ଜୋରଦାର ଧରପଗଡ଼: ବ୍ରାଉନସୁଗାର ଜବତ, ବଡ଼ ଚେନ୍‌ ଥିବା ସନ୍ଦେହ

ହାଟଡିହୀ,୩୧l୭(ଶୁଭକାନ୍ତ ନାୟକ):କେନ୍ଦୁଝର ଏସପି ନୀତିନ କୁଶଲକର ଦାଗୁଡୁଙ୍କ ତତ୍ତ୍ୱାବଧାନ ଏବଂ ନିର୍ଦ୍ଦେଶରେ ମଙ୍ଗଳବାର ରାତିରୁ ସ୍ବତନ୍ତ୍ର ଟିମ ଗଠନ କରି ଆନନ୍ଦପୁର ଏବଂ ଘସିପୁରା ଅଞ୍ଚଳରେ ଚଢ଼ାଉ କରାଯାଇ ବ୍ରାଉନସୁଗାର କାରବାରରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଧରପଗଡ଼ କରାଯାଉଛି। ଅଦ୍ୟାବଧି ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଉଛି l
ବିଶ୍ୱସ୍ତ ସୂତ୍ରରୁ ଖବର ପାଇ କାରବାରରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଧରିବା ପାଇଁ ଏସପି ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଥିଲେ ଏବଂ ସଫଳ ମଧ୍ୟ ହୋଇଛନ୍ତି l ଏସପି ଦାଗୁଡୁଙ୍କୁ ଏ ସମ୍ପର୍କରେ ପଚରାଯିବାରୁ ସେ କହିଛନ୍ତି ଯେ ଅଦ୍ୟାବଧି ପ୍ରାୟ ୨୦୦ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି l ୨୦ ଜଣଙ୍କୁ ଚଢ଼ାଉ କରି ଧରାଯାଇଛି l ନଗଦ ୮ ଲକ୍ଷ ଟଙ୍କା ଜବତ ହୋଇଛି l ଏପରି ଚଢ଼ାଉ ଆହୁରି ଆଗକୁ ହେବ l ଜନସାଧାରଣ ସହଯୋଗ ମଧ୍ୟ ପୋଲିସ ପାଇଁ ଦରକାର l ଆନନ୍ଦପୁର ଡ଼ିଏସପି ପ୍ରଶାନ୍ତ ବେହେରା କହିଛନ୍ତି ଯେ ଧରାପ ବ୍ୟକ୍ତିମାନଙ୍କୁ ବିଭିନ୍ନ ସ୍ଥାନରେ ରଖାଯାଇଛି l ଏକ ବଡ଼ ଚେନ ଏଥିରେ କାର୍ଯ୍ୟ କରୁଛି l ଅଦ୍ୟାବଧି ଚଢ଼ାଉ ଜାରି ରହିଛି l ଗୁରୁବାର ଏକ ପ୍ରେସ ବିବୃତ୍ତିରେ ସମ୍ପୂର୍ଣ୍ଣ ଘଟଣା କୁହାଯିବ l ଏସପି ଦାଗୁଡୁଙ୍କ ଏପରି ଅଚାନକ ଚଢ଼ାଉକୁ ଅଞ୍ଚଳବାସି ସ୍ବାଗତ କରିଥିବା ବେଳେ ପୋଲିସର ଏପରି ପଦକ୍ଷେପ କେନ୍ଦୁଝର ପୋଲିସ ଇତିହାସରେ ପ୍ରଥମ ବୋଲି ଭାଜପା ବିଧାୟକ ପ୍ରାର୍ଥୀ ଆଲୋକ ସେଠି କହିଛନ୍ତି l


Enter your email to get our daily news in your inbox.

All Right Reserved By Dharitri.Com

ହରମୁଜରେ ଫସିଲା ପାକିସ୍ତାନର ତେଲ ଜାହାଜ, ଇରାନ କଲା ବଡ଼ ଘୋଷଣା

ତେହରାନ,୧୭।୩: ଇରାନ ପାକିସ୍ତାନର ବାଣିଜି୍ୟକ ତୈଳ ଟ୍ୟାଙ୍କରକୁ ହରମୁଜ ମଧ୍ୟରେ ଏହାର କ୍ଷେତ୍ରୀୟ ଜଳସୀମା ଦେଇ ଯିବା ପାଇଁ ଅନୁମତି ପ୍ରଦାନ କରିଛି। ପାକିସ୍ତାନ ନ୍ୟାସନାଲ ସିପିଂ…

କେରଳରେ ଦୁଇ ଦାଦନ ଶ୍ରମିକଙ୍କ ମୃତ୍ୟୁ, ଛେଳିକୁ ବଞ୍ଚେଇବାକୁ ଯାଇ…

ପାତ୍ରପୁର, ୧୭।୦୩(ଉମା ଚରଣ ନେପାକ): ଜରଡା ଥାନା ଖାରିଆଗୁଡା ଫାଣ୍ଡି ଅନ୍ତର୍ଗତ ଖାରିଆଗୁଡା ଗ୍ରାମର ଦୁଇ ଜଣ ଦାଦନ ଶ୍ରମିକଙ୍କ କେରଳରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି…

ୱାରେଣ୍ଟିଙ୍କୁ ଗିରଫ ପରେ କୋର୍ଟ ଚାଲାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ମଙ୍ଗଳବାର ଦିଗପହଣ୍ଡି ବ୍ଲକ କୈଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗ୍ରାମର ଟୁନା ମହାନ୍ତିଙ୍କୁ ୱାରେଣ୍ଟ ବଳରେ ଗିରଫ କରି…

ଦିଗପହଣ୍ଡିରେ ସାମାଜିକ ସମୀକ୍ଷା ଜନ ଶୁଣାଣି; କାମ ନ କରି ୪୯ ହଜାର ଟଙ୍କା ଉଠାଣ

ଦିଗପହଣ୍ଡି,୧୭।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପ୍ରଶାସନ ପକ୍ଷରୁ ମଙ୍ଗଳବାର ବ୍ଳକସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ସହକାରୀ ଉପ…

ଜିଓ କମ୍ପାନୀର ମରଣଯନ୍ତା: ଜଙ୍ଘ ହାଡ଼ ଭାଙ୍ଗି ଯୁବକ ଶଯ୍ୟାଶାୟୀ, ୪ ଗୋରୁ ମୃତ

ଥୁଆମୂଳ ରାମପୁର ୧୭।୦୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା କର୍ଲାପାଟ ଥାନା ଅନ୍ତର୍ଗତ ରଣପୁର ଗ୍ରାମରେ ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ଜିଓ କମ୍ପାନୀ ପକ୍ଷରୁ…

ଗାଈକୁ ମାରି ଖାଇଲା କିଏ, ବନ୍ୟ ଜନ୍ତୁ ନା ବାଘ

ମୋହନା,୧୭।୩( ମନ୍ମଥ ମିଶ୍ର )ଗଞ୍ଜାମ,ଗଜପତି ଜିଲା ସୀମାନ୍ତ ଅଞ୍ଚଳରେ ଥିବା ଢେପାଗୁଡା ପଞ୍ଚାୟତର କାଇଟିମା ଓ ବାରିଆଦରା ଗାଁରେ ବାଘ ଆତଙ୍କ ଅଭିଯୋଗ କରିଛନ୍ତି ଗ୍ରାମବାସୀ। ୪…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri