ୍ୟର ବିଭିନ୍ନ ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଆସନ୍ତା ୨ ଦିନ ମଧ୍ୟରେ ତାପମାତ୍ରା ୩୬ଂରୁ ୩୮ଂ ସେଲସିୟସ୍‌ ରହିବାକୁ ଥିବାବେଳେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୩୮ଂରୁ ୪୦ଂ ମଧ୍ୟରେ ରହିବା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

ବାହାଘର ଭାଙ୍ଗିବା ପରେ ପ୍ରଥମଥର କ୍ୟାମେରା ଆଗରେ ମୁହଁ ଖୋଲିଲେ ସ୍ମୃତି ମନ୍ଧନା

ନୂଆଦିଲ୍ଲୀ,୧୦।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟର୍ ସ୍ମୃତି ମନ୍ଧନା ବ୍ୟକ୍ତିଗତ ଜୀବନର ଝଡ଼ ପରେ ପୁଣି ଥରେ ନିଜ ପ୍ରିୟ ଖେଳ କ୍ରିକେଟକୁ...

ସ୍କୁଲରୁ ଘରକୁ ଫେରିବା ବେଳେ ଚାଲିଗଲା ପ୍ରଧାନଶିକ୍ଷକଙ୍କ ଜୀବନ

ପୁରୁଷୋତ୍ତମପୁର,୧୦ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ପ୍ରତାପୁର ଛକ ନିକଟରେ ବୁଧବାର ସନ୍ଧ୍ୟାରେ ଦୁଇ ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ...

ବାଇକ୍‌ରେ ନେଉଥିଲେ ଶାଳକାଠ, ଗୋଡ଼ାଇ ଗୋଡ଼ାଇ ଧରିଲା ବନ ବିଭାଗ

ବଲାଙ୍ଗୀର,୧୦ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ବିଭାଗ ପାଟଣାଗଡ଼ ରେଞ୍ଜର କର୍ମଚାରୀମାନେ ପାଟ୍ରୋଲିଂ କରୁଥିବା ବେଳେ ପାଟଣାଗଡ଼ ସେକ୍ସନର ମାନାଇପାଦ ଗ୍ରାମ ନିକଟରୁ ୬ଟି ଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri